Thursday, May 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଭାଗୀୟ ଷ୍ଟାଣ୍ଡିଂ କମିଟି ବୈଠକ

by ସଞ୍ଜୟ ସ୍ୱାଇଁ
July 16, 2021
in Feature News
ବିଭାଗୀୟ ଷ୍ଟାଣ୍ଡିଂ କମିଟି ବୈଠକ
31
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ବିଧାନସଭା ବିଭାଗୀୟ ଷ୍ଟାଣ୍ଡିଂ କମିଟି – ୬ର ନବମ ବୈଠକ ବିଧାନସଭା ପ୍ରକୋଷ୍ଠ-୫୪ରେ ଅନୁଷ୍ଠିତ ହୋଇଯାଇଛି । ବରିଷ୍ଠ ବିଧାୟକ ତଥା ଭାରତୀୟ ଜାତୀୟ କଂଗ୍ରେସ ଦଳ ନେତା ନରସିଂହ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଟିତ ଉକ୍ତ ବୈଠକରେ ରାଜ୍ୟର କୃଷକମାନଙ୍କ ଧାନ ବିକ୍ରିଜନିତ ସମସ୍ୟା ଉପରେ ମୁଖ୍ୟତଃ ଆଲୋଚନା ହୋଇଥିଲା । ମାର୍ଚ୍ଚ ୩୧ ତାରିଖ ସୁଦ୍ଧା ମଣ୍ଡି ଗୁଡିକ ବନ୍ଦ ହୋଇଯାଉଥିବା ପରିପ୍ରେକ୍ଷୀରେ କୃଷକମାନଙ୍କ ଧାନ କ୍ରୟ କରିବାକୁ ଯୋଗାଣ ଓ ସମବାୟ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଥିଲା । ଚାଷୀମାନଙ୍କ ସ୍ୱାର୍ଥର ସୁରକ୍ଷା ପାଇଁ ପ୍ରତ୍ୟେକ ମଣ୍ଡିରେ ସିସିଟିଭି କ୍ୟାମେରା ସଂଯୋଗ ସହ ଆବଶ୍ୟକୀୟ ଗୋଦାମ ଘର ନିର୍ମାଣ କରିବାକୁ ମଧ୍ୟ କମିଟି ତରଫରୁ ସରକାରଙ୍କୁ ପରାମର୍ଶ ଦିଆଯାଇଥିଲା । ଏହାଛଡା ଚାଷୀମାନଙ୍କୁ ଅଖା ବ୍ୟାଗ୍ ପିଛା ୧୦ ଟଙ୍କା ଏବଂ ପ୍ଲାଷ୍ଟିକ୍ ବ୍ୟାଗ ପିଛା ୫ ଟଙ୍କା ପ୍ରଦାନ କରିବାକୁ ସୋସାଇଟିମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା । ସମ୍ୱଲପୁର, ବରଗଡ଼, ସୋନପୁର, ବଲାଙ୍ଗିର, କଳାହାଣ୍ଡି, ନୂଆପଡା ଏବଂ ବୌଦ୍ଧ ଜିଲ୍ଲାରେ ଧାନ ସଂଗ୍ରହ ସ୍ଥିତି ଉପରେ ମଧ୍ୟ ବୈଠକରେ ଆଲୋଚନା ହୋଇଥିଲା । ଉକ୍ତ ବୈଠକରେ ବିଧାୟକ ବଦ୍ରିନାରାୟଣ ପାତ୍ର, ଅରବିନ୍ଦ ଢ଼ାଲି, ସତ୍ୟନାରାୟଣ ପ୍ରଧାନ, ପ୍ରଶାନ୍ତ କୁମାର ଜଗଦେବ, ପ୍ରଦୀପ କୁମାର ଦିଶାରୀ, ନିତ୍ୟାନନ୍ଦ ଗଣ୍ଡ ପ୍ରମୁଖ ଯୋଗ ଦେଇଥିଲେ । ଖାଦ୍ୟ ଓ ଯୋଗାଣ ତଥା ସମବାୟ ବିଭାଗ ପ୍ରମୁଖ ଶାସନ ସଚିବ ବୀର ବିକ୍ରମ ଯାଦବ, ବିଧାନସଭା ସଚିବ ଦାଶରଥୀ ଶତପଥୀ ଏବଂ ସମ୍ପୃକ୍ତ ଜିଲ୍ଲାର ଜିଲ୍ଲା ସମବାୟ ରେଜିଷ୍ଟ୍ରାର ବୈଠକରେ ଉପସ୍ଥିତ ଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!