Monday, June 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସର୍ବଭାରତୀୟ ନୟାଗଡ଼ କପ୍ ଫୁଟବଲ ଟୁର୍ଣ୍ଣାମେଣ୍ଟ, ସାଇହାଲ୍ ସୁନାବେଢ଼ା ଚମ୍ପିୟାନ୍

by ସଞ୍ଜୟ ସ୍ୱାଇଁ
January 14, 2024
in Nayagarh, Sports, State
ସର୍ବଭାରତୀୟ ନୟାଗଡ଼ କପ୍ ଫୁଟବଲ ଟୁର୍ଣ୍ଣାମେଣ୍ଟ, ସାଇହାଲ୍ ସୁନାବେଢ଼ା ଚମ୍ପିୟାନ୍
389
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଖେଳପଡ଼ିଆଠାରେ ଅନୁଷ୍ଠିତ ସର୍ବଭାରତୀୟ ନୟାଗଡ଼ କପ୍ ଫୁଟବଲ ଟୁର୍ଣ୍ଣାମେଣ୍ଟ ଆଜି ଉଦଯାପିତ ହୋଇଯାଇଛି । ଆଜି ସାଇହାଲ ସୁନାବେଢ଼ା ଏବଂ ଟାଟା ଫୁଟବଲ ଏକାଡେମୀ ଜାମସେଦପୁର ମଧ୍ୟରେ ମ୍ୟାଚ ଅନୁଷ୍ଠିତ ହୋଇଥିଲା । ଫାଇନାଲ ମ୍ୟାଚ ଅତ୍ୟନ୍ତ ସଂଘର୍ଷପୂର୍ଣ୍ଣ ଏବଂ ଚିତ୍ତାକର୍ଷକ ଥିଲା । ସାଇହାଲ ସୁନାବେଢ଼ା ୫-୨ ଗୋଲରେ ବିଜୟୀ ହୋଇ ଚମ୍ପିୟାନ ଆଖ୍ୟା ପାଇଛି । ଖେଳର ପ୍ରଥମାର୍ଦ୍ଧରେ ସାଇହାଲ ଟାଟା ଦଳକୁ ୨ଟି ଗୋଲ ଦେଇଥିଲା । ଟାଟା ଦଳ ୧ଟି ଗୋଲ ଦେଇ ସଂଘର୍ଷ କରିଥିଲା । ଦ୍ୱିତୀୟାର୍ଦ୍ଧରେ ସାଇହାଲ ୩ଟି ଗୋଲ ଦେଇଥିବା ବେଳେ ଟାଟା ୧ଟି ଗୋଲ କରି ପାରିଥିଲା । ଫଳରେ ସାଇହାଲ ସୁନାବେଢ଼ା ୫-୨ ଗୋଲରେ ବିଜୟୀ ହୋଇଥିଲା ।

ଫାଇନାଲ ମ୍ୟାଚରେ ମୁଖ୍ୟ ଅତିଥି ଭାବେ ପୁରୀ ଲୋକସଭା ସାଂସଦ ପିନାକୀ ମିଶ୍ର, ରାଜ୍ୟସଭା ସାଂସଦ ଡ. ଅମର ପଟ୍ଟନାୟକ, ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ, ରଣପୁର ବିଧାୟକ ସତ୍ୟନାରାୟଣ ପ୍ରଧାନ, ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ନୟାଗଡ଼ ଏସପି ରାହୁଲ ଜୈନ, ପୈାର ପରିଷଦ ଅଧ୍ୟକ୍ଷା ନିରୂପମା ଖଟେଇ, ଉପାଧ୍ୟକ୍ଷ ଗୁରୁପ୍ରସାଦ ଜେନା, ଓଡ଼ଗାଁ ବ୍ଲକ ଅଧ୍ୟକ୍ଷ ଲୋକନାଥ ସାହୁ, ଭାପୁର ବ୍ଲକ ଉପାଧ୍ୟକ୍ଷ ବେଣୁଧର ପ୍ରଧାନ ପ୍ରମୂଖ ସାମିଲ ହୋଇଥିଲେ । ବିଜୟୀ ଦଳକୁ ଘରୋଇ ବସ ମାଲିକ ସଂଘ ପକ୍ଷରୁ ଟ୍ରଫି ଏବଂ ୫୦ ହଜାର ଟଙ୍କା ପ୍ରଦାନ କରାଯାଇଥିଲା ।

ଜିଲ୍ଲା ପରିଷଦ ଆଶିଷ ଅଗ୍ରୱାଲ ରନର୍ସ ଅପ୍ ଦଳକୁ ୩୦ ହଜାର ଟଙ୍କା ଓ ଟ୍ରଫି ପ୍ରଦାନ କରାଯାଇଛି । ଆଜିର ଖେଳକୁ ପରିଚାଳନା କରିଥିଲେ ରାଜୁ ମହାନ୍ତି, ଶଶୀକାନ୍ତ ଦାଶିଆ, ଦେବରାଜ ସ୍ୱାଇଁ ଓ ଶେଷଦେବ ବେହେରା । ମ୍ୟାଚ କମିଶନର ଭାବେ ଆଲୋକ କୁମାର ଦାଶ ଦାୟିତ୍ୱ ସମ୍ପାଦନ କରିଥିଲେ । ଏହି ଅବସରରେ ଆଜି ମଧ୍ୟାହ୍ନରେ ସହସ୍ରାଧିକ ଛାତ୍ରାଛାତ୍ରୀଙ୍କୁ ନେଇ ନୟାଗଡ଼ ଖେଳପଡ଼ିଆରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ବିଭିନ୍ନ ଶିକ୍ଷାନୁଷ୍ଠାନ ପକ୍ଷରୁ ସାଂସ୍କୃତିକ କାର୍ଯ୍ୟକ୍ରମରେ ସହଯୋଗ କରାଯାଇଥିଲା । ତ୍ରିରଙ୍ଗା ପତାକା ଧରି ହଜାର ହଜାର ଛାତ୍ରୀଛାତ୍ରୀ ପଡ଼ିଆରେ ନୃତ୍ୟ ପରିବେଷଣ କରିବା ବେଶ୍ ଚିତ୍ତାକର୍ଷକ ଥିଲା । ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥ, କବି ଶେଖ୍ ଅବଦୁଲ ଖାଲିକ୍‌, ଅଧ୍ୟାପକ ଆଶୁତୋଷ ମିଶ୍ର କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!