Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ୍ୟରେ ୨୪ଟି ନୂଆ ଆଇଟିଆଇ କଲେଜ ଖୋଲିବ, କର୍ମଜୀବୀ ମହିଳାଙ୍କ ପାଇଁ ନିର୍ମାଣ ହେବ ହଷ୍ଟେଲ

by ସଞ୍ଜୟ ସ୍ୱାଇଁ
September 4, 2021
in Education, State
ରାଜ୍ୟରେ ୨୪ଟି ନୂଆ ଆଇଟିଆଇ କଲେଜ ଖୋଲିବ, କର୍ମଜୀବୀ ମହିଳାଙ୍କ ପାଇଁ ନିର୍ମାଣ ହେବ ହଷ୍ଟେଲ
55
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ବର୍ତ୍ତମାନ ରାଜ୍ୟରେ ୪୯ଟି ସରକାରୀ ଆଇଟିଆଇ କଲେଜ ରହିଥିବା ବେଳେ ୪୪୮ ଟି ବେସରକାରୀ ଆଇଟିଆଇ କଲେଜ ରହିଛି । ପିଲାଙ୍କୁ ଅଧିକରୁ ଅଧିକ ତାଲିମ ଦେବା ପାଇଁ ବିଭାଗ ଫୋକସ୍ କରୁଛି । ତାଲିମ ଦେବା ଉପରେ ପ୍ରାଧାନ୍ୟ ଦେଉଛି ବିଭାଗ। ରାଜ୍ୟରେ ୨୪ଟି ନୂଆ ଆଇଟିଆଇ କଲେଜ ଖୋଲିବ । ବିଧାନସଭାର ପ୍ରଶ୍ନକାଳ ଆଲୋଚନା ସମୟରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରେମାନନ୍ଦ ନାୟକ ଏହି ସୂଚନା ଦେଇଛନ୍ତି । ଅନ୍ୟପଟେ, କର୍ମଜୀବୀ ମହିଳାଙ୍କ ପାଇଁ ହଷ୍ଟେଲ ନିର୍ମାଣ ପାଇଁ ପଦକ୍ଷେପ ନିଆଯାଉଛି । ସୁନ୍ଦରଗଡ, ଯାଜପୁର, ଖୋର୍ଦ୍ଧାରେ ୧୦୦ ଶଯ୍ୟା ବିଶିଷ୍ଟ ହଷ୍ଟେଲ ନିର୍ମାଣ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ବ୍ରହ୍ମପୁର ଓ ରାୟଗଡ଼ାରେ ୧୦୦ ଶଯ୍ୟା ବିଶିଷ୍ଟ ହଷ୍ଟେଲ ନିର୍ମାଣ ପାଇଁ ଜମି ଚିହ୍ନଟ ପ୍ରକ୍ରିୟା ଆରମ୍ଭ ହୋଇଛି। କେଉଁଠାରେ ହଷ୍ଟେଲ ଆବଶ୍ୟକ ରହିଛି ସମସ୍ତ ଜିଲ୍ଲା ପାଳଙ୍କୁ ପ୍ରସ୍ତାବ ଆଗତ କରାଯାଇଛି। ୧୧ ଟି ଶିଳ୍ପାଞ୍ଚଳରେ କେନ୍ଦ୍ରୀୟ ଯୋଜନାରେ ୩୦୦ ଶଯ୍ୟା ବିଶିଷ୍ଟ ହଷ୍ଟେଲ ନିର୍ମାଣ ପାଇଁ ଜିଲ୍ଲାପାଳଙ୍କୁ ପ୍ରସ୍ତାବ ଆଗତ କରାଯାଇଛି । କଟକରେ ବକ୍ସିବଜାର, ବଜ୍ରକବାଟି ରୋଡ଼ ସହ ୪ ଟି ସ୍ଥାନରେ କର୍ମଜୀବୀ ମହିଳାଙ୍କ ରହିବା ପାଇଁ ବିଭିନ୍ନ ଅନୁଷ୍ଠାନ ଥିବା ବେଳେ ଆବଶ୍ୟକତା ଦୃଷ୍ଟିରୁ ହଷ୍ଟେଲ ନିର୍ମାଣ କରାଯିବ। ତେବେ ଏନେଇ ବିଧାନସଭାରେ ମହିଳା ଓ ଶିଶୁବିକାଶ ମନ୍ତ୍ରୀ ଉତ୍ତର ରଖିଛନ୍ତି । ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ କର୍ମଜୀବୀ ମହିଳା ହଷ୍ଟେଲ ଗଠନ ନେଇ ରିପୋର୍ଟ ମଗାଯାଇଛି । ଆବଶ୍ୟକତା ଅନୁଯାୟୀ ଜିଲ୍ଲାପାଳ ମାନେ ରିପୋର୍ଟ ଦେବା ପରେ ହଷ୍ଟେଲ ନିର୍ମାଣ ପାଇଁ ବିଭାଗ ପଦକ୍ଷେପ ନେବ । ୩୫ ହଜାର ତଳେ ଦରମା ପାଉଥିବା କର୍ମଜୀବୀ ମହିଳା ମାନେ ଏହି ହଷ୍ଟେଲରେ ରହିବେ । ହଷ୍ଟେଲର ପରିଚାଳନା ପାଇଁ ଜିଲ୍ଲାପାଳ କମିଟି ଗଠନ କରିବେ । ଏହି କମିଟି ହଷ୍ଟେଲର ପରିଚାଳନା କରିବେ । ସେହିପରି ୪ ଟି ଜିଲ୍ଲାରେ ନୂଆ ପ୍ଲାନେଟୋରିଅମ କାର୍ୟ୍ୟ ଚାଲିଛି । ବାରିପଦା, କେଉଁଝର, ରାୟଗଡା, ବଲାଙ୍ଗୀରରେ ପ୍ଲାନେଟୋରିଅମ ନିର୍ମାଣ କାର୍ୟ୍ୟ ଚାଲିଛି। ବର୍ତ୍ତମାନ ଭୁବନେଶ୍ୱର ଓ ବୁର୍ଲା ରେ ପ୍ଲାନେଟୋରିଅମ ଅଛି। ଅନ୍ୟ ଜିଲ୍ଲାରେ ପ୍ଲାନେଟୋରିଅମ ଓ ବିଜ୍ଞାନ ପାର୍କ ନିର୍ମାଣ ପାଇଁ ବ୍ୟବସ୍ଥା କରାଯିବ। ବିଧାନସଭାରେ ଏହି ପରିପ୍ରେକ୍ଷୀରେ ଉତର ରଖିଛନ୍ତି ବିଜ୍ଞାନ ଓ କାରୀଗରୀ ମନ୍ତ୍ରୀ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!