ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ ଅନ୍ତର୍ଗତ ଗୋତିସାହି ପଂଚାୟତରେ ଜୀବନ ବିନ୍ଦୁ ଆନୁକୂଲ୍ୟରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ରଣପୁର ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ସତ୍ୟ ନାରାୟଣ ପ୍ରଧାନ ଯୋଗ ଦେଇ ରକ୍ତଦାତାଙ୍କୁ ଉତ୍ସାହିତ କରିଥିଲେ । ସ୍ଥାନୀୟ ଯୁବକମାନଙ୍କ ମଧ୍ୟରେ ରକ୍ତଦାନ କରିବାର ଉତ୍ସାହ ଆଜି ଦେଖିବାକୁ ମିଳିଥିଲା । ଏହି ରକ୍ତଦାନା ଶିବିରରେ ୨୯ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ସମାଜସେବୀ ଦିପ୍ତିରଂଜନ ପରିଡ଼ା ଏବଂ ସହଯୋଗୀମାନେ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।






