Wednesday, June 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୌର ପରିଷଦ କାର୍ଯ୍ୟାଳୟରେ ଜନଗଣନା ପ୍ରଶିକ୍ଷଣ ଶିବିରର ଶୁଭାରମ୍ଭ

by ସଞ୍ଜୟ ସ୍ୱାଇଁ
April 4, 2026
in Nayagarh
ପୌର ପରିଷଦ କାର୍ଯ୍ୟାଳୟରେ ଜନଗଣନା ପ୍ରଶିକ୍ଷଣ ଶିବିରର ଶୁଭାରମ୍ଭ
105
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଭାରତର ଜନଗଣନା-୨୦୨୭ କାର୍ଯ୍ୟକ୍ରମ ଅନ୍ତର୍ଗତ ନୟାଗଡ଼ ମୁନିସିପାଲିଟି ଅଞ୍ଚଳରେ ଗୃହ ତାଲିକା ଏବଂ ଗୃହ ଗଣନା ପାଇଁ ଉଦ୍ଦିଷ୍ଟ ଏକପ୍ରଶିକ୍ଷଣ ଶିବିର ମୁନିସିପାଲିଟି କାର୍ଯ୍ୟାଳୟ ସଭାଗୃହରେ ଆଜିଠାରୁ ଆରମ୍ଭ ହୋଇଛି। ତିନିଦିନ ଧରି ହେବାକୁ ଥିବା ଏହି ପ୍ରଶିକ୍ଷଣ ଶିବିରର ଉଦଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ତଥା ଜିଲ୍ଲା ମୁଖ୍ୟ ଜନଗଣନା ଅଧିକାରୀ ରୋଜିନା ଦାସ ଏବଂ ସମ୍ମାନୀତ ଅତିଥି ଭାବେ ନୟାଗଡ଼ ପୌର ପରିଷଦ ଅଧ୍ୟକ୍ଷା ନିରୁପମା ଖଟେଇ ଯୋଗଦାନ କରି ଜନଗଣନାର ମୁଖ୍ୟ ଉଦ୍ଦେଶ୍ୟ ଏବଂ ଆବଶ୍ୟକତା ଉପରେ ଆଲୋଚନା କରିଥିଲେ।

ମୁନିସିପାଲିଟି କାର୍ଯ୍ୟନିର୍ବାହୀ ଅଧିକାରିଣୀ ସ୍ନେହଲତା ଆଚାର୍ଯ୍ୟଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଆୟୋଜିତ ଏହି ପ୍ରଶିକ୍ଷଣ ଶିବିରରେ ପ୍ରଶିକ୍ଷକ ଭାବେ ସିଆରସିସି ପ୍ରଦୀପ୍ତ କୁମାର ପଣ୍ଡା ଏବଂ ବ୍ରଜକିଶୋର ମହାପାତ୍ର ପ୍ରଶିକ୍ଷଣ ପ୍ରଦାନ କରିଥିବା ବେଳେ ସହଯୋଗୀ ଭାବେ ଦିଗାମ୍ବର ପ୍ରଧାନ, ଶିଶିର କୁମାର ମହାପାତ୍ର ଏବଂ ଗଜେନ୍ଦ୍ର କୁମାର ମହାରଣା ପ୍ରମୁଖ ଉପସ୍ଥିତ ଥିଲେ। ପ୍ରଥମ ପର୍ଯ୍ୟାୟରେ ଏପ୍ରିଲ ୧୫ ତାରିଖରୁ ମଇ ୧୫ ପର୍ଯ୍ୟନ୍ତ ପୌର ପରିଷଦ ଅନ୍ତର୍ଗତ ୧୬ଟି ୱାର୍ଡରେ ଥିବା ସମସ୍ତ ବାସୋପଯୋଗୀ ଗୃହ ଗୁଡ଼ିକର ଚି଼ହ୍ନଟ ଏବଂ ଗଣନା ସହିତ ସେଗୁଡିକର ତାଲିକା କରାଯିବ। ଏହି ପ୍ରଶିକ୍ଷଣ ଶିବିରରେ ଉଭୟ ପ୍ରାଥମିକ ଏବଂ ମାଧ୍ୟମିକ ବିଦ୍ୟାଳୟରୁ ୮୬ ଜଣ ଶିକ୍ଷକ ଶିକ୍ଷୟିତ୍ରୀ ଗୃହ ଏବଂ ଜନଗଣନାକାରୀ ଭାବେ ପ୍ରଶିକ୍ଷଣ ଗ୍ରହଣ କରିଥିଲେ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!