Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୋତର ଆଦର୍ଶ ବିଦ୍ୟାଳୟର କୃତି ଛାତ୍ରଛାତ୍ରୀଙ୍କୁ ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା

by ସଞ୍ଜୟ ସ୍ୱାଇଁ
May 15, 2023
in Education, Nayagarh, State
ନୋତର ଆଦର୍ଶ ବିଦ୍ୟାଳୟର କୃତି ଛାତ୍ରଛାତ୍ରୀଙ୍କୁ ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା
333
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ନୋତରସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟର ସିବିଏସି ଦଶମ ଶ୍ରେଣୀ ପରୀକ୍ଷାରେ ମୋଟ ୮୧ ଜଣ ପରୀକ୍ଷା ଦେଇଥିଲେ । ଏଥିରେ ଛାତ୍ରୀ ପ୍ରତ୍ୟାଶା ଶତପଥୀ ୯୮% ମାର୍କ ରଖି ଟପ୍ପର ହୋଇଛନ୍ତି । ପ୍ରତ୍ୟାଶା ରାଜ୍ୟ ସ୍ତରରେ ଟପ୍ପର ହୋଇଛନ୍ତି । ସେ ମୋଟ ୫୦୦ ନମ୍ବରରୁ ୪୯୦ ନମ୍ବର ରଖିଛନ୍ତି । ସେହିପରି ଭାବେ ଶୁଭକାନ୍ତ ମାଝି ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି । ସେ ୯୭.୨% ମାର୍କ ରଖିଛନ୍ତି । ସେ ରାଜ୍ୟ ସ୍ତରରେ ଚତୁର୍ଥ ସ୍ଥାନ ଅଧିକାର କରିଛନ୍ତି । ଦିବ୍ୟେଶ ଦାସ ୯୫.୨% ମାର୍କ ରଖି ତୃତୀୟ ସ୍ଥାନ ଅଧିକାର କରିଛନ୍ତି । ଉକ୍ତ ବିଦ୍ୟାଳୟରେ ୯୫ ରୁ ୧୦୦ % ମଧ୍ୟରେ ୩ ଜଣ ମେଧାବୀ ଥିବା ବେଳେ ୯୦ ରୁ ୧୦୦ % ଭିତରେ ୨୧ ଜଣ ଛାତ୍ରଛାତ୍ରୀ ସଫଳତା ପାଇଛନ୍ତି ।

ସେହିପରି ଭାବେ ୮୦ ରୁ ୯୦ % ୩୦ ଜଣ ଛାତ୍ରଛାତ୍ରୀ ଉପକୃତ ହୋଇଛନ୍ତି । ସେହିପରି ୬୦ ରୁ ୮୦ % ମାର୍କ ରଖିଛନ୍ତି ୨୭ ଜଣ ଛାତ୍ରଛାତ୍ରୀ । ପ୍ରତ୍ୟାଶା ଓଡିଶା ଆଦର୍ଶ ବିଦ୍ୟାଳୟର ରାଜ୍ୟର ଟପ୍ପର ହୋଇଥିବାରୁ ନୟାଗଡ଼ ଜିଲ୍ଲା ପାଇଁ ଗର୍ବ ଓ ଗୌରବ ହୋଇଛି । ପ୍ରତ୍ୟାଶା ହେଉଛନ୍ତି ଲାଠିପଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ପ୍ରତାପ କୁମାର ଶତପଥି ଓ ମାତା ନିବେଦିତା ମିଶ୍ରଙ୍କ ସୁକନ୍ୟା । ସେହିପରି ନୋତର ଆଦର୍ଶ ବିଦ୍ୟାଳୟର ଦ୍ୱାଦଶ ଶ୍ରେଣୀ ଛାତ୍ର ଉଦିତାଶୁଂ ମିଶ୍ର ୮୯.୮ % ମାର୍କ ରଖି ନୋତର ଆଦର୍ଶ ବିଦ୍ୟାଳୟର ଟପ୍ପର ହୋଇଛନ୍ତି । ସେ ନୟାଗଡ଼ ପୁରୁଣା ସହରର ବାସିନ୍ଦା । ଉଦିତାଶୁଂ ହେଉଛନ୍ତି ପୁରୁଣା ସହରର ଶୁଧାଂଶୁ ଶେଖର ମିଶ୍ର ଓ ଶୈଳବାଳା ଦାସଙ୍କ ସୁପୁତ୍ର । ନୟାଗଡ଼ ନୋତର ଆଦର୍ଶ ବିଦ୍ୟାଳୟର ସଫଳତାକୁ ନେଇ ଜିଲ୍ଲା ତଥା ରାଜ୍ୟ ସ୍ତର ପାଇଁ ଗର୍ବ ଓ ଗୌରବ ଆଣିଦେଇଛି । ନୋତର ଓଡିଶା ଆଦର୍ଶ ବିଦ୍ୟାଳୟ ଏବର୍ଷ ଭଲ ରେଜଲ୍‌ଟ କରିଥିବାରୁ ସବୁଆଡୁ ପ୍ରଶଂସାର ସୁଅ ଛୁଟୁଛି ।

