Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓ.ଏ.ଏସ ଅଧିକାରୀ ସ୍ତରରେ ଅଦଳବଦଳ

by ସଞ୍ଜୟ ସ୍ୱାଇଁ
June 20, 2021
in State
ଓ.ଏ.ଏସ ଅଧିକାରୀ ସ୍ତରରେ ଅଦଳବଦଳ
910
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଓଡ଼ିଶା ପ୍ରଶାସନିକ ସେବା ଅଧିକାରୀ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି । ୬ ଜଣ ବରିଷ୍ଠ ଓଏଏସ୍ ଅଫିସରଙ୍କୁ ସ୍ୱତନ୍ତ୍ର ସଚିବ ପାହ୍ୟାକୁ ପଦୋନ୍ନତି ଦିଆଯାଇଛି । ସେମାନେ ହେଲେ ମୁଖ୍ୟ ଶାସନ ସଚିବଙ୍କ ଓଏସଡି ଦିଲ୍ଲୀପ ରାଉତରାଏ, ବ୍ରହ୍ମପୁର ବନ୍ଦୋବସ୍ତ ଅତିରିକ୍ତ କମିଶସନର ସୂର୍ୟ୍ୟମାଧବ ପାଣିଗ୍ରାହୀ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ଅତିରିକ୍ତ ଶାସନ ସଚିବ ସରୋଜ କୁମାର ପଟେଲ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗର ଅତିରିକ୍ତ ଶାସନ ସଚିବ ସୁମନ ବେହେରା, ଓମବାଡସିର ମହାପ୍ରବନ୍ଧକ ସୁଧାକର ବୁର୍ଗୀ ଓ କେନ୍ଦୁଝର ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ଉଦ୍ଧବ ଚନ୍ଦ୍ର ମାଝି । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି । ଏତଦବ୍ୟତୀତ ୯ ଜଣ ଓଏଏସ୍ ଅଫିସରଙ୍କୁ ଏସଏଜି ପାହ୍ୟାକୁ ପଦୋନ୍ନତି ଦିଆଯାଇଛି । ସେମାନଙ୍କ ମଧ୍ୟରେ ସନ୍ତୋଷ କୁମାର ଦାଶ, ଅନିଲ କୁମାର ପଟ୍ଟନାୟକ, ମଧୁସୂଦନ ଦାସ, ଅରୁଣ କୁମାର ମହାପାତ୍ର, ପ୍ରେମଜିତ ନାୟକ, ନରହରି ସେଠୀ, ଯୁଗଳେଶ୍ୱରୀ ଦାସ, ମଞ୍ଜୁଲତା ସ୍ୱାଇଁ ଓ ମଧୁମିତା ରଥ । ଉକ୍ତ ଅଧିକାରୀମାନେ ନିଜ ପଦବୀରେ କାର୍ୟ୍ୟ ଜାରି ରଖିବାକୁ ନିର୍ଦ୍ଦେଶ ଦିଆଯାଇଥିବ ଜଣାପଡ଼ିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!