Sunday, May 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନିଶ୍ଚିନ୍ତକୋଇଲି ଅନାସ୍ଥା ଭୋଟ୍ ପାଇଁ ପୁଣି ତାରିଖ ଧାର୍ଯ୍ୟ

by ସଞ୍ଜୟ ସ୍ୱାଇଁ
May 17, 2025
in State
ନିଶ୍ଚିନ୍ତକୋଇଲି ଅନାସ୍ଥା ଭୋଟ୍ ପାଇଁ ପୁଣି ତାରିଖ ଧାର୍ଯ୍ୟ
31
VIEWS
Share on FacebookShare on Twitter

ନିଶ୍ଚିନ୍ତକୋଇଲି, (ବାଘୁଆବାର୍ତ୍ତା): ନିଶ୍ଚିନ୍ତକୋଇଲି ବ୍ଲକ୍ ଅଧ୍ୟକ୍ଷାଙ୍କ ବିରୋଧରେ ପୁନର୍ବାର ଭୋଟ୍ ଗ୍ରହଣ ତାରିଖ ଧାର୍ଯ୍ୟ କରାଯାଇଛି । କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ବ୍ଲକ୍ ଅଧ୍ୟକ୍ଷା ରୋଜି ସେଠୀଙ୍କ ବିରୋଧରେ ଆଗତ ହୋଇଥିବା ଅନାସ୍ଥା ଭୋଟ୍ ପାଇଁ ପୁନର୍ବାର ତାରିଖ ଧାର୍ଯ୍ୟ କଲେ କଟକ ସଦର ଉପଜିଲ୍ଲାପାଳ । ଚଳିତ ମେ’ ୩୦ ତାରିଖରେ ନିଶ୍ଚିନ୍ତକୋଇଲି ବ୍ଲକ୍ କାର୍ଯ୍ୟାଳୟରେ ହେବ ଅନାସ୍ଥା ଭୋଟ୍ ଗ୍ରହଣ । ସାଲେପୁର ତହସିଲଦାରଙ୍କୁ ନିର୍ବାଚନ ପରିଚାଳନା ଦାୟିତ୍ୱ ଦେଲେ ଉପଜିଲ୍ଲାପାଳ । ଗତ ୧୩ ତାରିଖରେ ୫ ଜଣ ସଦସ୍ୟ ଅସୁସ୍ଥ ହୋଇଥିବା କାରଣରୁ ସ୍ଥଗିତ ରହିଥିଲା ଅନାସ୍ଥା ଭୋଟ୍ । ଏହାକୁ ନେଇ ବିଜୁ ଜନତା ଦଳ ପକ୍ଷରୁ ଓ ନିଶ୍ଚିନ୍ତକୋଇଲି ବ୍ଲକ ଅଧ୍ୟକ୍ଷାଙ୍କ ସହିତ ଅନେକ ସରପଞ୍ଚ ଓ ସମିତି ସଭ୍ୟ ମାନେ ଜୋରଦାର ବିରୋଧ ପ୍ରଦର୍ଶନ କରିଥିଲେ । ତେବେ ଶୁକ୍ରବାର କଟକ ସଦର ଉପଜିଲ୍ଲାପାଳ ପତ୍ର ଯୋଗେ ୪ ଜଣ ସାଂସଦ ଓ ବିଧାୟକଙ୍କ ସହିତ ପଞ୍ଚାୟତ ସମିତିର ୮୨ ଜଣ ସରପଞ୍ଚ ଓ ସମିତିସଭ୍ୟ ମାନଙ୍କୁ ଆସନ୍ତା ମେ’ ୩୦ ତାରିଖ ପୂର୍ବାହ୍ନ ୧୧ ଘଟିକାରେ ପ୍ରଥମେ ଅନାସ୍ଥା ସମ୍ବନ୍ଧୀୟ ଆଲୋଚନାରେ ଭାଗ ନେବା ସହିତ ଆବଶ୍ୟକ ହେଲେ ଭୋଟ୍ରେ ଭାଗ ନେବାକୁ ନିର୍ଦ୍ଦେଶ ଦିଆଯାଇଛି । ଏହାକୁ ନେଇ ପୁନର୍ବାର ନିଶ୍ଚିନ୍ତକୋଇଲି ବ୍ଲକ୍ରେ ରାଜନୀତି ଉଷ୍ମତା ବଢିବା ସହିତ ସ୍ୱାଧୀନ ବିଧାୟକ ସାରଦା ପ୍ରଧାନ ଓ ବିଜେଡି ନେତା ପ୍ରତାପ ଜେନା ଉଭୟଙ୍କ ସପକ୍ଷ ସରପଞ୍ଚ ଓ ସମିତି ସଭ୍ୟ ମାନଙ୍କୁ ନେଇ ରାଜନୀତି ଏବେ ଜୋର ଧରିଛି ।

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

May 2, 2026
ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

May 2, 2026
ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

May 2, 2026
ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

May 2, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 2, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!