ଏହି ଉପଲକ୍ଷେ ଜିଲ୍ଲାପାଳ ରବିନ୍ଦ୍ରନାଥ ସାହୁ ଟ୍ୱିଟ୍ ଯୋଗେ ପ୍ରତ୍ୟାଶାକୁ ପ୍ରଶଂସା କରିଥିଲେ । ଏଥି ସହିତ ନୟାଗଡ଼ ବିଧାୟକ ଡ.ଅରୁଣ କୁମାର ସାହୁ ତାଙ୍କ କୃତିତ୍ୱକୁ ପ୍ରଶଂସା କରିଥିଲେ । ଆଜି ନୟାଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାପାଳଙ୍କ ସଦ୍‌ଭାବନା ଗୃହରେ ନୋତର ଆଦର୍ଶ ବିଦ୍ୟାଳୟର ୪ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା ଦିଆଯାଇଛି । ଏଥିସହିତ ଆଦର୍ଶ ବିଦ୍ୟାଳୟର ଅଧ୍ୟକ୍ଷା ଜ୍ୟୋତ୍ସ୍ନାରାଣୀ ନାୟକଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ଏହି ଉପଲକ୍ଷେ ଜିଲ୍ଲାପାଳ ରବିନ୍ଦ୍ରନାଥ ସାହୁ ଓଡିଶା ଆଦର୍ଶ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟତ୍ରୀ ଓ ଅଧ୍ୟକ୍ଷାଙ୍କୁ ସାଧୁବାଦ ଜଣାଇଥିଲେ । ଗତ ୨୧-୨୨ ବର୍ଷରେ ନୋତର ଆଦର୍ଶ ବିଦ୍ୟାଳୟ ରାଜ୍ୟ ସ୍ତରରେ ଭଲ ପରଫର୍ମାନ୍‌ସ କରି ନୟାଗଡ଼ ନାମକୁ ରାଜ୍ୟ ସ୍ତରରେ ନାମ କମାଇଥିଲା ।

ଆଗାମୀ ଦିନରେ ଏହି ବଜାୟ କିପରି ଜାରି ରହିବ ଜିଲ୍ଲାପାଳ ସେଥିପାଇଁ ସମସ୍ତଙ୍କୁ ପରାମର୍ଶ ଦେଇଥିଲେ । ଆଜିର କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ବିଧାନ ଚନ୍ଦ୍ର ରାୟ, ଜିଲ୍ଲା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ସୁବାଷ ଚନ୍ଦ୍ର ରାୟ, ଆଦର୍ଶ ବିଦ୍ୟାଳୟର ଅଧ୍ୟକ୍ଷା ଜ୍ୟୋତ୍ସ୍ନାରାଣୀ ନାୟକ, ଜିଲ୍ଲା ଶିକ୍ଷା ଅଧିକାରୀ ଅକ୍ରୁର ବାରିକ, ବ୍ଲକ ଶିକ୍ଷା ଅଧିକାରୀ ଗିତାଞ୍ଜଳୀ ସାହୁ ଓ ସାଇନ୍ସ ସୁପରଭାଇଜର ମାନସ ସାହୁ ପ୍ରମୁଖ ଉପସ୍ଥିତ ରହିଥିଲେ । ଏହି ଅବସରରେ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ, ଛାତ୍ରଛାତ୍ରୀ ମାନଙ୍କ ଅଭିଭାବକ ପ୍ରମୁଖ ଯୋଗ ଦେଇଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!