ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ପରିଷଦ ସପ୍ତମ ସାଧାରଣ ଅଧିବେଶନ ଜିଲ୍ଲା ପରିଷଦ ସଭା ଗୃହରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ପରିଷଦ ଅଧ୍ୟକ୍ଷା ବୈଜୟନ୍ତୀ ମାଳା ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସଭାରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତି କରଣ, ମତ୍ସ ଓ ପ୍ରାଣୀ ସଂପଦ ଏବଂ ଉଚ୍ଚ ଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଯୋଗ ଦେଇଥିବା ବେଳେ ଅନ୍ୟତମ ଅତିଥ ଭାବେ ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ତଥା ରଣପୁର ବିଧାୟକ ସତ୍ୟ ନାରାୟଣ ପ୍ରଧାନ, ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା, ଜିଲ୍ଲାପାଳ ଡ. ପୋମା ଟୁଡୁ, ପ୍ରକଳ୍ପ ନିର୍ଦ୍ଦେଶକ ସୁବସ ଚନ୍ଦ୍ର ରାୟ, ବନଖଣ୍ଡ ଅଧିକାରୀ ଧନରାଜ ଏଚ.ଡି, ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ଅଖିଳ କୁମାର ଜାନୀ ପ୍ରମୂଖ ଯୋଗ ଦେଇଥିଲେ । ଏହି ବୈଠକରେ ମହାତ୍ମାଗାନ୍ଧୀ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା, ଆବାସ ଯୋଜନା, ଜଳସେଚନ, ପୂର୍ତ୍ତ ବିଭାଗ, ବନ ବିଭାଗ, ପାନୀୟ ଜଳ ଓ ପାଇଖାନା, ଯୋଗାଣ ବିଭାଗର ଧାନକ୍ରୟ, ଶିକ୍ଷା ଆଦି ସଂମ୍ପର୍କରେ ଆଲୋଚନା ହୋଇଯାଇଛି ।






