Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରେଳ ପ୍ଲାଟଫର୍ମରେ ଗଭୀର ଗର୍ତ୍ତ, ବିଭାଗ ନିରବଦ୍ରଷ୍ଟା

by ସଞ୍ଜୟ ସ୍ୱାଇଁ
January 18, 2025
in Nayagarh, State
ରେଳ ପ୍ଲାଟଫର୍ମରେ ଗଭୀର ଗର୍ତ୍ତ, ବିଭାଗ ନିରବଦ୍ରଷ୍ଟା
271
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଟାଉନ ରେଳ ପ୍ଲାଟଫର୍ମର ପୂର୍ବ ପାର୍ଶ୍ଵରେ ମାଟି ଦବିଯାଇ ଗଭୀର ଗର୍ତ୍ତ ସୃଷ୍ଟି ହୋଇଛି। ଏହା ଫଳରେ ରେଳଯାତ୍ରୀ ମାନେ ଦୈନିକ ଛୋଟମୋଟ ଦୁର୍ଘଟଣାର ଶିକାର ହେଉଥିବା ଅଭିଯୋଗ ହେଉଛି। ଗତ ଏକ ମାସରୁ ଉର୍ଦ୍ଧ୍ୱ ସମୟ ତଳୁ ଏହି ଗର୍ତ୍ତ ସୃଷ୍ଟି ହୋଇଥିବା ବେଳେ ରେଳ ବିଭାଗ ପକ୍ଷରୁ ଏହାର ମରାମତି ପାଇଁ କୌଣସି ପଦକ୍ଷେପ ନିଆଯାଉ ନାହିଁ। କେବଳ ନାମକୁ ମାତ୍ର ଏହି ଗର୍ତ୍ତ ଚାରିପାଖରେ ବାଲି ବସ୍ତା ରଖାଯାଇ ଏହାକୁ ଘେରାବନ୍ଦୀ କରି ରଖାଯାଇଛି। ତେବେ ରାତ୍ର ସମୟରେ ଟ୍ରେନରେ ଫେରୁଥିବା ଯାତ୍ରୀମାନଙ୍କୁ ଏହା ଦେଖା ଯାଉନଥିବାରୁ ଏହା ମଧ୍ୟରେ ପଡ଼ି ଅନେକ ଆଘାତପ୍ରାପ୍ତ ହେଉଥିବା ଜଣା ପଡିଛି। ଏ ବିଷୟରେ ନୟାଗଡ଼ ନାଗରିକ ମଞ୍ଚ ପକ୍ଷରୁ ଷ୍ଟେସନ ପରିଚାଳକ ପ୍ରଦୀପ୍ତ କୁମାର ବରାଡ଼ଙ୍କୁ ଅଭିଯୋଗ କରାଯାଇଥିବା ବେଳେ ସେ ଏ ନେଇ ବିଭାଗୀୟ ଉଚ୍ଚ କର୍ତ୍ତ୍ରୁପକ୍ଷଙ୍କୁ ତୁରନତୟ ଅବଗତ କରିଥିବା ପ୍ରକାଶ କରିଥିଲେ। ତେବେ ଦୀର୍ଘ ଏକ ମାସରୁ ଉର୍ଦ୍ଧ୍ୱ ସମୟ ବିତି ଯାଇଥିବା ବେଳେ ବିଭାଗ ପକ୍ଷରୁ ଏହି ଗର୍ତ୍ତ ମରାମତି କରିବା ପାଇଁ କୌଣସି ପଦକ୍ଷେପ ନିଆଯାଉ ନଥିବା ତଥା ବିଭାଗର ଦାୟିତ୍ୱହୀନତାକୁ ନେଇ ସାଧାରଣରେ ଗଭୀର ଅସନ୍ତୋଷ ପ୍ରକାଶ ପାଇବା ସହିତ ତୁରନ୍ତ ମରାମତି ଦାବି କରାଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!