Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୪ର୍ଥ ଦିନରେ ସ୍ୱାଭାବିକ ହେଲା ଗୃହ

by ସଞ୍ଜୟ ସ୍ୱାଇଁ
September 27, 2023
in Politics, State
ସେପ୍ଟେମ୍ବର ୧ରୁ ଆରମ୍ଭ ହେବ ମୌସୁମି ଅଧିବେଶନ
56
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ୩ ଦିନ ପରେ ସ୍ୱାଭାବିକ ହେଲା ଗୃହ । ଲଗାତାର ୩ ଦିନ ହେବ ଗୃହକାର୍ଯ୍ୟ ଅଚଳ ହେଉଥିଲା । ଉଭୟ ବିରୋଧୀ ଓ ଶାସକ ଦଳର ନାରାବାଜି କାରଣରୁ ଗୃହକାର୍ଯ୍ୟ ସ୍ୱାଭାବିକ ହୋଇପାରୁନଥିଲା । ବାଚସ୍ପତି ପ୍ରମିଳା ସର୍ବଦଳୀୟ ବୈଠକ ଡାକି ଆଲୋଚନା କରିବା ପରେ ଚଳିତ ଅଧିବେଶନର ଚତୁର୍ଥ ଦିନରେ ଗୃହକାର୍ଯ୍ୟ ସ୍ୱାଭାବିକ ହୋଇଛି । ପ୍ରଶ୍ନକାଳରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ଜାରି ରହିଛି । ଆଜି ଗୃହରେ କୃଷି, ଗଣଶିକ୍ଷା, ଉଚ୍ଚଶିକ୍ଷା, ପଶୁ ସମ୍ପଦ ଓ ଯୋଗାଣ ବିଭାଗର ଆଲୋଚନା ହେବ । ଏହାପୂର୍ବରୁ ବିରୋଧୀ ଓ ଶାସକ ସଦସ୍ୟଙ୍କ ହଟ୍ଟଗୋଳ ଯୋଗୁଁ ଗତକାଲି ଅଚଳ ହୋଇଯାଇଥିଲା ପ୍ରଥମାର୍ଦ୍ଧ । ପ୍ରଶ୍ନକାଳ, ଶୂନ୍ୟକାଳ ଏବଂ ମୁଲତବି ଆଲୋଚନା ହୋଇପାରିନଥିଲା । ଗୃହ ନଚାଲିବାକୁ ନେଇ ମୁହାଁମୁହିଁ ହୋଇଥିଲେ ବିଜେଡି, ବିଜେପି ଓ କଂଗ୍ରେସ । ବିଜେପି ବିଧାୟକ ଅଭିଯୋଗ ଆଣି କହିଥିଲେ, ବିଜେଡି ଓ କଂଗ୍ରେସ ଏକ ହୋଇ ଗୃହକୁ ଚଳାଇ ଦେଉ ନାହାନ୍ତି । ବିଜେଡି ସହ ମିଶି କଂଗ୍ରେସ ଭିନ୍ନ ଏକ ପ୍ରସଙ୍ଗରେ ମୁଲତବି ପ୍ରସ୍ତାବ ଆଣିଥିଲା ବୋଲି ବିଜେପି ଅଭିଯୋଗ କରଥିଲା । ଏହାକୁ କାଂଉଟର କରିଥିଲା କଂଗ୍ରେସ । ଗୃହ ଚାଲି ନପାରିବାରୁ, ବିଜେପି ବିଧାୟକଙ୍କ ଅଭିଯୋଗକୁ ନେଇ ରୁଲିଂ ଦେଇଥିଲେ ବାଚସ୍ପତି । ପ୍ରଶ୍ନକୁ ଅଗ୍ରାହ୍ୟ କରାଯିବା ପୂର୍ବରୁ କାହିଁକି ଜଣାଯାଇନଥିଲା ସେ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଇଥିଲେ । ଏହା ପରେ ସର୍ବଦଳୀୟ ବୈଠକ ଡାକିଥିଲେ ବାଚସ୍ପତି । ବୈଠକ ପରେ ଅପରାହ୍ନରେ ଗୃହକାର୍ଯ୍ୟ ସ୍ୱାଭାବିକ ଭାବେ ଚାଲିଥିଲା । ଆଗତ ହୋଇଥିଲା ପୌର ବିଧି ସଂଶୋଧନ ବିଲ୍ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!