ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ବର୍ତ୍ତମାନର ବଡ଼ ଖବର । ଦ୍ରୌପତୀ ମୁର୍ମୁ ହେଲେ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ । ଏନେଇ ସାମ୍ବାଦିକ ସମ୍ମିଳନୀରେ ଘୋଷଣା କରିଛନ୍ତି ଏନଡିଏର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ଏଭଳି ଖବର ଓଡ଼ିଶାର ଗର୍ବ ଗୌରବର କଥା । ଏନଡିଏ ସରକାର ଓଡ଼ିଶାର ଦ୍ରୌପତୀ ମୁର୍ମୁଙ୍କ ଉପରେ ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରିବା ପରେ ଓଡ଼ିଶାରେ ଉତ୍ସାହ ଉଦ୍ଦିପନା ଦେଖାଦେଇଛି । ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ସାମ୍ବାଦିକ ସମ୍ମିଳନୀରେ ତାଙ୍କ ନାଁ ଘୋଷଣା କରିଛନ୍ତି । ଏନଡିଏ ସଂସଦୀୟ ବୈଠକରେ ଦ୍ରୌପଦୀଙ୍କ ନାଁକୁ ନେଇ ଚର୍ଚ୍ଚା ପରେ ମୋହର ଲାଗିଛି । ବୈଠକରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମେତ ଅନେକ ବରିଷ୍ଠ ନେତା ଉପସ୍ଥିତି ଥିଲେ । ସର୍ବସମ୍ମତିକ୍ରମେ ମୁର୍ମୁଙ୍କ ନାଁରେ ମୋହର ଲାଗିଛି । ପୂର୍ବରୁ ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ ଓ ମୁର୍ମୁଙ୍କ ନାଁକୁ ନେଇ ଚର୍ଚ୍ଚା ଚାଲିଥିଲା । ହେଲେ ଆଜି ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରିଛି ଏନଡିଏ । ଓଡିଶାର ଆଦିବାସୀ ନେତ୍ରୀ ହେଉଛନ୍ତି ଦ୍ରୌପଦୀ ମୁର୍ମୁ । ଓଡିଶାର ମୟୁରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରେ ଦ୍ରୌପଦୀଙ୍କ ଘର । ଝାଡଖଣ୍ଡର ରାଜ୍ୟପାଳ ଭାବେ ଦାୟିତ୍ବ ତୁଲାଉଥିଲେ । ଓଡିଶାରେ ମନ୍ତ୍ରୀ ଦାୟିତ୍ବ ମଧ୍ୟ ତୁଲାଇ ସାରିଛନ୍ତି ମୁର୍ମୁ । ଓଡିଶାର ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଥିଲେ ।





