Wednesday, June 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓଡିଶାରେ ୪ଟି ପର୍ଯ୍ୟାୟରେ ନିର୍ବାଚନ, ମେ ୧୩ରୁ ଆରମ୍ଭ

by ସଞ୍ଜୟ ସ୍ୱାଇଁ
March 16, 2024
in Politics, State
ଓଡିଶାରେ ୪ଟି ପର୍ଯ୍ୟାୟରେ ନିର୍ବାଚନ, ମେ ୧୩ରୁ ଆରମ୍ଭ
476
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଦେଶର ସାଧାରଣ ନିର୍ବାଚନ ପାଇଁ ଆଜି ତାରିଖ ଘୋଷଣା ହୋଇଛି। ମୁଖ୍ୟ ନିର୍ବାଚନ କମିଶନ ରାଜୀବ କୁମାର ଓ ଦୁଇ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଏବଂ ସୁଖବୀର ସିଂହ ସାନ୍ଧୁ ମିଳିତ ଭାବେ ସାମ୍ବାଦିକ ସମ୍ମିଳନୀ କରି ତାରିଖ ଘୋଷଣା କରିଛନ୍ତି। ଦେଶର ମୋଟ ୫୪୩ ଲୋକସଭା ଆସନ ପାଇଁ ୭ଟି ପର୍ଯ୍ୟାୟରେ ଭୋଟିଂ ହେବ। ପ୍ରଥମ ପର୍ଯ୍ୟାୟ ଭୋଟି ଏପ୍ରିଲ ୧୯ରୁ ଆରମ୍ଭ ହେବ। ସେହିପରି ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଏପ୍ରିଲ ୨୬, ତୃତୀୟ ପର୍ଯ୍ୟାୟ ଭୋଟ ମେ’ ୭, ୪ର୍ଥ ପର୍ଯ୍ୟାୟ ଭୋଟ ମେ’ ୧୩, ୫ମ ପର୍ଯ୍ୟାୟ ଭୋଟ ୨୦, ୬ଷ୍ଠ ପର୍ଯ୍ୟାୟ ଭୋଟ ମେ’ ୨୫ ଓ ଶେଷ ପର୍ଯ୍ୟାୟ ଭୋଟ ଜୁନ ୧ରେ ଅନୁଷ୍ଠିତ। ଆଜି ନିର୍ବାଚନ କମିଶନ ଲୋକସଭା ବ୍ୟତୀତ ୪ ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ମଧ୍ୟ ତାରିଖ ଘୋଷଣା କରିଛନ୍ତି। ଓଡ଼ିଶା, ଅରୁଣାଚଳ ପ୍ରଦେଶ, ସିକ୍କିମ ଓ ଆନ୍ଧ୍ରପ୍ରଦେଶ ବିଧାନସଭା ନିର୍ବାଚନ ମଧ୍ୟ ଲୋକସଭା ନିର୍ବାଚନ ସହ ସମାନ୍ତରଳ ଭାବେ ଅନୁଷ୍ଠିତ ହେବ। ସେହିପରି ବିଭିନ୍ନ ରାଜ୍ୟରେ ଖାଲି ପଡ଼ିଥିବା ୨୬ଟି ବିଧାନସଭା ଆସନ ପାଇଁ ଉପ ନିର୍ବାଚନ ହେବ। ମୁଖ୍ୟ ନିର୍ବାଚନ କମିଶନ କମିଶନଙ୍କ ଘୋଷଣା ଅନୁଯାୟୀ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ଭୋଟ ହେବ। ମେ’ ୧୩, ମେ ୨୦, ମେ’ ୨୫ ଓ ଜୁନ ୧ରେ ଓଡ଼ିଶାବାସୀ ସମସ୍ତ ୧୪୭ଟି ଆସନ ପାଇଁ ଭୋଟ ଦେବେ। ଜୁନ ୪ରେ ଲୋକସଭା ସହ ବିଧାନସଭା ନିର୍ବାଚନ ଫଳାଫଳ ପ୍ରକାଶ ପାଇବ। ଦେଶର ପ୍ରାୟ ୯୭ କୋଟି ପଞ୍ଜୀକୃତ ଭୋଟର ଇଭିଏମ ଦବାଇ ପରବର୍ତ୍ତୀ ସରକାର ଗଠନ ପାଇଁ ନିଜର ମତାଧିକାର ସାବ୍ୟସ୍ତ କରିବେ। ଏଥିପାଇଁ ୧୦.୫ ଲକ୍ଷ ଅଧିକ ବୁଥ ନିର୍ବାଚନ କମିଶନ ପକ୍ଷରୁ ସମଗ୍ର ଦେଶରେ ତିଆରି କରାଯିବ। ନିର୍ବାଚନକୁ ସୂଚାରରୂପେ ଶେଷ କରିବା ପାଇଁ ୧.୫ କୋଟି ପୁଲିଂ ଅଫିସର ନିଯୁକ୍ତ ହେବେ। ୫୫ ଲକ୍ଷ ଇଭିଏମ ଦ୍ୱାରା ଲୋକଙ୍କ ମତାଧିକାର ଗ୍ରହଣ କରାଯିବ। ଧାରା ୩୭୦ ଉଚ୍ଛେଦ ହେବା ପରେ ଜମ୍ମୁ-କଶ୍ମୀରରେ ବିଧାନସଭା ନିର୍ବାଚନ ହେବ। ଏନେଇ ନିର୍ବାଚନ କମିଶନର ତାରିଖ ଘୋଷଣା କରିଛନ୍ତି। ଜମ୍ମୁ-କଶ୍ମୀରବାସୀ ମେ’ ୧୭ରେ ସମସ୍ତ ବିଧାନସଭା ଆସନ ପାଇଁ ଭୋଟ ଦେବେ। ୨୦୧୪ରେ ଶେଷଥର ପାଇଁ ଜମ୍ମୁ-କଶ୍ମୀରରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ପିଡିପି ଓ ବିଜେପି ମିଳିତ ଭାବେ ଏଠାରେ ସରକାର ଗଠନ କରିଥିଲେ। କିନ୍ତୁ ୨୦୧୭ରେ ବିଜେପି ସରକାରଙ୍କ ଠାରୁ ସମର୍ଥନ ପ୍ରତ୍ୟାହାର କରି ନେବାରୁ ମେଣ୍ଟ ଭାଙ୍ଗି ଯାଇଥିଲା। ସେବେଠାରୁ ଆଉ ଜମ୍ମୁ-କଶ୍ମୀରରେ ମତଦାନ ହୋଇ ନଥିଲା। ୨୦୧୯ରେ ବିଜେପି ଏକାକୀ ୩୦୩ ଲୋକସଭା ଆସନ ଜିତିଥିବା ବେଳେ କଂଗ୍ରେସ କେବଳ ୫୨ଟି ଆସନ ଜିତିବାକୁ ସକ୍ଷମ ହୋଇଥିଲା। ଏଥର ବିଜେପି ୩୭୦ ଆସନ ଜିତିବ ବୋଲି ଲକ୍ଷ୍ୟ ରଖିଛି। ବିଜେପିକୁ ମାତ ଦେବା ପାଇଁ ଏକାଧିକ ରାଜନୀତିକ ଦଳ ମିଳିତ ଭାବେ ଇଣ୍ଡିଆ ମେଣ୍ଟ ଗଠନ କରିଛନ୍ତି। ହେଲେ ଏହା କେତେ ଦୂର ସଫଳ ହେଉଛି, ସେକଥା ଭୋଟ ଗଣତି ସହ ଫଳାଫଳ ପ୍ରକାଶ ପାଇବା ପରେ ଜଣାପଡ଼ିବ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!