Tuesday, September 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସ୍ତ୍ରୀର ଆକ୍ରମଣରେ ସ୍ୱାମୀ ମୃତ, ଝିଅକୁ କରୁଥିଲେ ଦୁର୍ବ୍ୟବହାର

by ସଞ୍ଜୟ ସ୍ୱାଇଁ
June 5, 2021
in Crime, State
ସ୍ତ୍ରୀର ଆକ୍ରମଣରେ ସ୍ୱାମୀ ମୃତ, ଝିଅକୁ କରୁଥିଲେ ଦୁର୍ବ୍ୟବହାର
242
VIEWS
Share on FacebookShare on Twitter

ନୀଳଗିରି (ବାଘୁଆବାର୍ତ୍ତା): ମଦ ପିଇ ନାବାଳିକ ଝିଅକୁ ଦୁର୍ବ୍ୟବହାର ପ୍ରୟାସ କରୁଥିଲା ବାପା। ଏହି ସମୟରେ ବାଧା ଦେଲା ମା’। ତା’ପରେ ହେଲା ଝଗଡ଼ା। ଝଗଡ଼ା ବେଳେ ମା’ର ଆକ୍ରମଣରେ ଚାଲିଗଲା ବାପାର ଜୀବନ। ଏମିତି ଏକ ଅଭିଯୋଗ ଆସିଛି ବାଲେଶ୍ୱର ଜିଲ୍ଲା ନୀଳଗିରି ଥାନା ତେଣ୍ଡା ଗାଁରୁ। ମୃତ ବ୍ୟକ୍ତିଙ୍କ ନାଁ ବୁଟୁ ସିଂ। ତାଙ୍କ ପତ୍ନୀଙ୍କ ନା ଗୁରୁବାରୀ ସିଂ। ଅଭିଯୋଗ ଅନୁଯାୟୀ, ଗତକାଲି ରାତିରେ ମଦ ପିଇ ନିଜ ନାବାଳିକା ଝିଅକୁ ଦୁର୍ବ୍ୟବହାର କରିବାକୁ ପ୍ରୟାସ କରିଥିଲେ ବୁଟୁ। ଏହି ସମୟରେ ଗୁରୁବାରୀ ତାଙ୍କୁ ବାଧା ଦେଇଥିଲେ। ଏହା ପରେ ସେମାନଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ଝଗଡ଼ା ବେଳେ ଗୁରୁବାରୀ ଉତ୍‌କ୍ଷିପ୍ତ ହୋଇ ବୁଟୁଙ୍କୁ ଏକ ଚୁଲି ଫୁଙ୍କା ନଳୀରେ ଆକ୍ରମଣ କରିଥିଲେ। ତାଙ୍କ ମୁଣ୍ଡରେ ଶକ୍ତ ଆଘାତ ଲାଗିଥିଲା। ଘଟଣାସ୍ଥଳରେ ବୁଟୁଙ୍କ ମୃତ୍ୟୁ ଘଟିଥିଲା। ମୃତଦେହକୁ ଘରେ ପକାଇ ଗୁରୁବାରୀ ଅନ୍ୟତ୍ର ଲୁଚି ଯାଇଥିଲେ। ଲୋକଙ୍କ ଠାରୁ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିବା ସହିତ ଗୁରୁବାରୀଙ୍କୁ ଖୋଜି ବାହାର କରିଥିଲା। ତାଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଛି ପୁଲିସ୍‌।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!