Wednesday, July 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜାତୀୟ ମତଦାତା ଦିବସ ପାଳିତ

by ସଞ୍ଜୟ ସ୍ୱାଇଁ
January 25, 2020
in Nayagarh
ଜାତୀୟ ମତଦାତା ଦିବସ ପାଳିତ
70
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାପାଳଙ୍କ ସଦଭାବନା ସଭା ଗୃହରେ ଦଶମ ଜାତୀୟ ମତଦାତା ଦିବସ ପାଳିତ ହୋଇଯାଇଛି । ନୟାଗଡ଼ ଜିଲ୍ଲାପାଳ ଡ. ପୋମା ଟୁଡୁଙ୍କ ଅଧକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ବିଧାନ ଚନ୍ଦ୍ର ରାୟ, ପ୍ରକଳ୍ପ ନିର୍ଦ୍ଦେଶକ ସୁବାସ ଚନ୍ଦ୍ର ରାୟ, ଉପଜିଲ୍ଲାପାଳ ଲଗ୍ନଜିତ ରାଉତ, ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମୀଧର ବେହେରା, ସୂଚନା ଓ ଲୋକ ସଂମ୍ପର୍କ ଅଧିକାରୀ ଡ. ପ୍ରମୋଦ କୁମାର ନାୟକ ଯୋଗ ଦେଇଥିଲେ ।

ଏହି ଅବସରରେ ନୂତନ ଭାବେ ୧୮ ବର୍ଷ ହୋଇଥିବା ଭୋଟରମାନଙ୍କୁ ସେମାନଙ୍କ ପରିଚୟ ପତ୍ର ପ୍ରଦାନ କରିବା ସହ ଜିଲ୍ଲାପାଳ ତଥା ମୁଖ୍ୟ ନିର୍ବାଚନ ଅଧିକାରୀ ଡ. ଟୁଡୁ ସେମାନଙ୍କୁ ମତଦାନ କରିବା ପାଇଁ ଉତ୍ସାହିତ କରିଥିଲେ । ଗଣତାନ୍ତ୍ରିକ ବ୍ୟବସ୍ଥାରେ ସମସ୍ତ ମତଦାତା ମାନେ ଭୋଟ ଦେବା ସହ ଗଣତନ୍ତ୍ରକୁ ସମୃଦ୍ଧ କରିବାକୁ ଆହ୍ୱାନ ଦେଇଥିଲେ । ଭାରତର ନାଗରିକ ହିସାବରେ ଗଣତନ୍ତ୍ର ଉପରେ ନିଜର ପୂର୍ଣ୍ଣ ଆସ୍ଥା ରଖି, ଦେଶର ଗଣତାନ୍ତ୍ରିକ ପରମ୍ପରାର ମର୍ଜ୍ଜଦା ବଜାୟ ରଖିବାକୁ କହିଥିଲେ । ମୁକ୍ତ ଅବାଧ, ଶାନ୍ତିପୂର୍ଣ୍ଣ ନିର୍ବାଚନର ଗରିମା ଅକ୍ଷୁର୍ଣ୍ଣ ରଖି ନିର୍ଭିକ ହୋଇ ଜାତି, ଧର୍ମ, ବର୍ଣ୍ଣ, ଗୋଷ୍ଠୀ, ଭାଷା, ଅଥବା ଅନ୍ୟ କୈାଣସି ପ୍ରଲୋଭନରେ ପ୍ରଭାବିତ ନହୋଇ ପ୍ରତ୍ୟେକ ନିର୍ବାଚନରେ ନିଜର ମତାଧିକାର ସାବ୍ୟସ୍ତ କରିବା ପାଇଁ ଜିଲ୍ଲାପାଳ ଉପସ୍ଥିତ ସରକାରୀ କର୍ମଚାରୀ, ଛାତ୍ରଛାତ୍ରୀ, ଯୁବକ, ସମାଜସେବୀ, ବରିଷ୍ଠ ନାଗରିକ ଏବଂ ଗଣମାଧ୍ୟମ ପ୍ରତିନିଧିଙ୍କୁ ଶପଥ ପାଠ କରାଇଥିଲେ ।

ଏହି ଅବସରରେ ସକାଳ ୯ ଘଟିକା ସମୟରେ ନୟାଗଡ଼ ବାଳିକା ଉଚ୍ଚ ବିଦ୍ୟାଳୟଠାରୁ ଏକ ସଚେନତତା ଶୋଭାଯାତ୍ରା ବାହାରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନିକଟକୁ ଆସିଥିଲା । ଏହି ଶୋଭାଯାତ୍ରାକୁ ଉପଜିଲ୍ଲାପାଳ ଲଗ୍ନଜିତ ରାଉତ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ଜାତୀୟ ମତଦାତା ଦିବସ ଅବସରରେ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗୀତାର କୃତ୍ତି ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ ରାଶି ସହ ମାନପତ୍ର ପ୍ରଦାନ କରାଯାଇଥିଲା ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!