Wednesday, August 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ ନିର୍ବାଚନମଣ୍ଡଳୀ: ପ୍ଲାଜମା ଦାନ ପାଇଁ ଭୁବନେଶ୍ୱର

by Sanjay Swain
August 10, 2020
in Feature News
ନୟାଗଡ଼ ନିର୍ବାଚନମଣ୍ଡଳୀ: ପ୍ଲାଜମା ଦାନ ପାଇଁ ଭୁବନେଶ୍ୱର
687
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ରାଜ୍ୟରେ କରୋନା ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ରାଜ୍ୟ ସରକାର ଏହାକୁ କମାଇବା ପାଇଁ ବିିଭିନ୍ନ ପଦକ୍ଷେପ ନେଉଛନ୍ତି । ଗତ କିଛିଦିନ ତଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରୋନାରେ ସୁସ୍ଥ ହୋଇଥିବା ବ୍ୟକ୍ତିମାନଙ୍କୁ ପ୍ଲାଜମା ଦାନ କରିବା ପାଇଁ ଅନୁରୋଧ କରିଥିଲେ । ଏଥିପାଇଁ ରାଜନୈତିକ ଓ ପ୍ରଶାସନିକ ସ୍ତରରେ ଉଦ୍ୟମ ଜାରି ରହିଛି । ନୟାଗଡ଼ ବିଧାୟକ ତଥା ରାଜ୍ୟ ସରକାରଙ୍କ କୃଷି, କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ତଥା ଉଚ୍ଚଶିକ୍ଷାମନ୍ତ୍ରୀ ଡ. ଅରୁଣ କୁମାର ସାହୁ ନିଜ ନିର୍ବାଚନ ମଣ୍ଡଳୀରେ ପାଇଁ ଆହ୍ୱାନ ଦେଇଥିଲେ । ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ସମସ୍ତଙ୍କୁ ଅନୁରୋଧ କରିଥିଲେ । ସୂଚନାଅନୁସାରେ ଆଜି ନୟାଗଡ଼ ନିର୍ବାଚନ ମଣ୍ଡଳୀର ୩ଜଣ ବ୍ୟକ୍ତି ପ୍ଲାଜମା ଦାନ କରିବା ପାଇଁ ଭୁବନେଶ୍ୱର ଗସ୍ତ କରିଛନ୍ତି । ଓଡ଼ଗାଁ ବ୍ଲକ୍ ସୁନାମୁହିଁ ଗ୍ରାମର ମହେନ୍ଦ୍ର କୁମାର ସାହୁ, ରୋହିବାଙ୍କ ଗ୍ରାମର ବସନ୍ତ କୁମାର ଡାକୁଆ ଏବଂ ନୟାଗଡ଼ ମୁନିସିପାଲିଟିର ରାହୁଲ ସୁବୁଦ୍ଧି ଏଥିରେ ସାମିଲ ହୋଇଛନ୍ତି । ଆଜି ସେମାନଙ୍କୁ ଫୁଲତୋଡ଼ା ଓ ଉପଢୌକନ ଦେଇ ସସମ୍ମାନେ ଭୁବନେଶ୍ୱର ପଠାଯାଇଛି । ନୟାଗଡ଼ ମୁନିସିପାଲିଟି କାର୍ଯ୍ୟନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ଜେନା, ସମାଜସେବୀ ପୂର୍ଣ୍ଣଚନ୍ଦ୍ର ନାୟକ, ବ୍ଲକ୍ ଉପାଧ୍ୟକ୍ଷ ସୁବାଷ କହଁର ଓ ନୟାଗଡ଼ ମୁନିସିପାଲିଟିର ପୂର୍ବତନ ନଗରପାଳ ଗୁରୁପ୍ରସାଦ ଜେନା ପ୍ରମୁଖ ସାମିଲ ହୋଇ ସେମାନଙ୍କୁ ଉତ୍ସାହିତ କରିଥିଲେ । ଭୁବନେଶ୍ୱରଠାରେ ସ୍ଥାନୀୟ ବିଧାୟକ ଡ. ସାହୁ କ୍ୟାପିଟାଲ ହସ୍‌ପିଟାଲରେ ପହଞ୍ଚି ସେମାନଙ୍କୁ ସ୍ୱାଗତ କରିନେବେ ବୋଲି ଜଣାପଡିଛି । ଏହି ପ୍ଲାଜ୍‌ମା ଦାନରେ ସମସ୍ତେ ସହଯୋଗ କରିବା ପାଇଁ ସେ ନିବେଦନ କରିଛନ୍ତି । ଜଣକ ପ୍ଲାଜମା ଦାନ ଦ୍ୱାରା ଦୁଇଜଣ ବ୍ୟକ୍ତି ମୃତ୍ୟୁମୁଖରୁ ବର୍ତ୍ତିବେ ବୋଲି ଜଣାପଡିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!