Tuesday, July 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଆଜି ଜଷ୍ଟିସ ଯଶୋବନ୍ତ ସିଂହ ଓ ଜଷ୍ଟିସ ଅରିନ୍ଦମ ସିହ୍ନାଙ୍କ ଶପଥ ଗ୍ରହଣ

by ସଞ୍ଜୟ ସ୍ୱାଇଁ
October 8, 2021
in State
ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଆଜି ଜଷ୍ଟିସ ଯଶୋବନ୍ତ ସିଂହ ଓ ଜଷ୍ଟିସ ଅରିନ୍ଦମ ସିହ୍ନାଙ୍କ ଶପଥ ଗ୍ରହଣ
52
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଆଜି ଜଷ୍ଟିସ ଯଶୋବନ୍ତ ସିଂହ ଓ ଜଷ୍ଟିସ ଅରିନ୍ଦମ ସିହ୍ନା ଶପଥ ଗ୍ରହଣ କରିଛନ୍ତି। ହାଇକୋର୍ଟର ନୂଆ ସମ୍ମିଳନୀ କକ୍ଷରେ ମୁଖ୍ୟ ବିଚାରପତି ଜଷ୍ଟିସ୍ ଏସ୍. ମୁରଳୀଧର ଦୁଇ ବିଚାରପତିଙ୍କୁ ଶପଥପାଠ କରାଇଛନ୍ତି। ପଞ୍ଜାବ ଓ ହରିୟାଣା ହାଇକୋର୍ଟରୁ ଜଷ୍ଟିସ ଯଶୋବନ୍ତ ସିଂହ ଓଡ଼ିଶା ହାଇକୋର୍ଟକୁ ବଦଳି ହୋଇଥିବା ବେଳେ କୋଲକାତା ହାଇକୋର୍ଟରୁ ‌ଆସିଛନ୍ତି ଜଷ୍ଟିସ ଅରିନ୍ଦମ ସିହ୍ନା। ଏହି ଦୁଇ ବିଚାରପତିଙ୍କୁ ମିଶାଇ ଓଡ଼ିଶା ହାଇକୋର୍ଟ ବିଚାରପତିଙ୍କ ସଂଖ୍ୟା ୧୪ରେ ପହଞ୍ଚିଛି। ତଥାପି ଆହୁରି ୧୩ଟି ପଦ ଖାଲି ଅଛି । ଓଡ଼ିଶା ହାଇକୋର୍ଟରେ ମଂଜୁରୀପ୍ରାପ୍ତ ବିଚାରପତିଙ୍କ ସଂଖ୍ୟା ୨୭ରେ ପହଞ୍ଚିଛି। ସୂଚନାଯୋଗ୍ୟ,ପଞ୍ଜାବ ଓ ହରିୟାଣା ହାଇକୋର୍ଟର ବିଚାରପତି ଜଷ୍ଟିସ ଯଶୋବନ୍ତ ସିଂହ ଓ କୋଲକାତା ହାଇକୋର୍ଟର ବିଚାରପତି ଜଷ୍ଟିସ ଅରିନ୍ଦମ ସିହ୍ନାଙ୍କୁ ଓଡ଼ିଶା ହାଇକୋର୍ଟକୁ ବଦଳି ନେଇ ଗତ ୬ ତାରିଖରେ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଅନ୍ୟପକ୍ଷରେ ଓଡ଼ିଶା ହାଇକୋର୍ଟର ବିଚାରପତି ଜଷ୍ଟିସ ସଂଜୟ କୁମାର ମିଶ୍ରଙ୍କୁ ଉତ୍ତରାଖଣ୍ଡ ହାଇକୋର୍ଟକୁ ବଦଳି ନେଇ ମଧ୍ୟ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଥିଲା।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!