Saturday, June 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସର୍ବଭାରତୀୟ ହକି ନୟାଗଡ଼ କପ ପାଇଁ ପ୍ରସ୍ତୁତି ବୈଠକ

by ସଞ୍ଜୟ ସ୍ୱାଇଁ
January 14, 2020
in Sports
ସର୍ବଭାରତୀୟ ହକି ନୟାଗଡ଼ କପ ପାଇଁ ପ୍ରସ୍ତୁତି ବୈଠକ
21
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଖେଳ ପଡ଼ିଆରେ ଅନୁଷ୍ଠିତ ହେବାକୁ ଥିବା ସର୍ବ ଭାରତୀୟ ହକି ନୟାଗଡ଼ କପ ପାଇଁ ଆଜି ନୟାଗଡ଼ ତାଜ ହବ ହୋଟେଲ ପରିସରରେ ଏକ ପ୍ରସ୍ତୁତୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ ବିଧାୟକ ତଥା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଯୋଗ ଦେଇ ଖେଳ ଆୟୋଜନ ସଂମ୍ପର୍କରେ ଆଲୋଚନା କରିଥିଲେ । ଏହି ଖେଳ ଆସନ୍ତା ୧୯ ତାରିଖରୁ ଆରମ୍ଭ ହୋଇ ୨୨ରେ ଶେଷ ହେବ ବୋଲି ସୂଚନା ମିଳିଛି । ନୟାଗଡ଼ ଜିଲ୍ଲା ରଗ୍‌ବି ଆସୋସିଏସନ୍ ଦ୍ୱାରା ଆୟୋଜିତ ଏହି ହକି ଟୁନାମେଣ୍ଟରେ ୮ ଗୋଟି ଦଳ ଭାଗ ନେବେ । ୧୯ ତାରିଖ ଉଦ୍‌ଘାଟନି ମ୍ୟାଚରେ କଲିକତା ହକି ଏକାଡେମୀ ବନାମ୍ ସେଲ୍ ହକି ରାଉରକେଲା ସହିତ ଖେଳ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଢେଙ୍କାନାଳ ହକି ଆସୋସିଏସନ ବନାମ ବିଜୁ ପଟ୍ଟନାୟକ ହକି ଏକାଡେମୀ ନୟାଗଡ଼ ମଧ୍ୟରେ ମ୍ୟାଚ ଅନୁଷ୍ଠିତ ହେବ । ସେହିଭଳି ୨୦ ତାରିଖରେ ହାଇଦ୍ରାବାଦ ହକି ଏକାଡେମୀ ବନାମ କିଟ ଭୂବନେଶ୍ୱର ମଧ୍ୟରେ ପ୍ରଥମ ମ୍ୟାଚ ଅନୁଷ୍ଠିତ ହେବ । ଦ୍ୱିତୀୟ ମ୍ୟାଚରେ ଟିକମ୍‌ଗଡ଼ ହକି ଏକାଡେମୀ ମଧ୍ୟ ପ୍ରଦେଶ ବନାମ ପୂର୍ବତଟ ରେଳବାଇ ଭୂବନେଶ୍ୱର ମଧ୍ୟରେ ଖେଳ ଅନୁଷ୍ଠିତ ହେବ । ଏହି ଆଠଟି ଦଳ ମଧ୍ୟରୁ ବିଜୟୀ ଦଳଙ୍କୁ ନେଇ ୨୧ ତାରିଖରେ ସେମିଫାଇନାଲ ଏବଂ ୨୨ ତାରିଖରେ ଫାଇନାଲ ମ୍ୟାଚ ଅନୁଷ୍ଠିତ ହେବ ବୋଲି ସୂଚନା ମିଳିଛି । ପ୍ରତ୍ୟେକ ଦିନ ଖେଳ ଅପରାହ୍ନ ୨ଟା ୩୦ରୁ ଆରମ୍ଭ ହେବ ବୋଲି ଜଣାପଡ଼ିଛି । ଆଜିର ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ପୈାର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ଜେନା, ସମାଜସେବୀ ପ୍ରମୋଦ ପଟ୍ଟନାୟକ, ସୁଦୀପ୍ତ ଉଦୟଭାନୁ, ମିତାଲୀ ପ୍ରିୟଦର୍ଶିନୀ ପ୍ରମୂଖ ଯୋଗ ଦେଇଥିଲେ । କାର୍ଯ୍ୟକ୍ରମକୁ ବରିଷ୍ଠ ସାମ୍ବାଦିକ ପ୍ରଦୀପ୍ତ ରଥ ସଂଚାଳନ କରିଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!