ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ନୂଆଗାଁ ବ୍ଲକ ମାଳିସାହିଠାରେ ଅବସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସପ୍ତଦଶ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜନ୍ମଜୟ ସାହୁ ଯୋଗ ଦେଇଥିବା ବେଳେ ମୁଖ୍ୟବକ୍ତା ଭାବେ କବି ଓ ଅନୁବାଦକ ଶରତ ଚନ୍ଦ୍ର ଆଚାର୍ଯ୍ୟ ଏବଂ ସମ୍ମାନିତ ଅତିଥି ଭାବେ ବ୍ୟଙ୍ଗକବି ଆର୍ତ୍ତତ୍ରାଣ ମିଶ୍ର ଯୋଗ ଦେଇଥିଲେ । ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦରି ଛାତ୍ରଛାତ୍ରୀମାନଙ୍କ ଶୃଙ୍ଖଳିତ ତଥା ସଂସ୍କାରୀ ଭାବେ ଗଢ଼ି ତୋଳିବାରେ ଅଗ୍ରଣୀ ଭୂମିକା ଅର୍ଜ୍ଜନ କରିଥିବା ଅତିଥିମାନେ ମତବ୍ୟକ୍ତ କରିଥିଲେ । ଏହି ଅବସରରେ ବିଦ୍ୟାଳୟରେ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗୀତାର କୃତି ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଥିଲା । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମନୋରଂଜନ ପଣ୍ଡାଙ୍କ ତଚ୍ଛ୍ୱାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ତ୍ରିନାଥ ମହାପାତ୍ର, ପ୍ରକାଶ ଚନ୍ଦ୍ର ସ୍ୱାଇଁ, ଅନ୍ତର୍ଯ୍ୟାମୀ ପତି ପ୍ରମୂଖ ଯୋଗ ଦେଇଥିଲେ । ସଂନ୍ଧ୍ୟାରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।






