Tuesday, May 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜନ୍ମବେଦୀ ମୁହାଁ କାଳିଆ ସାଆନ୍ତ

by ସଞ୍ଜୟ ସ୍ୱାଇଁ
June 27, 2025
in Feature News
ଜନ୍ମବେଦୀ ମୁହାଁ କାଳିଆ ସାଆନ୍ତ
17
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ମହାପ୍ରଭୃ ଶ୍ରୀ ଜଗନ୍ନାଥଙ୍କ ପବିତ୍ର ଘୋଷଯାତ୍ରା ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ମହାପ୍ରଭୃ ଶ୍ରୀ ଜଗନ୍ନାଥ ବଡ଼ଭାଇ ଏବଂ ସାନଭଉଣୀଙ୍କ ସହ ରଥାଋଢ଼ ହୋଇଛନ୍ତି । ନୟାଗଡ଼ ପୁରୁଣାସହରରେ ଅବସ୍ଥିତ ଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ରଥଯାତ୍ରା ପାଇଁ ସବୁ ପ୍ରକାର ବ୍ୟବସ୍ଥା ହୋଇଥିବା ବେଳେ ଆଜି ଭକ୍ତ ଓ ଭଗବାନ ଏକାକାର ହୋଇଛନ୍ତି । ନୀତି ଅନୁସାରେ, ଶୁକ୍ରବାର ସକାଳୁ ପୂଜାର୍ଚ୍ଚନା କରାଯାଇ ରଥଯାତ୍ରା ଆରମ୍ଭ ପର୍ବ ଆରମ୍ଭ ହୋଇଛି । ସକାଳ ୯ ଘଟିକାରେ ରଥ ପ୍ରତିଷ୍ଠା, ୧୦ଟା ୩୦ରେ ପହଣ୍ଡି ବିଜେ କରାଯାଇଛି । ରାଜା ରାମେଶ୍ୱର ପ୍ରସାଦ ସିଂ ମାନଧାତା ରଥର ଛେରା ପହଁରା କରିଥିଲେ । ଅପରାହ୍ନ ୩ଟା ୩୦ ବେଳକୁ ଛେରା ପହଁରା କରାଯାଇଥିଲା । ଅପରାହ୍ନ ୩ଟା ୩୦ରେ ରଥଟଣା ଆରମ୍ଭ ହେବାକୁ ଧାର୍ଯ୍ୟ ହୋଇଥିବା ବେଳେ ଏହା ବିଳମ୍ବିତ ହୋଇ ୪ଟା ୩୦ରେ ଅନୁଷ୍ଠିତ ହୋଇଥିଲା । ଦେବୋତ୍ତର କାର୍ଯ୍ୟ ନିର୍ବାହୀ ଅଧିକାରୀ ତଥା ଉପଜିଲ୍ଲାପାଳ କର୍ଣ୍ଣଦେବ ସମାଦ୍ଦାରଙ୍କ ତତ୍ୱାବଧାନରେ କାର୍ଯ୍ୟ ସମାପନ ହୋଇଥିଲା । ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ ଉପସ୍ଥିତ ରହିଥିଲେ । ଦେବୋତ୍ତର ବିଭାଗ ଓ ପୁଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା ।

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026
ରେଳ ସମସ୍ୟାକୁ ନେଇ ନୟାଗଡ଼ ଟାଉନ ଷ୍ଟେସନରେ ତୀବ୍ର ଉତ୍ତେଜନା:ରେଳରୋକ ଉଦ୍ୟମ ପଣ୍ଡ

ରେଳ ସମସ୍ୟାକୁ ନେଇ ନୟାଗଡ଼ ଟାଉନ ଷ୍ଟେସନରେ ତୀବ୍ର ଉତ୍ତେଜନା:ରେଳରୋକ ଉଦ୍ୟମ ପଣ୍ଡ

May 24, 2026
ବଦଳିଲେ ନୟାଗଡ଼ ଆରକ୍ଷୀ ଅଧିକ୍ଷକ

ବଦଳିଲେ ନୟାଗଡ଼ ଆରକ୍ଷୀ ଅଧିକ୍ଷକ

May 24, 2026
ବିଦ୍ୟୁତ୍ କାଟକୁ ନେଇ ବିଜେଡି ସାମ୍ବାଦିକ ସମ୍ମିଳନୀ:୨୫ରେ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ

ବିଦ୍ୟୁତ୍ କାଟକୁ ନେଇ ବିଜେଡି ସାମ୍ବାଦିକ ସମ୍ମିଳନୀ:୨୫ରେ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ

May 23, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!