Monday, September 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ ମୁଖ୍ୟ ଚିକିତ୍ସାଳୟରେ ବିଶ୍ୱ କର୍କଟ ଦିବସ ପାଳିତ

by ସଞ୍ଜୟ ସ୍ୱାଇଁ
February 4, 2020
in Health
ନୟାଗଡ଼ ମୁଖ୍ୟ ଚିକିତ୍ସାଳୟରେ ବିଶ୍ୱ କର୍କଟ ଦିବସ ପାଳିତ
32
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା ବ୍ୟୁରୋ): ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଦ୍ୱାରା ବିଶ୍ୱ କର୍କଟ ଦିବସ ତଥା ଜିଲ୍ଲାସ୍ତରୀୟ ସଚେତନତା ସଭା ନୟାଗଡ଼ ମୁଖ୍ୟ ଚିକିତ୍ସାଳୟ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟଅତିଥିଭାବେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡଃ. ଶ୍ୱେତ କୁମାର ମହାପାତ୍ର ଯୋଗଦେଇଥିବା ବେଳେ ସହକାରୀ ସଂଚାରଣ ଜନସ୍ୱାସ୍ଥ୍ୟ ଅଧିକାରୀ ପ୍ରସନ୍ନ କୁମାର ମହାପାତ୍ର, ଡଃ ନୈଷଦି ଅଲ୍ଲୀ ଖାଁ, ଡଃ ଜାରକା ପ୍ରସାଦ ତ୍ରିପାଠୀ ପ୍ରମୁଖ ଯୋଗ ଦେଇଥିଲେ । ଅତିଥିମାନେ କ୍ୟାନସର ରୋଗରୁ ରକ୍ଷା ପାଇବା ପାଇଁ ଖାଦ୍ୟ ଓ ପାନୀୟ ଜଙ୍କଫୁଡ୍ ନ ଖାଇବାକୁ ପରାମର୍ଶ ଦେଇଥିଲେ । ଏହା ସହିତ ଧୁମ୍ରପାନ, ମଦ୍ୟପାନ ହେଉଛି କ୍ୟାନସରର ମୂଳ କାରଣ ବୋଲି ତାଙ୍କ ବକ୍ତବ୍ୟରେ ପ୍ରକାଶ କରିଥିଲେ । ଉକ୍ତ ରୋଗରୁ ରକ୍ଷା ପାଇବା ପାଇଁ ଆଧୁନିକ ଚିକିତ୍ସା ଉପରେ ଗୁରୁତ୍ୱ ଦେବାକୁ ପରାମର୍ଶ ଦେଇଥିଲେ । ଏହାର ପ୍ରତିକାର ପାଇଁ ଆଶାକର୍ମୀ ଓ ସ୍ୱେଚ୍ଛାସେବୀମାନେ ବହୁଳ ଭାବରେ ଗ୍ରାମାଞ୍ଚଳରେ ପ୍ରଚାର ପ୍ରସାର କରିବାର ଆବଶ୍ୟକତା ରହିଛି ବୋଲି ଅତିଥିମାନେ ତାଙ୍କ ବକ୍ତବ୍ୟରେ ପ୍ରକାଶ କରିଥିଲେ । ଏହି ଅବସରରେ ନୟାଗଡ଼ ଜିଲ୍ଲା ସ୍ୱାସ୍ଥ୍ୟ ସମିତି ତରଫରୁ ସକାଳ ୮ଘଟିକା ସମୟରେ ମୁଖ୍ୟ ଚିକିତ୍ସାଳୟ ଠାରୁ ଏକ ସଚେତନତା ପଦଯାତ୍ରା ନୟାଗଡ଼ ସହର ପରିକ୍ରମା କରିଥିଲା । ଏହି ପଦଯାତ୍ରାରେ ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟର ଛାତ୍ରଛାତ୍ରୀ, ଆଶାକର୍ମୀ, ବିଭିନ୍ନ ନର୍ସିଂ ସ୍କୁଲର ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ । ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ପତକା ଦେଖାଇ ଏହାର ଶୁଭାରମ୍ଭ କରିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!