Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓଡିଶାର ସବୁଠୁ ବ୍ୟୟବହୁଳ ସିନେମା ହେବ ‘ଲ୍ୟାଣ୍ଡଫଲ’

by ସଞ୍ଜୟ ସ୍ୱାଇଁ
May 14, 2025
in State
ଓଡିଶାର ସବୁଠୁ ବ୍ୟୟବହୁଳ ସିନେମା ହେବ ‘ଲ୍ୟାଣ୍ଡଫଲ’
98
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ୧୯୯୯ର ମହାବାତ୍ୟା ଏବେ ସିନେମାର ରୂପ ନେବାକୁ ଯାଉଛି । ଯାହାକୁ ଦର୍ଶକେ ରୂପେଲି ପରଦାରେ ଦେଖିବେ। ପୂର୍ବରୁ ‘ଦମନ’ ପରି ସଫଳ ଚଳଚ୍ଚିତ୍ର ନିର୍ମାଣ କରି ଜାତୀୟସ୍ତରରେ ପୁରସ୍କୃତ ଓ ପ୍ରଶଂସିତ ହୋଇଥିବା ନିର୍ଦ୍ଦେଶକ ଯୋଡି ଦେବୀପ୍ରସାଦ ଲେଙ୍କା ଓ ବିଶାଲ ମୌର୍ଯ୍ୟ ପୁଣି ଏକ ଚଳଚ୍ଚିତ୍ର ନିର୍ମାଣ କରୁଛନ୍ତି । ସବ୍ୟସାଚୀ ମିଶ୍ରଙ୍କ ଅଭିନୀତ ଏହି ସିନେମାର ଶୀର୍ଷକ ଘୋଷଣା ହୋଇଛି । ଯାହାକୁ ନେଇ ଏବେଠୁ ଚର୍ଚ୍ଚା ଆରମ୍ଭ ହୋଇଗଲାଣି । ପିକ୍ସେଲ ମୁଭିଜ ନିବେଦିତ ତଥା ପ୍ରଭାତ କୁମାର ପ୍ରଧାନଙ୍କ ପ୍ରଯୋଜିତ ଏହି ନୂଆ ଓଡ଼ିଆ ସିନେମାର ଶୀର୍ଷକ ରହିଛି ‘ଲ୍ୟାଣ୍ଡଫଲ୍’ । ମଙ୍ଗଳବାର ଭୁବନେଶ୍ୱରରଠାରେ ଆୟୋଜିତ ଏକ ଭବ୍ୟ ଓ ଆଡମ୍ୱରପୂର୍ଣ୍ଣ ଉତ୍ସବରେ ଏହାର ଶୀର୍ଷକ ଘୋଷଣା ହୋଇଥିଲା । ଚଳଚ୍ଚିତ୍ରର ମୁଖ୍ୟ ଭୂମିକାରେ ସବ୍ୟସାଚୀ ମିଶ୍ର ଓ ତାଙ୍କ ବିପକ୍ଷରେ ନାୟିକା ଭାବରେ ନଜର ଆସିବେ ସୌନ୍ଦର୍ଯ୍ୟମୟୀ ଅଭିନେତ୍ରୀ ଦିବ୍ୟାସ୍ନାତା । ଆରମ୍ଭରେ ଉପସ୍ଥିତ ରହି ଅଗ୍ନିଶମ ବିଭାଗ ଡିଜି ସୁଧାଂଶୁ ଷଡ଼ଙ୍ଗୀ ଫିଲ୍ମର ଟିମ୍କୁ ଶୁଭେଚ୍ଛା ଜଣାଇବା ସହ ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା ଦିଗରେ ଅଗ୍ନିଶମ ବିଭାଗର ତତ୍ପରତା ସମ୍ପର୍କରେ ଅଭିଜ୍ଞତା ରଖିଥିଲେ । କାର୍ଯ୍ୟକ୍ରମରେ କୁଜଙ୍ଗର ତତ୍କାଳୀନ ତହସିଲଦାର ସୁରଜିତ ଦାସ, ଅତିରିକ୍ତ ତହସିଲଦାର ନୃସିଂହ ଚରଣ ସ୍ୱାଇଁ ପ୍ରମୁଖ ଯୋଗଦେଇ ଫିଲ୍ମର ଟାଇଟଲ, ଲୋଗୋ ଓ ପୋଷ୍ଟର ଉନ୍ମୋଚନ କରିବା ସହ ସେ ସମୟର ଅନୁଭୂତି ବଖାଣି ଥିଲେ । ଅନ୍ୟମାନଙ୍କ ମଧ୍ୟରେ ଚଳଚ୍ଚିତ୍ରର ସଙ୍ଗୀତ ନିର୍ଦ୍ଦେଶକ ଗୌରବ ଆନନ୍ଦ, ଡିଓପି ପ୍ରତାପ ରାଉତ ଏବଂ ଅନ୍ୟାନ୍ୟ କଳାକାର ଓ ଟେକ୍ନିସିଆନଙ୍କ ସମେତ ଇଣ୍ଡଷ୍ଟ୍ରିର ବହୁ ବ୍ୟକ୍ତିବିଶେଷ ଯୋଗ ଦେଇଥିଲେ । ଫିଲ୍ମ ପାଇଁ ବିଶାଳ ସେଟ୍ ନିର୍ମାଣ ହେବା ସହ ଅତ୍ୟାଧୁନିକ ଆନିମେସନ ଓ ଭିଜୁଆଲ ଇଫେକ୍ଟସର ଉପଯୋଗ ହେବ । ନିର୍ମାଣ ପାଇଁ ୧୦ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ଜଣାପଡିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!