Wednesday, September 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓଡ଼ିଶା ଦିବସ ୨୦୨୧ ପାଳନ ନେଇ ପ୍ରସ୍ତୁତି ବୈଠକ

by ସଞ୍ଜୟ ସ୍ୱାଇଁ
March 8, 2021
in Feature News
ଓଡ଼ିଶା ଦିବସ ୨୦୨୧ ପାଳନ ନେଇ ପ୍ରସ୍ତୁତି ବୈଠକ
59
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା):ଓଡ଼ିଶା ଦିବସ ୨୦୨୧ ଉପଲକ୍ଷେ ପ୍ରସ୍ତୁତି ବୈଠକ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ସ୍ଥିତ ଦ୍ୱିତୀୟ ମହଲା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ କୋଭିଡ୍‌ ନିୟମାବଳୀ ଅନୁପାଳନ ପୂର୍ବକ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ ଲାଗି ନିଷ୍ପତ୍ତି ହୋଇଛି । ପ୍ରଭାତ ଫେରିଠାରୁ ଆରମ୍ଭ କରି ଆଲୋକ ସଜ୍ଜା, ସାଂସ୍କୃତିକ କାର୍ଯ୍ୟକ୍ରମ, ନିରାପତ୍ତା ବ୍ୟବସ୍ଥା, ଛାତ୍ରଛାତ୍ରୀଙ୍କ ମଧ୍ୟରେ ପ୍ରତିଯୋଗିତା ଆୟୋଜନ, ଫଟୋଚିତ୍ର ପ୍ରଦର୍ଶନୀ ଆଦି ମୋଟି ୨୦ଟି ପ୍ରସ୍ତାବ ଉପରେ ଆଲୋଚନା ହୋଇ ନିଷ୍ପତ୍ତି ନିଆଯାଇଛି । ଚଳିତ ଓଡ଼ିଶା ଦିବସ-୨୦୨୧ରେ ପୂର୍ବବର୍ଷ ଭଳି ପ୍ରଭାତଫେରି ଆୟୋଜନ କରାଯିବ । ଏଥିରେ ଭୁବନେଶ୍ୱର ମହାନଗର ନିଗମ ଅନ୍ତର୍ଗତ ସମସ୍ତ ଅଞ୍ଚଳରେ ସକାଳ ୬ଟାରୁ ୭ଟା ମଧ୍ୟରେ ଓଡ଼ିଆ ଦେଶାତ୍ମବୋଧକ ସଂଗୀତ ବାଦନ କରାଯିବ । ଚଳିତ ବର୍ଷ ଓଡ଼ିଶା ଦିବସ ଉତ୍କଳମଣ୍ଡପଠାରେ ଆୟୋଜନ କରାଯିବାକୁ ସ୍ଥିର ହୋଇଛି । କୋଭିଡ୍‌ ମାର୍ଗଦର୍ଶିକାର ସଠିକ୍‌ ଅନୁପାଳନ ସହିତ ସାଂସ୍କୃତିକ କାର୍ଯ୍ୟକ୍ରମ କରାଯିବାକୁ ସ୍ଥିର ହୋଇଛି । ସଂସ୍କୃତି ବିଭାଗ ପକ୍ଷରୁ ଓଡ଼ିଶାର ବଛାବଛା ସାଂସ୍କୃତିକ ଦଳମାନଙ୍କୁ ନେଇ ଚିତ୍ତାକର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯିବ । ଏଥିପାଇଁ ଆବଶ୍ୟକ ସମସ୍ତ ଆନୁଷଙ୍ଗିକ ବ୍ୟବସ୍ଥା ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଆୟୋଜନ କରିବାକୁ ନିଷ୍ପତ୍ତି ହୋଇଛି । ଓଡ଼ିଶା ଦିବସ ଅବସରରେ ରାଜଭବନ, ସଚିବାଳୟ, ବିଧାନସଭା ସୌଧ, ରବିନ୍ଦ୍ରମଣ୍ଡପ ଆଦି ସରକାରୀ କୋଠାକୁ ରଙ୍ଗୀନ ଆଲୋକମାଳାରେ ସଜ୍ଜିତ କରାଯିବ । ଏଥି ସହିତ ଅନ୍ୟାନ୍ୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ କାର୍ଯ୍ୟାଳୟ, ଭାରତୀୟ ରିଜର୍ଭ ବ୍ୟାଙ୍କ, ଷ୍ଟେଟ୍‌ବ୍ୟାଙ୍କ ମୁଖ୍ୟ କାର୍ଯ୍ୟାଳୟର ଆଲୋକୀକରଣ ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ସଂପୃକ୍ତ ସଂସ୍ଥାକୁ ଅନୁରୋଧ କରାଯିବ । ଉତ୍ସବ ସ୍ଥାନ ଓ ନିକଟବର୍ତ୍ତୀ ରାସ୍ତାମାନଙ୍କରେ ନିରାପତ୍ତା, ଯାନବାହନ ନିୟନ୍ତ୍ରଣ ଏବଂ ପାର୍କିଂ ପାଇଁ କମିଶନରେଟ୍‌ ପୁଲିସ୍‌ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯିବ । ସଭା ସ୍ଥଳରେ ପରିଚ୍ଛନ୍ନତା ପାଇଁ ଅସ୍ଥାୟୀ ଶୌଚାଳୟ ନିର୍ମାଣ କରାଯିବା ସହ ସଭାସ୍ଥଳକୁ ବିଏମ୍‌ସି ପକ୍ଷରୁ ସଂପୂର୍ଣ୍ଣ ରୂପେ ବିଶୋଧନ କରାଯିବ । ଅଗ୍ନିଶମ ସେବା ସଂସ୍ଥା ପକ୍ଷରୁ ଦମକଳ ଓ ଅଗ୍ନି ନିରୋଧକ ଯନ୍ତ୍ର ବ୍ୟବସ୍ଥା ପାଇଁ ନିଷ୍ପତ୍ତି ହୋଇଛି । ଆପଦକାଳୀନ ସେବା ପାଇଁ କ୍ୟାପିଟାଲ୍‌ ହସ୍‌ପିଟାଲ୍‌ ପକ୍ଷରୁ ଆମ୍ବୁଲାନ୍ସ ବ୍ୟବସ୍ଥା ଗ୍ରହଣ କରାଯିବ । ବିଗତ ବର୍ଷ ପରି ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଜିଲ୍ଲା ଓ ରାଜ୍ୟସ୍ତରରେ ଓଡ଼ିଆ ବକ୍ତୃତା ପ୍ରତିଯୋଗିତା ଆୟୋଜନ କରାଯିବ । ଉତ୍ସବରେ ଭାରତୀୟ ରେଡ୍‌କ୍ରସ ସଂସ୍ଥା, ଓଡ଼ିଶା ଶାଖା ପକ୍ଷରୁ ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ହାସଲ କରିଥିବା ଦିବ୍ୟାଙ୍ଗ ବ୍ୟକ୍ତିବିଶେଷଙ୍କୁ ପୁରସ୍କାର ଓ ମାନପତ୍ର ପ୍ରଦାନ କରାଯିବ । ଓଡ଼ିଶା ଦିବସରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ବରପୁତ୍ରମାନଙ୍କ ଜୀବନୀ ସଂପର୍କିତ ଫଟୋଚିତ୍ର ପ୍ରଦର୍ଶନୀ ଆୟୋଜନ କରାଯିବ । ଏହି ଅବସରରେ ଉତ୍କଳ ପ୍ରସଙ୍ଗ ଓ ଓଡ଼ିଶା ରିଭ୍ୟୁର ସ୍ୱତନ୍ତ୍ର ସଂଖ୍ୟା ଉନ୍ମୋଚନ କରାଯିବାର କାର୍ଯ୍ୟକ୍ରମ ରହିଛି । ଟେଲିଭିଜନ୍‌ ଓ ସାମାଜିକ ଗଣମାଧ୍ୟମରେ କାର୍ଯ୍ୟକ୍ରମର ସିଧା ପ୍ରସାରଣ କରାଯିବ । ରାଜଧାନୀ ଭୁବନେଶ୍ୱର ସମେତ ନୂଆଦିଲ୍ଲୀ, କୋଲକାତା, ମୁମ୍ବାଇ, ଚେନ୍ନାଇ ସମେତ ପ୍ରତ୍ୟେକ ଜିଲ୍ଲା ସଦର ମହକୁମା ଏବଂ ଉପଖଣ୍ଡ ସଦର ମହକୁମାଠାରେ ଓଡ଼ିଶା ଦିବସ ପାଳନ କରାଯିବାକୁ ବୈଠକରେ ନିଷ୍ପତ୍ତି ହୋଇଛି । ଏହି ପ୍ରସ୍ତୁତି ବୈଠକରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ବିଷ୍ଣୁପଦ ସେଠୀ, ସୂଚନା ଓ ଲୋକସଂପର୍କ ବିଭାଗ କମିଶନର ତଥା ଶାସନ ସଚିବ ଶ୍ରୀ ସଂଜୟ କୁମାର ସିଂ, ପୂର୍ତ୍ତ ବିଭାଗ କମିଶନର ତଥା ଶାସନ ସଚିବ ଡ. କିଷନ କୁମାର, ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ ଶ୍ରୀ କୃପାସିନ୍ଧୁ ମିଶ୍ର, ନିର୍ଦ୍ଦେଶକ (ବୈଷୟିକ) ଶ୍ରୀ ନିରଞ୍ଜନ ସେଠୀ, ସଂସ୍କୃତି ବିଭାଗ ନିର୍ଦ୍ଦେଶକ ଶ୍ରୀ ରଞ୍ଜନ କୁମାର ଦାସ, ବିଡ଼ିଏ ସଚିବ ଶ୍ରୀ ହରିଶ ନାୟକଙ୍କ ସମେତ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀଗଣ ଉପସ୍ଥିତ ଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!