Thursday, November 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସେରୋ ସର୍ଭେ କେବଳ ଶିଶୁଙ୍କ ଲାଗି ନୁହେଁ, ସବୁ ବର୍ଗର ଲୋକଙ୍କୁ ଏଥିରେ ସାମିଲ କରାଯିବ: ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

by ସଞ୍ଜୟ ସ୍ୱାଇଁ
August 18, 2021
in Health, State
ସେରୋ ସର୍ଭେ କେବଳ ଶିଶୁଙ୍କ ଲାଗି ନୁହେଁ, ସବୁ ବର୍ଗର ଲୋକଙ୍କୁ ଏଥିରେ ସାମିଲ କରାଯିବ: ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ
28
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ସେରୋ ସର୍ଭେ କେବଳ ଶିଶୁଙ୍କ ଲାଗି ନୁହେଁ, ସବୁ ବର୍ଗର ଲୋକଙ୍କୁ ଏଥିରେ ସାମିଲ କରାଯିବ ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର କହିଛନ୍ତି । ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳ ଲୋକ ଏଥିରେ ସାମିଲ ହେବେ । ରାଜ୍ୟର କେତେ ଲୋକଙ୍କଠାରେ ହର୍ଡ ଇମ୍ୟୁନିଟି ସୃଷ୍ଟି ହୋଇଛି, ତାହା ଜାଣିବା ଲାଗି ଏହା କରାଯିବ । ପୂର୍ବର ନ୍ୟାସନାଲ ସେରୋ ସର୍ଭେରେ ରାଜ୍ୟର ୩ଟି ଜିଲ୍ଲା ଅନ୍ତର୍ଭୁକ୍ତ ହୋଇଥିଲା । ଏବେ ୧୨ଟି ଜିଲ୍ଲାରେ ସେରୋ ସର୍ଭେ କରାଯିବ । ପ୍ରଥମ ଓ ଦ୍ଵିତୀୟ ଲହରରେ ୦ରୁ ୧୦ବର୍ଷ ବୟସର ୩.୫% ପିଲା ସଂକ୍ରମିତ ହେଉଥିଲେ । ୧୦ରୁ ୧୮ବର୍ଷର ୮ରୁ ୮.୫% ପିଲା ପଜିଟିଭ ହେଉଥିଲେ । ଦ୍ଵିତୀୟ ଲହରରେ ଡେଲ୍ଟାର ପ୍ରାଦୁର୍ଭାବ ସତ୍ତ୍ବେ ପିଲାଙ୍କ ସଂକ୍ରମଣ ହାର ୧୨% ପାଖାପାଖି ଥିଲା । ପିଲାମାନେ ପ୍ରାୟତଃ ଗୁରୁତର ହୁଅନ୍ତି ନାହିଁ । ତେଣୁ ଡାକ୍ତରଖାନା ଯିବା ପିଲାଙ୍କ ସଂଖ୍ୟା ବହୁତ କମ୍ । ଆଇସିୟୁ ଯିବା ପିଲାଙ୍କ ସଂଖ୍ୟା ଢେର କମ୍ । ଆକଳନ ଅନୁସାରେ ଯେତିକି ପିଲା ସଂକ୍ରମିତ ହେବେ, ସେଥିରୁ ୫ରୁ ୬% ଡାକ୍ତରଖାନା ଯିବେ ବୋଲି କେନ୍ଦ୍ର ସରକାରଙ୍କ ଆକଳନ କହୁଛି । ତେଣୁ ବର୍ତ୍ତମାନଠୁ ଆତଙ୍କିତ ହେବାର କିଛି ନାହିଁ । ଯେହେତୁ ତୃତୀୟ ଲହରରେ ପିଲା ଆକ୍ରାନ୍ତ ସଂଖ୍ୟା ବଢ଼ିବ ବୋଲି ଆକଳନ କରାଯାଇଛି । ତେଣୁ ରାଜ୍ୟ ସରକାର ପିଲାଙ୍କ ସଂକ୍ରମଣର ମ୍ୟାପିଂ କରୁଛନ୍ତି । ୧୮ବର୍ଷ ତଳକୁ ଟିକା ଦିଆଯାଉ ନଥିବାରୁ ସେଥିଲାଗି ଏ ପ୍ରସ୍ତୁତି । ତେବେ ପିଲାଙ୍କ ସଂକ୍ରମଣ ରୋକିବାକୁ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି । ବେଡ଼ ଠାରୁ ଆରମ୍ଭ କରି ଔଷଧ ଓ ଅକ୍ସିଜେନ ଯାଏଁ ସବୁ କିଛି ପ୍ରସ୍ତୁତ ରଖାଯାଉଛି । ଏବେ ଆମର ଶିଶୁ ସଂକ୍ରମଣ ଜାତୀୟ ହାର ଭିତରେ ରହିଛି ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!