ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ନିଟ୍-ପିଜି କାଉନସିଲିଂ ସ୍ଥଗିତ ରଖିବା ପାଇଁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଓବିସି, ଇଡବ୍ଲୁସି ସଂରକ୍ଷଣ ବୈଧତାକୁ ନେଇ ପ୍ରଶ୍ନ ରୋଯାଇଛି । ସର୍ବଭାରତୀୟ କୋଟାରେ ସଂରକ୍ଷଣ ନେଇ ସରକାର ନିଷ୍ପତ୍ତି ନେଇଥିଲେ । ଏନେଇ କୋର୍ଟଙ୍କ ନିଷ୍ପତ୍ତିକୁ ଅପେକ୍ଷା କରିବାକୁ ସୁପ୍ରିମକୋର୍ଟ କହିଛନ୍ତି । ପରବର୍ତ୍ତ ଆଦେଶ ଆସିବା ପର୍ଯ୍ୟନ୍ତ କାଉନସିଲିଂ ବନ୍ଦ ରହିବ ବୋଲି ନିର୍ଦ୍ଦେଶ ଦେଇଛନ୍ତି ।





