Wednesday, October 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମାଟିରେ ମିଶିଲା ଜବରଦଖଲ

by ସଞ୍ଜୟ ସ୍ୱାଇଁ
March 2, 2020
in Feature News
ମାଟିରେ ମିଶିଲା ଜବରଦଖଲ
25
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ସହରରେ ଆଜି ବଡ଼ ଧରଣର ଜବରଦଖଲ ଉଚ୍ଛେଦ କରାଯାଇଛି । ପାହାଡ଼କୁ ସଫା କରି ନିର୍ମାଣ କରାଯାଇଥିବା ୧୧ଟି ବାସଗୃହ ସମେତ ଆରଏମ୍‌ସି ପ୍ରସ୍ତାବିତ ସ୍ଥାନରେ ନିର୍ମାଣ ହୋଇଥିବା ଏଲଆଇସି ଏଜେଣ୍ଟ ଆସୋସିଏସନ ଗୃହକୁ ଭାଙ୍ଗି ମାଟିରେ ମିଶାଇ ଦିଆଯାଇଛି । ଜବରଦଖଲ କରାଯାଇଥିବା ମୋଟ ୧୨ଟି ଗୃହକୁ ନୟାଗଡ଼ ତହସିଲଦାର ଭିକାରୀ ସାହୁ, ପୈାର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ଜେନାଙ୍କ ଉପସ୍ଥିତିରେ ଉଚ୍ଛେଦ କରାଯାଇଥିବା ବେଳେ ଏଥିରେ ପୈାର କର୍ମଚାରୀମାନେ ମଧ୍ୟ ସହଯୋଗ କରିଛନ୍ତି । ଏଲ୍‌ଆଇସି କାର୍ଯ୍ୟାଳୟ ପଛ ପାଖରେ ତଥା ବରିଷ୍ଠ ନାଗରିକ ଗୋଷ୍ଠୀ କେନ୍ଦ୍ର ନିକଟରେ ଥିବା ଏକ ସ୍ଥାନକୁ ଏବେ ଏଲଆଇସି ଏଜେଣ୍ଟ ଆସୋସିଏନ ନାମରେ କବଜା କରାଯାଇଥିଲା । ଏନେଇ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇବା ସହ ଆଜି ଜବରଦଖଲ ଉଚ୍ଛେଦ କରାଯାଇଛି । ଏଥିପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!