Wednesday, November 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଟାଉନଥାନା ପୁଲିସକୁ ସଫଳତା, ୨୫ ସାଇକେଲ ଜବତ, ୪ ଗିରଫ

by ସଞ୍ଜୟ ସ୍ୱାଇଁ
December 14, 2023
in Crime, Nayagarh, State
ଟାଉନଥାନା ପୁଲିସକୁ ସଫଳତା, ୨୫ ସାଇକେଲ ଜବତ, ୪ ଗିରଫ
2.4k
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଟାଉନଥାନା ପୁଲିସ ଏକ ସାଇକେଲ୍ ଚୋର ଗ୍ୟାଙ୍ଗକୁ ଧରିବାରେ ସଫଳ ହୋଇଛି । ପୁଲିସ ୨୫ଟି ଚୋରା ସାଇକେଲ ଜବତ କରିବା ସହ ୪ ଜଣଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ ନୟାଗଡ଼ ସଦରଥାନା ଅନ୍ତର୍ଗତ ବାଲୁଗାଁ ପଞ୍ଚାୟତ ନୂଆକଣ୍ଟାବଣିଆ ଗ୍ରାମର ଶରତ ପ୍ରଧାନଙ୍କ ପୁଅ ଅଲେଖ ପ୍ରଧାନ ମୁଖ୍ୟ ଅଭିଯୁକ୍ତ ବୋଲି ପୁଲିସଠାରୁ ସୂୂଚନା ମିଳିଛି । ଅନ୍ୟ ଅଭିଯୁକ୍ତମାନେ ହେଲେ ସଦରଥାନା ଅନ୍ତର୍ଗତ କ୍ରିଦାଶପୁର ପଞ୍ଚାୟତ ଡିମିରିପାଟଣା ଗ୍ରାମର ବାଙ୍କନିଧି ସାହୁଙ୍କ ପୁଅ କୁମର ରଞ୍ଜନ ସାହୁ, ଉକ୍ତ ଗ୍ରାମର ଏକାଦଶୀ ନାୟକଙ୍କ ପୁଅ ପ୍ରଶାନ୍ତ କୁମାର ନାୟକ ଓରଫ ଅଖି, ବାଲୁଗାଁ ପଞ୍ଚାୟତ ନୂଆକଣ୍ଟାବଣିଆ ଗ୍ରାମର କାଳିଆ ସ୍ୱାଇଁଙ୍କ ପୁଅ ହରେଶ ସ୍ୱାଇଁ ଓରଫ ମନୁଆ ବୋଲି ସୂଚନା ମିଳିଛି ।

ଗତ ୧୧ ତାରିଖ ନୟାଗଡ଼ ସହର ଗ୍ୟାଲେସ୍କି ଚପଲ ସୋରୁମଠାରୁ ମାଲିକ ପ୍ରକାଶ ଚନ୍ଦ୍ର ଷଡ଼ଙ୍ଗୀଙ୍କ ଏକ ସାଇକେଲ ଚୋରୀ ହୋଇଥିଲା । ଏନେଇ ଥାନାରେ ଅଭିଯୋଗ ପରେ ପୁଲିସ ମାମଲା ରୁଜୁ କରିଥିଲା । ଟାଉନଥାନା ଏସଆଇ ଧର୍ମେନ୍ଦ୍ର ଶିଆଳ ଘଟଣାର ତଦନ୍ତ ଦାୟିତ୍ୱ ନେଇଥିଲେ । ସିସିଟିଭି୍ ଫୁଟେଜ୍ ଆଧାରରେ କୁମର ସାଇକେଲ ଚୋରୀ କରିଥିବା ସ୍ପଷ୍ଟ ହୋଇଥିଲା । କୁମରକୁ ପୁଲିସ ପ୍ରଥମେ ହେପାଜତକୁ ନେବା ପରେ ସେ ସବୁ ସତ ମାନିଥିଲା ।

ମୁଖ୍ୟ ଅଭିଯୁକ୍ତ ଅଲେଖ ପ୍ରଧାନ କଥାରେ ପରିଚାଳିତ ହୋଇ ଏବଂ ତାହାଠାରୁ ନିଶାଦ୍ରବ୍ୟ ସେବନ କରି ସେମାନେ ଦୀର୍ଘଦିନ ଧରି ଏହି ର୍ୟା କେଟ୍ ଚଳାଇ ଆସୁଥିବା ପୁଲିସ ତଦନ୍ତ ବେଳେ ଜାଣିବାକୁ ପାଇଥିଲା । ସାଇକେଲ ଚୋରୀ କରି ଏହାକୁ କ୍ରିଦାଶପୁର ପଞ୍ଚାୟତର ବିଭିନ୍ନ ଗ୍ରାମରେ ବିକ୍ରି କରାଯାଇଥିଲା । ଅଭିଯୁକ୍ତଙ୍କଠାରୁ ସୂଚନା ପାଇଁ ପୁଲିସ ୨୫ଟି ସାଇକେଲ ଜବତ କରିଛି । ଏନେଇ ନୟାଗଡ଼ ଟାଉନଥାନା ପୁଲିସ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେବା ସହ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଥିବା ଜଣାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!