Friday, July 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମହୀପୁର ଓ ଗଣିଆରେ ଆର୍‌କେସି ବୈଠକ, ଭିସି ମାଧ୍ୟମରେ ଯୋଗ ଦେଲେ ଦଶପଲ୍ଲା ବିଧାୟକ

by Anil Panda
July 24, 2020
in Breaking, Nayagarh
ମହୀପୁର ଓ ଗଣିଆରେ ଆର୍‌କେସି ବୈଠକ, ଭିସି ମାଧ୍ୟମରେ ଯୋଗ ଦେଲେ ଦଶପଲ୍ଲା ବିଧାୟକ
152
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ଦଶପଲ୍ଲା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ମହୀପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଏବଂ ଗଣିଆ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ରୋଗୀ କଲ୍ୟାଣ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଭିସି ମାଧ୍ୟମରେ ଯୋଗ ଦେଇ ବିଭିନ୍ନ ବିଷୟ ଉପରେ ଆଲୋଚନା କରିଛନ୍ତି । ଗଣିଆ ବ୍ଲକ ସଭା ଗୃହରେ ଅନୁଷ୍ଠିତ ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଅଧ୍ୟକ୍ଷ ଶେଷଦେବ ସ୍ୱାଇଁ ରୋଗୀ ଭିସି ଦ୍ୱାରା ଯୋଗ ଦେଇଥିବା ବେଳେ, ଅତିରିକ୍ତ ବିଡିଓ ସରୋଜ କୁମାର ନାୟକ, ମେଡିକାଲ ଇନଚାର୍ଯ ମଧୁସୂଦନ ଦାଶ, ଜିଲ୍ଲା ପରିଷଦ ସଭ୍ୟ ମହେଶ୍ୱର ମହାରଣାଙ୍କ ସମେତ ରୋଗୀ କଲ୍ୟାଣ ସମିତିର ସମସ୍ତ ସଭ୍ୟ/ସଭ୍ୟା ଉପସ୍ଥିତ ଥିଲେ । ଆୟୋଜିତ ବୈଠକରେ କରୋନା ସ୍ଥିତି, କୋଭିଡ୍ କୟୋର ହୋମ୍ ଆଦି ସଂମ୍ପର୍କରେ ଆଲୋଚନା ହୋଇଥିଲା । ଗଣିଆରେ ଥିବା ୩ଟି ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ଓ ଗୋଟିଏ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଜେନେରେଟର ଲଗାଯିବା ପାଇଁ ୫ ଲକ୍ଷ ଟଙ୍କା ଅନୁଦାନ ଆସିଥିଲେ ଏହା କାର୍ଯ୍ୟକାରୀ କରିବା ନେଇ ଆଲୋଚନା ହୋଇଥିଲା । ରୋଗୀ ସଂମ୍ପର୍କୀୟଙ୍କ ବସିବା ପାଇଁ ଏକ କକ୍ଷ କରିବାକୁ ସଭାରେ ପ୍ରସ୍ତାବ ଦିଆଯାଇଥିଲା । ସେହିଭଳି ମହୀପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ବିଭିନ୍ନ ସମସ୍ୟା ଏବଂ କରୋନା ସ୍ଥିତି ବିଷୟରେ ଆଲୋଚନା ହୋଇଥିବା ଜଣାଯାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!