Friday, July 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ୍ୟ ସମବାୟ ବ୍ୟାଙ୍କ ପରିଚାଳନା ନିର୍ଦ୍ଦେଶକ ଗୋପବନ୍ଧୁ ଶତପଥୀଙ୍କୁ କେନ୍ଦ୍ରାଂଚଳ ଆରଡିସି ଭାବେ ନିଯୁକ୍ତି

by ସଞ୍ଜୟ ସ୍ୱାଇଁ
October 2, 2021
in State
ରାଜ୍ୟ ସମବାୟ ବ୍ୟାଙ୍କ ପରିଚାଳନା ନିର୍ଦ୍ଦେଶକ ଗୋପବନ୍ଧୁ ଶତପଥୀଙ୍କୁ କେନ୍ଦ୍ରାଂଚଳ ଆରଡିସି ଭାବେ ନିଯୁକ୍ତି
92
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ୨୦୦୩ ବ୍ୟାଚ୍ ଆଇଏଏସ୍ ତଥା ରାଜ୍ୟ ସମବାୟ ବ୍ୟାଙ୍କ ପରିଚାଳନା ନିର୍ଦ୍ଦେଶକ ଗୋପବନ୍ଧୁ ଶତପଥୀଙ୍କୁ କେନ୍ଦ୍ରାଂଚଳ ଆରଡିସି ଭାବେ ନିଯୁକ୍ତି ମିଳିଛି । ସେ ଅତିରିକ୍ତ ଭାବେ ଏହି ଦାୟିତ୍ୱ ତୁଲାଇବେ। ଆଇଏଏସ୍ ଅନୀଲ କୁମାର ସାମଲ ଗତକାଲି ସରକାରୀ ଚାକିରିରୁ ଅବସର ନେବାପରେ ଏହି ପଦ ଖାଲି ପଡ଼ିଥିଲା। ଅବସର ପରେ ଶ୍ରୀ ସାମଲଙ୍କୁ କଟକ ଉନ୍ନୟନ ପ୍ରାଧିକରଣ(ସିଡିଏ) ଅଧ୍ୟକ୍ଷ ଓ କଟକ ମହାନଗର ନିଗମ ପ୍ରଶାସକ ଭାବେ ଥଇଥାନ କରାଯାଇଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଗୋପବନ୍ଧୁ ଶତପଥୀ ନିଜର ଦାୟିତ୍ୱ ସହ କଟକ କେନ୍ଦ୍ରାଂଚଳ ରାଜସ୍ୱ କମିଶନର(ଆରଡିସି) ଦାୟିତ୍ୱ ତୁଲାଇବେ। ସେହିପରି ସମ୍ବଲପୁର ଉତ୍ତରାଂଚଳ ଆରଡିସିଙ୍କ ସଚିବ ଭିନସେଣ୍ଟ ପୁନମ ଏକ୍କାଙ୍କୁ ସମ୍ବଲପୁର ଆରଡିସି ଭାବେ ଦାୟିତ୍ୱରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଅନୀଲ ସାମଲଙ୍କ ଅବସର ଯୋଗୁ ଉତ୍ତରାଂଚଳ ଆରଡିସି ପଦବୀ ମଧ୍ୟ ଖାଲି ପଡ଼ିଛି । ଶ୍ରୀ ସାମଲ ଉଭୟ କେନ୍ଦ୍ରାଂଚଳ ଓ ଉତ୍ତରାଂଚଳ ଆରଡିସି ଭାବେ କାର୍ୟ୍ୟ କରୁଥିଲେ । ଏହା ବ୍ୟତୀତ ୧୯୯୯ ବ୍ୟାଚ୍ ଭାରତୀୟ ରେଳବାଇ ପର୍ସେନାଲ ସର୍ଭିସ(ଆଇଆରପିଏସ) ସାଗରିକା ପଟ୍ଟନାୟକଙ୍କୁ ରାଜ୍ୟ ନଗର ଉନ୍ନୟନ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ନିଯୁକ୍ତି ମିଳିଛି । ସେ ୨୦୨୫ ଏପ୍ରିଲ ୨୨ତାରିଖ ପର୍ୟ୍ୟନ୍ତ କେନ୍ଦ୍ର ସରକାରରୁ ଡେପୁଟେସନରେ ଆସିଛନ୍ତି । ସେ କେନ୍ଦ୍ର ସରକାରଙ୍କ ପର୍ସେନାଲ ଆଣ୍ଡ ଟ୍ରେନିଂ ବିଭାଗର ନିର୍ଦ୍ଦେଶକ ଭାବେ କାର୍ୟ୍ୟ କରୁଥିଲେ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!