Wednesday, June 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଉଦଯାପିତ ହେଲା ଗ୍ରୀଷ୍ମକାଳୀନ ଚେସ ପ୍ରଶିକ୍ଷଣ ଶିବିର

by ସଞ୍ଜୟ ସ୍ୱାଇଁ
May 28, 2025
in Nayagarh, State
ଉଦଯାପିତ ହେଲା ଗ୍ରୀଷ୍ମକାଳୀନ ଚେସ ପ୍ରଶିକ୍ଷଣ ଶିବିର
76
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ସ୍ଥାନୀୟ ଏନଏସି ହାଇସ୍କୁଲ ଠାରେ ଗତ ୧୬ ତାରିଖରୁ ଆରମ୍ଭ ହୋଇ ଦୀର୍ଘ ୧୨ ଦିନ ବ୍ୟାପି ଅନୁଷ୍ଠିତ ହୋଇଥିବା ଗ୍ରୀଷ୍ମ କାଳୀନ ଚେସ ପ୍ରଶିକ୍ଷଣ ଶିବିର ଆଜି ଉଦଯାପିତ ହୋଇଯାଇଛି।ନୟାଗଡ଼ ଜିଲ୍ଲା ଚେସ ଆସୋସିଏସନ ଏବଂ ଅଲ ଓଡ଼ିଶା ଚେସ ଆସୋସିଏସନର ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ଏହି ପ୍ରଶିକ୍ଷଣ ଶିବିରର ଅନ୍ତିମ ଦିବସରେ ମୁଖ୍ୟ ଅତିଥି ଭାବେ ଅଲ ଓଡ଼ିଶା ଚେସ ଆସୋସିଏସନର ସମ୍ପାଦକ ଇଂ ଦେବବ୍ରତ ଭଟ୍ଟ ଯୋଗଦାନ କରି ପିଲାମାନଙ୍କୁ ଉତ୍ସାହିତ କରିବା ସହିତ ଚେସ ଖେଳ ଶୃଙ୍ଖଳା ଜ୍ଞାନ ଶିଖାଇବା ସହିତ ସମସ୍ୟା ସମାଧାନରେ ସହାୟକ ହୋଇଥାଏ ବୋଲି କହିଥିଲେ।

ସେହିପରି ଭଲ ଚେସ ଖେଳୁଥିବା ପିଲାମାନେ ଭଲ ପାଠ ପଢ଼ନ୍ତି ବୋଲି ମୁଖ୍ୟ ଅତିଥି ତାଙ୍କ ବକ୍ତବ୍ୟରେ କହିବା ସହିତ ନୟାଗଡ଼ ଜିଲ୍ଲାର ସମସ୍ତ ଚେସ କାର୍ଯ୍ୟକ୍ରମରେ ରାଜ୍ୟ ସଂଘ ସମ୍ପୂର୍ଣ୍ଣ ସହଯୋଗ କରିବ ବୋଲି ପ୍ରତିଶୃତି ପ୍ରଦାନ କରିଥିଲେ।ସମ୍ମାନୀତ ଅତିଥି ଭାବେ ଜିଲ୍ଲା ଶାରୀରିକ ଶିକ୍ଷା ଓ କ୍ରୀଡ଼ା ଅଧିକାରୀ ଅନିଲ କୁମାର ଦାଶ ଯୋଗ ଦେଇ ଚଳିତ ଶିକ୍ଷାବର୍ଷରୁ ବିଦ୍ୟାଳୟ ସ୍ତରରେ ଚେସ ଖେଳକୁ ଅଧିକ ଲୋକପ୍ରିୟ କରାଯିବା ପାଇଁ ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି କହିଥିଲେ। ଜିଲ୍ଲା ଚେସ ସଂଘ ଉପ ସଭାପତି ବାଲାରସେନ ପାତ୍ରଙ୍କ ପୌରୋହିତ୍ୟରେ ଆୟୋଜିତ ଏହି ଉଦଯାପନୀ ସଭାରେ କୋଷାଧ୍ୟକ୍ଷ ତାରୁନ ଖାଁ ମଞ୍ଚ ପରିଚାଳନା କରିଥିବା ବେଳେ ଜିଲ୍ଲା ସମ୍ପାଦକ ଲକ୍ଷ୍ମୀଧର ସାହୁ ସ୍ୱାଗତ ଭାଷଣ ଏବଂ ଶିବିରର ଆଭିମୁଖ୍ୟ ଏବଂ ଫଳାଫଳ ସମ୍ପର୍କରେ ଆଲୋଚନା କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ରାଜ୍ୟ ଚେସ ସଂଘର କାର୍ଯ୍ୟକାରୀ କମିଟି ସଦସ୍ୟ ରିତେଶ କୁମାର ରଥ ଅନ୍ୟତମ ଅତିଥି ଭାବେ ମଞ୍ଚାସୀନ ଥିବା ବେଳେ ସଦସ୍ୟ ଧିରେନ ପ୍ରଧାନ,ଅଜିତ କୁମାର ମିଶ୍ର, ଶିଶିର ନାୟକ ପ୍ରମୁଖ ଉପସ୍ଥିତ ଥିଲେ। ନିକଟରେ ଆସାମର ଗୌହାଟି ଠାରେ ଅନୁଷ୍ଠିତ ସର୍ବଭାରତୀୟ ଆସାମ ପ୍ରିମିୟର ଲିଗରେ ଓଡ଼ିଶା ଦଳ ଚମ୍ପିୟାନ ହୋଉଥିବାରୁ ବିଜୟୀ ଦଳକୁ ଅତିଥିମାନେ ଶୁଭେଚ୍ଛା ଜଣାଇଥିଲେ।ପ୍ରଶିକ୍ଷଣ ଶିବିରକୁ ପ୍ରଶିକ୍ଷକ ଭାବେ ଜୟ ପ୍ରକାଶ ବୈରୀଗଞ୍ଜନ, ବାଲାରସେନ ପାତ୍ର,ଶିଶିର କୁମାର ନାୟକ, ଏବଂ ହାଡୁବନ୍ଧୁ ସାହୁ ପିଲାମାନଙ୍କୁ ପ୍ରଶିକ୍ଷଣ ପ୍ରଦାନ କରିଥିଲେ। ବିଦ୍ୟାଳୟ ଶିକ୍ଷୟିତ୍ରୀ ରୋଜାଲିନ ମିଶ୍ର, ମଞ୍ଜିତ ଜେନା ଏବଂ ଚିତ୍ତରଞ୍ଜନ ବେହେରା କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ଏହି ପ୍ରଶିକ୍ଷଣ ଶିବିରରେ ଜିଲ୍ଲାର ବିଭିନ୍ନ ବିଦ୍ୟାଳୟରୁ ମୋଟ ୭୩ ଜଣ ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରିଥିବା ବେଳେ ସମସ୍ତେ ଅତିଥି ମାନଙ୍କ ଠାରୁ ପ୍ରମାଣପତ୍ର ଗ୍ରହଣ କରିଥିଲେ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!