Wednesday, May 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗଞ୍ଜାମ ଦେଶର ଏକ ନମ୍ବର ଜିଲ୍ଲା ହେବ : ମୁଖ୍ୟମନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
March 26, 2023
in Feature News, State
୫ ଦିନିଆ ଦିଲ୍ଲୀ ଗସ୍ତରେ ଅଛନ୍ତି ମୁଖ୍ୟମନ୍ତ୍ରୀ
59
VIEWS
Share on FacebookShare on Twitter

ଗଞ୍ଜାମ, (ବାଘୁଆବାର୍ତ୍ତା): ମା’ମାନେ ଭଲ କାମ କରୁଛନ୍ତି । ସେମାନେ ଉଦ୍ୟୋଗୀ ହୁଅନ୍ତୁ । ମା’ମାନଙ୍କର ଉନ୍ନତି ହେଲେ ଦେଶ ଓ ସମାଜର ଉନ୍ନତି ହେବ । ଗଞ୍ଜାମ ଜିଲ୍ଲାକୁ ଦେଶର ଏକ ନମ୍ବର ଜିଲ୍ଲା ଭାବେ ପରିଣତ କରିବା ଲାଗି ଆହ୍ବାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗଞ୍ଜାମ ଗସ୍ତରେ ଯାଇ ହିଞ୍ଜିଳିରେ ମୁଖ୍ୟମନ୍ତ୍ରୀ କହିଛନ୍ତି କି ଆଜି ହିଞ୍ଜିଳି ଆସି ଓ ଆପଣମାନଙ୍କୁ ଭେଟି ମୁଁ ବହୁତ ଖୁସି । ଆଜି ହିଞ୍ଜିଳିରେ ୫୯୦ କୋଟି ଟଙ୍କାରେ ୩୦୦ରୁ ଅଧିକ ପ୍ରକଳ୍ପ ଆରମ୍ଭ କରାଗଲା । ହିଞ୍ଜିଳିର ବିକାଶ ଓ ଗଞ୍ଜାମର ବିକାଶରେ ନୂଆ ଅଧ୍ୟାୟ ଯୋଡ଼ିବ । ମୁଁ ବହୁତ ଖୁସି ଯେ ଆଜି ଗଞ୍ଜାମ ଜିଲ୍ଲାରେ ୨୦ ହଜାରରୁ ଅଧିକ ଲୋକ ଗ୍ରାମକଣ୍ଠ ପଟ୍ଟା ପାଇଲେ । କେବଳ ହିଞ୍ଜିଳିରେ ୪ ହଜାର ୫ଶହରୁ ଅଧିକ ଲୋକ ପଟ୍ଟା ପାଇଲେ । ଆପଣମାନଙ୍କ ବହୁତ ଦିନ ଅସୁବିଧା ଆଜି ଦୂର ହୋଇଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି କି ମିଶନ ଶକ୍ତିର ମା’ମାନଙ୍କୁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବିନା ସୁଧରେ ଋଣ ଦିଆଯାଉଛି । ଏଥିପାଇଁ ୫ ବର୍ଷରେ ୫୦ ହଜାର କୋଟି ଟଙ୍କାର ବ୍ୟବସ୍ଥା କରାଯାଇଛି । ଆଜି ମିଶନ ଶକ୍ତିର ମା’ମାନଙ୍କୁ ୧୫୬ କୋଟିରୁ ଅଧିକ ଟଙ୍କାର ଋଣ ଦିଆଯାଇଛି । ମା’ମାନଙ୍କ ଉନ୍ନତି ହେଲେ ଦେଶ ସମାଜର ଉନ୍ନତି ହେବ । ସେହିପରି ଚାଷୀ ଭାଇମାନଙ୍କୁ ମଧ୍ୟ ବିନା ସୁଧରେ ୧ ଲକ୍ଷ ଟଙ୍କା ଋଣ ଦିଆଯାଉଛି । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଓ 5T ସ୍କୁଲ ରୂପାନ୍ତରଣ, ଶିକ୍ଷା ଓ ସ୍ୱାସ୍ଥ୍ୟକ୍ଷେତ୍ରରେ ୨ଟି ମାଇଲ ଷ୍ଟୋନ୍ । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଗଞ୍ଜାମରେ ଏପର୍ଯ୍ୟନ୍ତ ୫୦ ହଜାରରୁ ଅଧିକ ଲୋକ ଉପକାର ପାଇଲେଣି । ଏଥିପାଇଁ ରାଜ୍ୟ ସରକାର ୧୯୦ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କଲେଣି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେହିପରି ଗଞ୍ଜାମ ଜିଲ୍ଲାର ୪୭୧ ହାଇସ୍କୁଲ 5Tରେ ରୂପାନ୍ତରଣ ହୋଇଛି । ଡିସେମ୍ବର ସୁଦ୍ଧା ସବୁ ହାଇସ୍କୁଲ 5Tରେ ରୂପାନ୍ତରଣ ହେବ । ମୁଁ ସବୁବେଳେ ଆପଣଙ୍କ ପାଇଁ କାମ କରିଛି ଓ କରି ଚାଲିବି । ଆପଣମାନଙ୍କ ସହଯୋଗ ଜାରି ରହିଲେ ଗଞ୍ଜାମ ଦେଶର ଏକ ନମ୍ବର ଜିଲ୍ଲା ହୋଇପାରିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!