Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସୁସ୍ଥ ହେଲେ ନାଇଜେରିଆ ଫେରନ୍ତା ଓମିକ୍ରନ୍ ସଂକ୍ରମିତ

by ସଞ୍ଜୟ ସ୍ୱାଇଁ
December 27, 2021
in Health, State
ସୁସ୍ଥ ହେଲେ ନାଇଜେରିଆ ଫେରନ୍ତା ଓମିକ୍ରନ୍ ସଂକ୍ରମିତ
31
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ରାଜ୍ୟ ପାଇଁ ଆଶ୍ବସ୍ତିକର ଖବର । ଜଣେ ଓମିକ୍ରନ ଆକ୍ରାନ୍ତ ସୁସ୍ଥ ହୋଇଥିବା ନେଇ ସୂଚନା ମିଳିଛି । କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ୧୦ ଦିନ ପରେ ରାଜ୍ୟର ପ୍ରଥମ ଓମିକ୍ରନ୍ ସଂକ୍ରମିତ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି । ୨୪ ଘଣ୍ଟା ମଧ୍ୟରେ ତାଙ୍କ ରିପୋର୍ଟ ଦୁଇ ଥର ନେଗେଟିଭ୍ ଆସିଛି । ହସ୍ପିଟାଲରୁ ଡିସଚାର୍ଜ ହେଲେ ବି ୭ ଦିନ ଧରି ସଂପୃକ୍ତ ବ୍ୟକ୍ତି ଆଇସୋଲେସନରେ ରହିବେ । ନାଇଜେରିଆରୁ ଫେରିବା ପରେ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଭାରିଆଣ୍ଟ ଦ୍ବାରା ଆକ୍ରାନ୍ତ ଆକ୍ରନ୍ତ ହୋଇଥିଲେ । ଏ ନେଇ ଅଶ୍ବିନୀ ହସ୍ପିଟାଲ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି । ଉଲ୍ଲେଖଯୋଗ୍ୟ ଯେ, ନାଇଜେରିଆରୁ ଫେରିଥିବା ଜଣେ ଯୁବକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ । ନାଇଜେରିଆରୁ ଫେରିବା ପରେ ଯୁବକ ଜଣଙ୍କ କଟକର ଏକ ହୋଟେଲରେ ରହୁଥିଲେ । ତାଙ୍କ ସ୍ବାବ ଟେଷ୍ଟ ହେବା ପରେ ସେ କରୋନା ପଜିଟିଭ ଥିବା ଜଣାପଡିଥିଲା । ପରେ ତାଙ୍କୁ କଟକର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସଂପୃକ୍ତ ଯୁବକଙ୍କ ସଂସ୍ପର୍ଶରେ ଆସିଥିବା ୭ ଜଣଙ୍କ ରିପୋର୍ଟ ମଧ୍ୟ ପଜିଟିଭ୍‌ ଆସିଥିଲା । ସେମାନଙ୍କୁ ଆଇସୋଲେସନରେ ରଖାଯାଇଥିଲା ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!