ଖୋର୍ଦ୍ଧା, (ବାଘୁଆବାର୍ତ୍ତା): ଖୋର୍ଦ୍ଧା ନିରାକାରପୁର ଥାନା ଅନ୍ତର୍ଗତ ରାହୁଳହଜ କୃଷ୍ଣଚନ୍ଦ୍ର ଶତପଥୀଙ୍କ ଘରର ଝରକା ତାଡି ଲୁଟ । କୃଷ୍ଣଚନ୍ଦ୍ର ଓ ତାଙ୍କ ପତ୍ନୀ ଦୁହେଁ ବରିଷ୍ଠ ନାଗରିକ।ଦୁହେଁ ଘରେ ଶୋଇଥିଲା ବେଳେ ଲୁଟେରା ମାନେ ସୁଯୋଗ ଉଣ୍ଡି ଲୁଟିନେଲେ। ଲୁଟେରା ମାନେ ଘରର ଝରକା ତାଡି ଘର ଭିତରେ ପଶି ଗଦରେଜ ଆଲମାରୀ ଓ ଟ୍ରଙ୍କ ବାକ୍ସ ଭାଗିଂ ସୁନାରୂପା ଅଳଙ୍କାର ସହିତ ଟଙ୍କା ଲୁଟିନେଇଛନ୍ତି। ଲକ୍ଷାଧିକ ଟଙ୍କା ର ସମ୍ପତ୍ତି ଲୁଟ ହୋଇଥିବା ଜଣାପଡିଛି। ଖବର ପାଇ ନିରାକାରପୁର ପୋଲିସ ଘଟଣା ସ୍ଥଳରେ ପହଞ୍ଚିଛି। ସାଇଣ୍ଟିଫିକ ଟିମ ଆସି ପହଞ୍ଚି ତଦନ୍ତ କଲେ କିଛି ସୁରାକ ମିଳି ପାରିବ ବୋଲି ପୋଲିସ ସୂଚନାରୁ ଜଣାପଡିଛି। ନିରାକାରପୁର ପୋଲିସର ଢିଲା ପେଟ୍ରୋଲିଂ ଅଭାବରୁ ଅଂଚଳରେ ଲୁଟେରା ମାନେ ସୁଯୋଗ ଉଣ୍ଡି ଲୁଟ କରୁଥିବା ଅଭିଯୋଗ କରିଛନ୍ତି ବରିଷ୍ଠ ନାଗରିକ।





