Monday, June 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଫାଇନାଲରେ ନୀରଜ ଚୋପ୍ରା

by ସଞ୍ଜୟ ସ୍ୱାଇଁ
August 6, 2024
in NATIONAL NEWS, Sports
ଫାଇନାଲରେ ନୀରଜ ଚୋପ୍ରା
111
VIEWS
Share on FacebookShare on Twitter

ଦିଲ୍ଲୀ, (ବାଘୁଆବାର୍ତ୍ତା): ପ୍ୟାରିସ ଅଲିମ୍ପିକ୍ସରେ କମାଲ କରିଛନ୍ତି ଗୋଲ୍ଡେନ ବୟ ନୀରଜ ଚୋପ୍ରା। ସେ ପ୍ରଥମ ପ୍ରୟାସରେ ୮୯.୩୪ ମିଟର ଦୂରତାକୁ ଜାଭେଲିନ ଫିଙ୍ଗି ଫାଇନାଲ ଟିକେଟ ହାତେଇଛନ୍ତି। ଏହା ଚଳିତ ସିଜିନରେ ନୀରଜଙ୍କ ଶ୍ରେଷ୍ଠ ପ୍ରଦର୍ଶନ। ଦେଶର ଅନ୍ୟତମ ଷ୍ଟାର କିଶୋର ଜେନା ଯୋଗ୍ୟତା ପର୍ଯ୍ୟାୟର ଗ୍ରୁପ ଏରୁ ନିରାଶଜନକ ଖବର ଦେଇଥିଲେ। ସେ ଫାଇନାଲ ଖେଳିବାରୁ ବଞ୍ଚିତ ହୋଇଛନ୍ତି। ଗ୍ରୁପ ପର୍ଯ୍ୟାୟରେ ଥିବା କିଶୋର କେବଳ ୮୦.୭୩ ମିଟର ଦୂରତାକୁ ଜାଭେଲିନ ଫିଙ୍ଗି ପାରିଥିଲେ। କିନ୍ତୁ ଗ୍ରୁ ବିରେ ଥିବା ନୀରଜ ଦେଶକୁ ଗୌରାବନ୍ୱିତ କରିଛନ୍ତି। ସେ ପ୍ରଥମ ପ୍ରୟାସରେ ୮୯.୩୪ ମିଟର ଦୂରତାକୁ ଜାଭେଲିନ ଫିଙ୍ଗିଛନ୍ତି। ଏହି ଗ୍ରୁପରେ ଫାଇନାଲକୁ ଯୋଗ୍ୟତା ଅର୍ଜନ ପାଇଁ ୮୪ ମିଟର ଦୂରତା ଧାର୍ଯ୍ୟ କରାଯାଇଥିଲା। ନୀରଜ ଏହା ଠାରୁ ଯଥେଷ୍ଟ ଦୂରକୁ ଜାଭେଲିନ ଫିଙ୍ଗିଛନ୍ତି। ତାଙ୍କ ପରେ ପାକିସ୍ତାନର ଅର୍ଶଦ ନଦୀମ ମଧ୍ୟ ଫାଇନାଲକୁ ଯାଇଛନ୍ତି। ସେ ପ୍ରଥମ ପ୍ରୟାସରେ ୮୬.୫୯ ଦୂରତାକୁ ଜାଭେଲିନ ପକାଇଛନ୍ତି। ନୀରଜଙ୍କ ଭଳି ନଦୀମ ମଧ୍ୟ ପ୍ରଥମ ପ୍ରୟାସରେ ଫାଇନାଲରେ ପହଞ୍ଚିଛନ୍ତି। ନୀରଜଙ୍କ ଶ୍ରେଷ୍ଠ ପ୍ରଦର୍ଶନ ହେଉଛି ୮୯.୯୪ ମିଟର। ସେ ଚଳିତ ଅଲିମ୍ପିକ୍ସରେ ୯୦ ମିଟର ଦୂରତା ଅତିକ୍ରମ କରିବାକୁ ଲକ୍ଷ୍ୟ ରଖିଛନ୍ତି। ଏହି ଦିଗରରେ ବର୍ତ୍ତମାନ ନୀରଜ ଉଦ୍ୟମ ଆରମ୍ଭ କରିଦେଇଛନ୍ତି। ନୀରଜଙ୍କ ଜାଭେଲିନ ଥ୍ରୋ ଫାଇନାଲ ଆସନ୍ତା ୮ ତାରିଖରେ ହେବ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!