Friday, July 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲାରେ ଜାତୀୟ ମହିଳା କମିଶନ ନିଜ ତରଫରୁ ଓଡ଼ିଶା ଡିଜିପି ଅଭୟଙ୍କୁ ଚିଠି

by ସଞ୍ଜୟ ସ୍ୱାଇଁ
October 20, 2021
in Crime, State
ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲାରେ ଜାତୀୟ ମହିଳା କମିଶନ ନିଜ ତରଫରୁ ଓଡ଼ିଶା ଡିଜିପି ଅଭୟଙ୍କୁ ଚିଠି
175
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ମହାଲିଙ୍ଗ ସନସାଇନ୍‌ ପବ୍ଲିକ ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲାରେ ନିଜ ତରଫରୁ ହସ୍ତକ୍ଷେପ କଲେ ଜାତୀୟ ମହିଳା କମିଶନ(NCW)। ମାମଲାର ନିରପେକ୍ଷ ତଦନ୍ତ ନେଇ ଓଡ଼ିଶା ଡିଜିପି ଅଭୟଙ୍କୁ ଚିଠି ଲେଖିଲେ। ମମିତାଙ୍କ ପରିବାରକୁ ଆବଶ୍ୟକ ସୁରକ୍ଷା ଦେବାକୁ NCW ନିର୍ଦ୍ଦେଶ ଦେଲେ। ମହାଲିଙ୍ଗ ସନସାଇନ୍‌ ପବ୍ଲିକ ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେରଙ୍କୁ ହତ୍ୟା କରାଯାଇଛି। ସ୍କୁଲର ଅଧ୍ୟକ୍ଷ ଗୋବିନ୍ଦ ସାହୁ ତାଙ୍କ କାର୍‌ ଭିତରେ ମମିତାଙ୍କୁ ହତ୍ୟା କରିଛନ୍ତି। ନିଜର ପରକୀୟା ପ୍ରୀତି ପ୍ରଘଟ ହୋଇଯିବା ଆଶଙ୍କା କରି ମମିତାଙ୍କୁ ଗୋବିନ୍ଦ ହତ୍ୟା କରି ପୋଡ଼ି ଦେଇଥିଲା। ଏବେ ଏହି ଘଟଣା ଉପରୁ ପର୍ଦ୍ଦା ହଟିବା ପରେ ପୁଲିସ ଗୋବିନ୍ଦଙ୍କୁ ଗିରଫ କରିଛି। ତେବେ ଏଥିରେ ଆଉ କେଉଁମାନଙ୍କ ସମ୍ପୃକ୍ତି ରହିଛି, ତାହା ଉପରେ ତଦନ୍ତ କରିବା ପାଇଁ ପୁଲିସ ଗୋବିନ୍ଦଙ୍କୁ ୫ ଦିନିଆ ରିମାଣ୍ଡରେ ଆଣିଛି। ସେପଟେ ଗିରଫ ହୋଇଥିବା ଗୋବିନ୍ଦଙ୍କ ସହିତ ଶାସକ ବିଜେଡିର ବଡ଼ ବଡ଼ ନେତାଙ୍କ ଫଟୋ ସାମ୍ନାକୁ ଆସିଛି। ଯାହାକୁ ନେଇ ଅଡ଼ୁଆରେ ପଡ଼ିଛନ୍ତି ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପ୍‌ଟେନ୍‌ ଦିବ୍ୟଶଙ୍କର ମିଶ୍ର। ସେ ନିୟମିତି ଗୋବିନ୍ଦଙ୍କୁ ସ୍କୁଲକୁ ଯାଉଥିଲେ ଓ ରାତ୍ର ଯାପନ କରୁଥିଲେ ବୋଲି ବିଜେପି ଏବଂ କଂଗ୍ରେସ ଦାବି କରିଛନ୍ତି। ତେଣୁ ତାଙ୍କୁ ମନ୍ତ୍ରିମଣ୍ଡଳରୁ ବିଦା କରିବା ସହିତ ଘଟଣାର ସିବିଆଇ ତଦନ୍ତ ଦାବି କରିଛି ବିଜେପି ଏବଂ କଂଗ୍ରେସ। ଦିନକୁ ଦିନ ପ୍ରତିବାଦର ସ୍ୱର ତୀବ୍ର ହେଉଥିବାରୁ ଚିନ୍ତାରେ ରାଜ୍ୟ ସରକାର।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!