ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଅନ୍ତର୍ଗତ ଓଡ଼ଗାଁ ବ୍ଲକ ପଞ୍ଚାୟତ ସମ୍ମିଳନି କକ୍ଷରେ ଆଜି ଜିଲ୍ଲାପାଳଙ୍କ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ନୟାଗଡ଼ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ, ନୟାଗଡ଼ ଆରକ୍ଷୀ ଅଧୀକ୍ଷକ ଏସ. ସୁଶ୍ରୀ, ଅତିରିକ୍ତ ଜିଲ୍ଲାପାଳ ଦିଲ୍ଲୀପ କୁମାର ବଳ ଓ ଉପ ଜିଲ୍ଲାପାଳ କର୍ଣ୍ଣଦେବ ସମାଦାର ଉପସ୍ଥିତ ରହିଥିଲେ । ଆଜିର ଜନ ଶୁଣାଣି ଶିବିରରେ ମୋଟ ୮୫ ଗୋଟି ମାମଲା ଗ୍ରହଣ କରାଯାଇଥିଲା । ସେଥି ମଧ୍ୟରୁ ବ୍ୟକ୍ତିଗତ ୭୭ ମାମଲା ରହିଥିବା ବେଳେ ଗ୍ରାମ୍ୟ ବିମାଦ ୮ ଗୋଟି ରହିଥିଲା । ତୁରନ୍ତ ୧୬ ଗୋଟି ମାମଲାର ସମାଧାନ କରାଯାଇଥିଲା । ଆଜିର ଏହି କାର୍ଯ୍ୟକ୍ରମରେ ଓଡ଼ଗାଁ ବିଡିଓଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ମାନେ ଉପସ୍ଥିତ ରହି ସହଯୋଗ କରିଥିଲେ ।






