Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଜି ନ୍ୟାସନାଲ୍‌ ଏଲିଜିବିଲିଟି କମ୍‌ ଏଣ୍ଟ୍ରାନ୍ସ ଟେଷ୍ଟ୍‌ ବା ନିଟ୍‌ ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ

by ସଞ୍ଜୟ ସ୍ୱାଇଁ
September 12, 2021
in Education, State
ଆଜି ନ୍ୟାସନାଲ୍‌ ଏଲିଜିବିଲିଟି କମ୍‌ ଏଣ୍ଟ୍ରାନ୍ସ ଟେଷ୍ଟ୍‌ ବା ନିଟ୍‌ ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ
101
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଆଜି ନ୍ୟାସନାଲ୍‌ ଏଲିଜିବିଲିଟି କମ୍‌ ଏଣ୍ଟ୍ରାନ୍ସ ଟେଷ୍ଟ୍‌ ବା ନିଟ୍‌ ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ । ଲିଖିତ ପରୀକ୍ଷା ଦିନ ୨ଟାରୁ ଆରମ୍ଭ ହୋଇ ୫ଟାରେ ସରିବ । ଦେଶ ଓ ବିଦେଶର ୨୦୨ଟି ସହରରେ ପରୀକ୍ଷା କେନ୍ଦ୍ର କରାଯାଇଛି । ଚଳିତବର୍ଷ ରେକର୍ଡ ସଂଖ୍ୟକ ୧୬ ଲକ୍ଷ ୧୪ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେବେ । କୋଭିଡ୍‌ କଟକଣାକୁ ଲକ୍ଷ୍ୟ କରି ପରୀକ୍ଷା କେନ୍ଦ୍ର ସଂଖ୍ୟା ଦୁଇ ଗୁଣ ବୃଦ୍ଧି କରାଯାଇଛି । ମୋଟ ୩ହଜାର ୮୫୮ କେନ୍ଦ୍ର ହୋଇଥିବା ବେଳେ ପରୀକ୍ଷାର୍ଥୀଙ୍କୁ କୋଭିଡ୍‌ ନିୟମାବଳୀ ମାନି କେନ୍ଦ୍ରକୁ ଆସିବାକୁ ନିର୍ଦ୍ଦେଶ ଦିଆଯାଇଛି । ନିଟ୍‌ ପରିଚାଳନାରେ ସହଯୋଗ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି । ନିକଟରେ ଆମେ କୋଭିଡର ଦ୍ୱିତୀୟ ଲହରିକୁ ଦେଖିଛୁ । ଏଭଳି କଠିନ ସମୟ ମଧ୍ୟରେ ପରୀକ୍ଷା ପରିଚାଳନା ପାଇଁ ସମସ୍ତ ବର୍ଗର ସହଯୋଗ ଆବଶ୍ୟକ । ତେଣୁ ଆପଣ ନିଜ ରାଜ୍ୟର ମୁଖ୍ୟ ଶାସନ ସଚିବ ଓ ପୁଲିସ ମହାନିର୍ଦ୍ଦେଶକଙ୍କୁ ସୁରୁଖୁରୁରେ ପରୀକ୍ଷା ପରିଚାଳନା ପାଇଁ ପରାମର୍ଶ ଦେଇଥିବେ ବୋଲି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ଆଶା ପ୍ରକଟ କରିଛନ୍ତି । ଆମ ରାଜ୍ୟରେ ୧୬ଟି ସହରରେ ନିଟ୍‌ ଅନୁଷ୍ଠିତ ହେବ । ଅନୁଗୁଳ, ବାଲେଶ୍ୱର, ବ୍ରହ୍ମପୁର, ଭୁବନେଶ୍ୱର, କଟକ, ରାଉରକେଲା, ସମ୍ବଲପୁର, ବଲାଙ୍ଗୀର, ଭବାନିପାଟଣା, କେନ୍ଦୁଝର, କୋରାପୁଟ, ମାଲକାନଗିରି, ପାରଳାଖେମୁଣ୍ଡି, ଫୁଲବାଣୀ, ରାୟଗଡ଼ା ଓ ପୁରୀ ସହରରେ ନିଟ୍‌ ପରୀକ୍ଷା କେନ୍ଦ୍ର ହେବ ବୋଲି ଏନ୍‌ଟିଏ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି । ସେହିପରି ରାଜଧାନୀ ଭୁବନେଶ୍ୱରର ୧୬ଟି କେନ୍ଦ୍ରରେ ୧୦ ହଜାର ୯୬୭ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ ବୋଲି ସଂଯୋଜିକା ସୂଚନା ଦେଇଛନ୍ତି । ଅପରପକ୍ଷେ, ନିଟ୍‌ ପ୍ରଶ୍ନପତ୍ର ଲିକ୍‌ ନେଇ ଜାତୀୟ ଗଣମାଧ୍ୟମରେ ପ୍ରକାଶ ପାଇଥିବା ଖବରକୁ ଏନ୍‌ଟିଏ କର୍ତ୍ତୃପକ୍ଷ ଖଣ୍ଡନ କରିଛନ୍ତି । ଛାତ୍ରଛାତ୍ରୀ ବ୍ୟସ୍ତ ନ ହେବାକୁ ଏନ୍‌ଟିଏର ବରିଷ୍ଠ ପରୀକ୍ଷା ନିର୍ଦ୍ଦେଶକ ଡ. ସାଧନା ପରାସର ପରାମର୍ଶ ଦେଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!