Monday, April 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜାତୀୟ ଲୋକ ଅଦାଲତ ଅନୁଷ୍ଠିତ

by ସଞ୍ଜୟ ସ୍ୱାଇଁ
February 8, 2020
in Feature News
ଜାତୀୟ ଲୋକ ଅଦାଲତ ଅନୁଷ୍ଠିତ
25
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ଆଇନସେବା ପ୍ରାଧିକରଣଙ୍କ ପକ୍ଷରୁ ଆଜି ସମଗ୍ର ଜିଲ୍ଲାର ବିଚାର ବିଭାଗୀୟ ଅଦାଲତ ପରିସରରେ ଜାତୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି । ଏହି ଲୋକ ଅଦାଲରେ ମୋଟ ୭୭୧ ଗୋଟି ମାମଲା ଆଗତ କରାଯାଇ ୧୦୮ ଗୋଟି ମାମଲାର ଫଇସଲା କରାଯାଇଛି । ସେହିପରି ୨୦୯୬ ଗୋଟି ବ୍ୟାଙ୍କ ଋଣ ଅନାଦେୟ ମାମଲାର ଆଗତ କରାଯାଇ ୧୦୧ ଗୋଟି ମାମଲାର ସମାଧାନ କରାଯାଇଛି । ଏହା ଦ୍ୱାରା ୩୭ ଲକ୍ଷ ୮୩ ହଜାର ୧୨ଟଙ୍କା ବ୍ୟାଙ୍କ ଋଣ ଆଦାୟ କରାଯିବା ନେଇ ରାଜିନାମା ସ୍ୱାକ୍ଷର କରାଯାଇଥିଲା । ଏହି ଅବସରରେ ନୟାଗଡ଼ ଜିଲ୍ଲା ଜଜ କୋର୍ଟ ପକ୍ଷରୁ ୯ ଗୋଟି ଗାଡ଼ି ମୋଟର ଦୁର୍ଘଟଣା ମାମଲାର ଫଇସଲା ହୋଇ ୩୩ ଲକ୍ଷ ୯୦ ହଜାର ଟଙ୍କା ଆଦାୟ କରାଯାଇଛି । ସେହିଭଳି ୫୦ଟି ବୈବାହିକ ମାମଲା, ୭ଟି ସିଭିଲ ମାମଲା, ୮ଟି ଚେକ୍ ବାଉନ୍ସ ମାମଲାର ଫଇସଲା କରାଯାଇଥିବା ଜଣାପଡ଼ିଛି । ଉକ୍ତ ଲୋକ ଅଦାଲତରେ ଜିଲ୍ଲାଜଜ୍ ଗୋପାଳ ଚନ୍ଦ୍ର ପଟ୍ଟନାୟକଙ୍କ ସମେତ ବିଚାର ବିଭାଗୀୟ ଜଜ ମାନେ ଉପସ୍ଥିତ ରହି ବିବାଦ ସମାଧାନ କରାଇଥିଲେ । କୋର୍ଟ ମ୍ୟାନେଜର ସଂଗ୍ରାମ କେଶରୀ ଜେନା ଏବଂ କୋର୍ଟ କର୍ମଚାରୀମାନେ ସହଯୋଗ କରିଥିଲେ । ଏଥି ସହିତ ପରବର୍ତ୍ତୀ ଲୋକ ଅଦାଲର ଅପ୍ରେଲ ୧୧ ତାରିଖରେ ଅନୁଷ୍ଠିତ ହେବ ବୋଲି ଆଇନସେବା ପ୍ରାଧିକରଣ ସଚିବ ରଂଜୁଲତା ପଣ୍ଡା ପ୍ରକାଶ କରିଛନ୍ତି ।

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026
୨୦ରୁ ୨୩ ପର୍ଯ୍ୟନ୍ତ ସ୍କୁଲ୍ ଛୁଟି:ପରବର୍ତ୍ତୀ ସମୟରେ ବଢ଼ିପାରେ !

୨୦ରୁ ୨୩ ପର୍ଯ୍ୟନ୍ତ ସ୍କୁଲ୍ ଛୁଟି:ପରବର୍ତ୍ତୀ ସମୟରେ ବଢ଼ିପାରେ !

April 19, 2026
ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

April 18, 2026
ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

April 18, 2026
ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

April 18, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!