ନୟାଗଡ଼ (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ପାଇଁ ଏକ ଖୁସି ଖବର । ଜନସାଧାରଣଙ୍କ ସେବା ନିମନ୍ତେ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ୬ ଶଯ୍ୟା ବିଶିଷ୍ଟ ଆଇ.ସି.ୟୁ ବ୍ୟବସ୍ଥାର ଶୁଭ ଉଦଘାଟନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅପରାହ୍ନ ୫.୩୦ ସମୟରେ ଉଦଘାଟନ କରିବେ । ଏଥିସହିତ ଚାନ୍ଦପୁର ବସନ୍ତ ମଞ୍ଜରୀ ଡାକ୍ତରଖାନାରେ ଚାପ ଅବଶୋଷଣ ପ୍ରଣାଳୀରେ ମେଡିକାଲ ଅକ୍ସିଜେନ ଉତ୍ପାଦି କରଣ ଏବଂ ବଣ୍ଟନ ବ୍ୟବସ୍ଥାର ଭିତ୍ତି ପ୍ରସ୍ତର ସ୍ଥାପନ କରାଯିବ । ଆଜି ଭର୍ଚୁଆଲ ମୁଡରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିବା ସହ ଶିଳାନ୍ୟାସ କରିବେ । ନୟାଗଡ଼ ବିଧାୟକ ତଥା ରାଜ୍ୟସରକାରଙ୍କ କୃଷି ଓ କୃଷକ ସଶକ୍ତି କରଣ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଡ.ଅରୁଣ କୁମାର ସାହୁ ଉପସ୍ଥିତ ରହିବେ । ନୟାଗଡ଼ ଜିଲ୍ଲାପାଳ ଡ.ପୋମା ଟୁଡୁ ଓ ବରିଷ୍ଠ ଅଧିକାରୀମାନେ ଉକ୍ତ କାର୍ଯ୍ୟକ୍ରମରେ ସାମିଲ ହେବେ ।





