Friday, May 23, 2025
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓଡ଼ିଶାର ସୁରକ୍ଷାକୁ ନେଇ ମୁଖ୍ୟମନ୍ତ୍ରୀ ଡାକିଲେ ଗୁରୁତ୍ୱପୂର୍ଣ୍ଣ ବୈଠକ

by ସଞ୍ଜୟ ସ୍ୱାଇଁ
May 9, 2025
in State
ଓଡ଼ିଶାର ସୁରକ୍ଷାକୁ ନେଇ ମୁଖ୍ୟମନ୍ତ୍ରୀ ଡାକିଲେ ଗୁରୁତ୍ୱପୂର୍ଣ୍ଣ ବୈଠକ
63
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ଭାରତ-ପାକିସ୍ତାନ ଯୁଦ୍ଧ ସ୍ଥିତି ଭିତରେ ଓଡ଼ିଶାର ସୁରକ୍ଷାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଡାକିଲେ ଗୁରୁତ୍ୱପୂର୍ଣ୍ଣ ବୈଠକ । ଅପରାହ୍ନରେ ବସିବ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ । ବୈଠକରେ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀ ମାନେ ଯୋଗ ଦେବେ । ସେପଟେ ଭାରତ-ପାକିସ୍ତାନ ଯୁଦ୍ଧ ପରିସ୍ଥିତି ମଧ୍ୟରେ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେ କହିଛନ୍ତି, ଆତଙ୍କବାଦୀ ନିପାତ ପାଇଁ ଭାରତ ସଂକଳ୍ପ ନେଇଛି । ଯୋଜନାବଦ୍ଧ ଆକ୍ରମଣ କରି ଆତଙ୍କବାଦୀଙ୍କୁ ନିପାତ କରାଯାଉଛି । ପ୍ରଧାନମନ୍ତ୍ରୀ ସାରା ବିଶ୍ୱର ନେତୃତ୍ୱ ନେଉଛନ୍ତି । ଓଡ଼ିଶା କ୍ଷେତ୍ରରେ ଆମ ରାଜ୍ୟରେ ଥିବା କିଛି ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଚାନ୍ଦିପୁର, ପୁରୀ ଭଳି ସ୍ଥାନ ଗୁଡ଼ିକରେ ବଙ୍ଗୋପସାଗର ପଟୁ ଆକ୍ରମଣର ଆଶଙ୍କା ରହିଛି । କେନ୍ଦ୍ର ସରକାର ଏଥିପାଇଁ ପ୍ରସ୍ତୁତ ଅଛନ୍ତି । ରାଜ୍ୟରେ ଥିବା ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଗୁଡିକର ସୁରକ୍ଷାକୁ ନେଇ ପୂର୍ବରୁ ରାଜ୍ୟ ସରକାର ଆଲୋଚନା କରିଥିଲେ ଆଜି ବି ଆଉ ଥରେ ଆଲୋଚନା ହେବ । କିଭଳି ଭାବେ ସବୁ ଅଞ୍ଚଳକୁ ସିଲ୍ କରାଯିବ ଓ ଯାଞ୍ଚ କଡାକଡି କରାଯିବ । ଯେଉଁମାନେ ବାହାରେ ଅଛନ୍ତି ତାଙ୍କୁ ଓଡ଼ିଶା ଆଣିବା ପାଇଁ ବନ୍ଦୋବସ୍ତ କରାଯାଉଛି । ନୂଆଦିଲ୍ଲୀରେ ଆବାସିକ କମିଶନରଙ୍କ କାର୍ଯ୍ୟାଳୟରେ ୨୪ ଘଣ୍ଟିଆ ହେଲ୍ପ ଡେକ୍ସ ଖୋଲାଯାଇଛି । ଜମ୍ମୁରେ ପଢ଼ୁଥିବା ଓଡ଼ିଆ ଛାତ୍ରଛାତ୍ରୀଙ୍କୁ ଦିଲ୍ଲୀ ଅଣାଯାଉଛି । ପରିସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖିବା ସହ ଆମେ ଲଗାତାର ଭାବେ ସମୀକ୍ଷା କରୁଛୁ । ଲମ୍ବା ଯୁଦ୍ଧ ହେବ ଭାରତ ବିଜୟୀ ହେବ । ଭୟଭୀତ ହେବାର କୌଣସି ପ୍ରଶ୍ନ ନାହିଁ । ରାଜ୍ୟରେ ଯେଉଁ ସାଧାରଣ ବ୍ୟବସ୍ଥା ରହିଛି ତାହା କାର୍ଯ୍ୟକାରୀ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ବିଜେଡିର ରାଜ୍ୟ ସ୍ତରୀୟ ନୂଆ ଶୃଙ୍ଖଳା କମିଟି ଗଠନ

ବିଜେଡିର ରାଜ୍ୟ ସ୍ତରୀୟ ନୂଆ ଶୃଙ୍ଖଳା କମିଟି ଗଠନ

May 22, 2025
ପୁଣି ୪ ଦିନିଆ ରିମାଣ୍ଡରେ ଜ୍ୟୋତି ମଲହୋତ୍ରା

ପୁଣି ୪ ଦିନିଆ ରିମାଣ୍ଡରେ ଜ୍ୟୋତି ମଲହୋତ୍ରା

May 22, 2025
ଇଟାଭାଟି ମାଲିକଠାରୁ ମିଳିଲା ମୁକ୍ତି

ଇଟାଭାଟି ମାଲିକଠାରୁ ମିଳିଲା ମୁକ୍ତି

May 22, 2025
୨୦ ଲକ୍ଷ ଟଙ୍କାର ସରକାରୀ ପାଣ୍ଠି ହଡ଼ପ,  ବନ୍ଧାହେଲେ ୪ ଅଧିକାରୀ

୨୦ ଲକ୍ଷ ଟଙ୍କାର ସରକାରୀ ପାଣ୍ଠି ହଡ଼ପ, ବନ୍ଧାହେଲେ ୪ ଅଧିକାରୀ

May 22, 2025
ବଲାଙ୍ଗୀର ବିଜେପିରେ ଫାଟ,  ଜିଲ୍ଲା ପରିଷଦ କାର୍ଯ୍ଯାଳୟ ଆଗରେ ବସିଲେ ବିଧାୟକ ନବୀନ ଜୈନ

ବଲାଙ୍ଗୀର ବିଜେପିରେ ଫାଟ, ଜିଲ୍ଲା ପରିଷଦ କାର୍ଯ୍ଯାଳୟ ଆଗରେ ବସିଲେ ବିଧାୟକ ନବୀନ ଜୈନ

May 22, 2025

© 2025 Baghuabarta. Designed & Developed by WHI Digital Pvt. Ltd.

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!