Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସିବିଏସଇ ମାଟ୍ରିକ ପରୀକ୍ଷା ଫଳ – ଓଡ଼ିଶା ଆଦର୍ଶ ବିଦ୍ୟାଳୟ ନୋତର ରାଜ୍ୟରେ ପ୍ରଥମ

by ସଞ୍ଜୟ ସ୍ୱାଇଁ
July 24, 2022
in Education, Nayagarh
ସିବିଏସଇ ମାଟ୍ରିକ ପରୀକ୍ଷା ଫଳ – ଓଡ଼ିଶା ଆଦର୍ଶ ବିଦ୍ୟାଳୟ ନୋତର ରାଜ୍ୟରେ ପ୍ରଥମ
825
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା) : ସିବିଏସଇ ପରୀକ୍ଷା ଫଳ ପ୍ରକାଶ ପାଇ ସାରିଥିବା ବେଳେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଗୁଡ଼ିକ ମଧ୍ୟରୁ ରାଜ୍ୟରେ ପ୍ରଥମ ସ୍ଥାନ ଅଧିକାର କରିଛି ନୟାଗଡ଼ ଜିଲ୍ଲା ସଦର ବ୍ଲକ ଅନ୍ତର୍ଗତ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ନୋତର । ରାଜ୍ୟର ଟପ ୧୦ ତାଲିକାର ପ୍ରଥମ ସ୍ଥାନରେ ନୋତର ଓଏଭି ରହିଥିବା ବେଳେ ଦ୍ୱିତୀୟରେ କେଉଁଝର ଆନନ୍ଦପୁର ଓଏଭି ଶାଳପଡ଼ା ଓ ତୃତୀୟରେ ଅନୁଗୁଳ ଜିଲ୍ଲା କିଶୋରନଗର ବ୍ଲକ ଓଏଭି ରାଣିଆକଟା ରହିଛି ।

ଓଡ଼ିଶା ଆଦର୍ଶ ବିଦ୍ୟାଳୟର ୮୧ ଜଣ ଛାତ୍ରଛାତ୍ରୀ ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଦେଇଥିବା ବେଳେ ଶହ ପ୍ରତିଶତ କୃତ୍ତକାର୍ଯ୍ୟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୩ ଜଣ ୯୫ ପ୍ରତିଶତରୁ ଅଧିକ ମାର୍କ ରଖିଥିବା ବେଳେ ୩୦ ଜଣ ୯୦ ପ୍ରତିଶତରୁ ଅଧିକ ମାର୍କ ରଖିଛନ୍ତି । ୮୧ ଜଣ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ମୋଟ ୭୬ ଜଣ ଛାତ୍ରଛାତ୍ରୀ ୬୦ ପ୍ରତିଶତରୁ ଉଦ୍ଧ୍ୱର୍ ମାର୍କ ରଖିଥିବା ବିଦ୍ୟାଳୟ ପକ୍ଷରୁ ସୂଚନା ମିଳିଛି । ଜିଲ୍ଲାରେ ଥିବା ଅନ୍ୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ତୁଳନାରେ ନୋତର ଓଏଭି ସବୁଠାରୁ ଆଗରେ ରହିଥିବା ବେଳେ ରାଜ୍ୟରେ ପ୍ରଥମ ସ୍ଥାନ ଅଧିକାର କରିଥିବା ଜଣାଯାଇଛି । ଟପ୍ପର ହୋଇଥିବା ଛାତ୍ରୀ ୫ ଶହ ମାର୍କରୁ ୪୯୪ ମାର୍କ ରଖି ଆଗରେ ରହିଛନ୍ତି । ଏହାକୁ ନେଇ ବିଦ୍ୟାଳୟରେ ଖୁସିର ମାହୋଲ ଖେଳି ଯାଇଥିବା ବେଳେ ଆଜି ମେଧା ସମ୍ମାନ କାର୍ଯ୍ୟକ୍ରମରେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ବେଶ୍ ପ୍ରଶଂସା କରିଛନ୍ତି । ଛାତ୍ରଛାତ୍ରୀମାନେ ପାଢ଼ ପଢ଼ା ସହିତ ଅନ୍ୟାନ କାର୍ଯ୍ୟରେ ମଧ୍ୟ ଆଗରେ ରହିଥିବା କହିଛନ୍ତି । ଟ୍ରାଫିକ ସଚେତନତା ଭିଡିଓ, ପରିବେଶ ସଚେତନତା ଭିଡିଓ ଜରିଆରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ନୋତର ସାରା ଦେଶରେ ନାଁ କରିଥିବା ସୂଚନା ଦେଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!