Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗ୍ରୀଷ୍ମ ଛୁଟିରେ ଯୁକ୍ତଦୁଇ ପିଲାଙ୍କୁ ଦିଆଯିବ ନିଟ୍ ଓ ଜେଇଇ କୋଚିଂ

by ସଞ୍ଜୟ ସ୍ୱାଇଁ
April 26, 2024
in Education, State
ଗ୍ରୀଷ୍ମ ଛୁଟିରେ ଯୁକ୍ତଦୁଇ ପିଲାଙ୍କୁ ଦିଆଯିବ ନିଟ୍ ଓ ଜେଇଇ କୋଚିଂ
99
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ନିର୍ଦ୍ଦେଶନାମା: ଗ୍ରୀଷ୍ମ ଛୁଟିରେ ଯୁକ୍ତଦୁଇ ପିଲାଙ୍କୁ ଦିଆଯିବ ନିଟ୍ ଓ ଜେଇଇ କୋଚିଂରାଜ୍ୟରେ ଏବେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଥିବାରୁ ଲୋକମାନେ ଘରୁ ବାହାରି ପାରୁ ନାହାନ୍ତି । ଏପରି ସ୍ଥିତିରେ ସ୍କୁଲ ଓ କଲେଜ ପିଲାମାନେ ଘରୁ ବାହାରିବା ନିହାତି ପକ୍ଷେ କଷ୍ଟକର । ସେଥିପାଇଁ ରାଜ୍ୟ ସରକାର ଗତ ୨୫ ତାରିଖଠାରୁ ଖରାଛୁଟି ଘୋଷଣା କରିଛନ୍ତି । ଏହି କ୍ରମରେ ରାଜ୍ୟର ସମସ୍ତ ଯୁକ୍ତ ଦୁଇ ମହାବିଦ୍ୟାଳୟରେ ମଧ୍ୟ ଶିକ୍ଷାଦାନ ବନ୍ଦ ରହିଛି । ତେବେ ଖରା ଛୁଟିରେ ଯୁକ୍ତଦୁଇ ଛାତ୍ରଛାତ୍ରୀମାନଙ୍କୁ ନିଟ୍ ଓ ଜେଇଇ କୋଚିଂ ଦିଆଯିବ । ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ଏ ବାବଦରେ ଏକ ନିର୍ଦ୍ଦେଶନାମା ଜାରି କରାଯାଇଛି । ଖରାଛୁଟି ସମୟରେ ଯୁକ୍ତଦୁଇ ଛାତ୍ରଛାତ୍ରୀଙ୍କୁ ନିୟମିତ ଭାବେ ନିଟ୍ ଓ ଜେଇଇ କୋଚିଂ ଦିଆଯିବ । ସରକାରୀ ଛୁଟି ଦିବସ ଓ ରବିବାରକୁ ଛାଡ଼ି ଅନ୍ୟ ଦିନମାନଙ୍କରେ ସକାଳ ୧୦ଟାରେ ଅନଲାଇନରେ କୋଚିଂ ଦିଆଯିବ । ଏହାଫଳରେ ଛାତ୍ରଛାତ୍ରୀଙ୍କର ଛୁଟି ସୁଦୁପଯୋଗ ହେବା ସହିତ ଶୈକ୍ଷିକ କାର୍ଯ୍ୟକ୍ରମ ଜାରି ରହିବ । ଛୁଟି ସମୟରେ ଶ୍ରେଣୀ ଶିକ୍ଷକ ପିଲାଙ୍କୁ ହୋମୱାର୍କ ପ୍ରଦାନ କରିବେ । ପିଲାଙ୍କର କୌଣସି ବିଷୟରେ ଦ୍ୱନ୍ଦ୍ୱ ରହିଥିଲେ ସେମାନେ ସେହି ବିଷୟର ଶିକ୍ଷକଙ୍କୁ ଫୋନରେ ଯୋଗାଯୋଗ କରିପାରିବେ । ଆବଶ୍ୟକ ପଡ଼ିଲେ ଶ୍ରେଣୀ ଶିକ୍ଷକମାନେ ପିଲା ଓ ଅଭିଭାବକଙ୍କ ସହ ଆଲୋଚନା କରିବେ । ସମଗ୍ର ଖରା ଛୁଟିରେ ଶିକ୍ଷକ ଓ କର୍ମଚାରୀମାନେ ରୋଷ୍ଟର ଡ୍ୟୁଟି କରିବେ । ଏଥିପାଇଁ ସ୍ୱତନ୍ତ୍ର ରେଜିଷ୍ଟରରେ ସମସ୍ତ ତଥ୍ୟ ଉଲ୍ଲେଖ କରାଯିବ । ଆଗକୁ ସାଧାରଣ ନିର୍ବାଚନ ଥିବାରୁ ମହାବିଦ୍ୟାଳୟର ଅଧ୍ୟକ୍ଷ ଓ କର୍ମଚାରୀମାନେ ଉଚ୍ଚ କର୍ତ୍ତୃପକ୍ଷଙ୍କ ବିନା ଅନୁମତିରେ ନ ଛାଡ଼ିବାରୁ ନିର୍ଦ୍ଦେଶ ଦିଆଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!