Friday, October 30, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓମ୍‌ଫେଡ ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା

by ସଞ୍ଜୟ ସ୍ୱାଇଁ
June 24, 2021
in Planning and Development, State
ଓମ୍‌ଫେଡ ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା
130
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଓମ୍‌ଫେଡ ଦୁଗ୍‌ଧ ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କୋଭିଡ ସହାୟତା ଘୋଷଣା କରିଛନ୍ତି । ଏହି ସହାୟତାରେ ପ୍ରତି ଦୁଗ୍‌ଧ ଚାଷୀଙ୍କୁ ଗୋଖାଦ୍ୟ ଖର୍ଚ୍ଚ ବାବଦ ସର୍ବାଧିକ ୬୦୦୦ ଟଙ୍କା ପର୍ୟ୍ୟନ୍ତ ସହାୟତା ଯୋଗାଇ ଦିଆଯିବ । ଏଥିରେ ୧୧ କୋଟି ଟଙ୍କା ଖର୍ଚ୍ଚ ହେବ ଏବଂ ରାଜ୍ୟର ୧ ଲକ୍ଷ ୨୦ ହଜାର ଦୁଗ୍‌ଧ ଚାଷୀ ଉପକୃତ ହେବେ। ଏହି ଘୋଷଣା କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କୋଭିଡ ମହାମାରୀ ଓଡିଶା ସମେତ ସାରା ବିଶ୍ୱରେ ଅର୍ଥନୀତି ଉପରେ ଗୁରୁତର ପ୍ରଭାବ ପକାଇଛି । ଅର୍ଥନୀତିର ପ୍ରାୟ ଅନ୍ୟ ସମସ୍ତ କ୍ଷେତ୍ର ମାନ୍ଦା ଅବସ୍ଥାରେ ଥିବାବେଳେ, କେବଳ କୃଷି ଓ ଆନୁଷଙ୍ଗିକ କ୍ଷେତ୍ର ସଂଜୀବନୀ ପରି ଆମ ଅର୍ଥନୀତିକୁ ଶକ୍ତି ଯୋଗାଇଛି । ଲକ୍‌ଡାଉନ ଏବଂ ସଟ୍‌ଡାଉନ ସମୟରେ ଆମର ଚାଷୀମାନେ ଯେପରି ସାହସର ସହ ସେମାନଙ୍କର ଉତ୍ପାଦନ କାର୍ୟ୍ୟ ଜାରି ରଖିଛନ୍ତି, ତାକୁ ମୁଖ୍ୟମନ୍ତ୍ରୀ ଉଚ୍ଚପ୍ରଶଂସା କରିଛନ୍ତି । ଗ୍ରାମ୍ୟ ଅର୍ଥନୀତିରେ ଦୁଗ୍‌ଧ ଚାଷ ଏକ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ ଏବଂ ଛୋଟ ଓ ନାମମାତ୍ର ଚାଷୀଙ୍କ ଜୀବନଜୀବିକାରେ ବିଶେଷ ସହାୟକ ହୋଇଥାଏ । କୋଭିଡ ମହାମାରୀ ପରିପ୍ରେକ୍ଷୀରି ଦୁଗ୍ଧ ଓ ଦୁଗ୍ଧ ଜାତ ଦ୍ରବ୍ୟ ଚାହିଦାରେ ବଡ ଧରଣର ହ୍ରାସ ଘଟିଥିବାରୁ, ଏହା ଦୁଗ୍‌ଧ ଚାଷୀଙ୍କ ଜୀବିକାକୁ ଗୁରୁତର ଭାବରେ ପ୍ରଭାବିତ କରିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଦୁଗ୍ଧ ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହ ଏହା ଚାଷୀଙ୍କ ଆର୍ଥିକ ଉନ୍ନତିରେ ସହାୟକ ହେବ ବୋଲି ଆଶାପ୍ରକାଶ କରିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!