ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ପରିଷଦର ନବମ ସାଧାରଣ ଅଧିବେଶନ ଆରମ୍ଭ ହୋଇଛି । ନୟାଗଡ଼ ଜିଲ୍ଲା ପରିଷଦ ସୃଜନ ଗୃହରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ. ଦେବାଶିଷ ପଟ୍ଟନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ରଣପୁର ବିଧାୟିକା ତଥା ବାଚସ୍ପତି ସୁରମା ପାଢ଼ୀ ଯୋଗ ଦେଇଛନ୍ତି । ଅନ୍ୟମାନଙ୍କ ମଧ୍ୟରେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ, ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା, ଖଣ୍ଡପଡା ବିଧାୟକ ଦୁଷ୍ମନ୍ତ କୁମାର ସ୍ୱାଇଁ, ଜିଲ୍ଲା ପରିଷଦ ଉପାଧ୍ୟକ୍ଷା ବିଷ୍ଣୁପ୍ରିୟା ବେହେରା, ନୟାଗଡ଼ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ, ଜିଲ୍ଲା ପରିଷଦ କାର୍ଯ୍ୟ ନିର୍ବାହି ଅଧିକାରୀ ଲଗ୍ନଜିତ ରାଉତ ପ୍ରମୁଖ ଉପସ୍ଥିତ ରହିଛନ୍ତି । ଆଜି ବିଭିନ୍ନ ବିଭାଗ ଉପରେ ଆଲୋଚନା ଓ ପର୍ଯ୍ୟାଲୋଚନା ଅନୁଷ୍ଠିତ ହେବ । ସମସ୍ତ ବିଭାଗର ଅଧିକାରୀ ମାନେ ଉପସ୍ଥିତ ରହିଛନ୍ତି । ଏଥି ସହିତ ସମସ୍ତ ଜିଲ୍ଲା ପରିଷଦ ସଭ୍ୟ ଓ ସଭ୍ୟା ମାନେ ଉପସ୍ଥିତ ରହିଛନ୍ତି ।





