Saturday, May 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭୁବନେଶ୍ୱରରେ ଖୋଲିବ ଏନ୍ଆଇଏ ଥାନା

by ସଞ୍ଜୟ ସ୍ୱାଇଁ
May 19, 2025
in State
ଭୁବନେଶ୍ୱରରେ ଖୋଲିବ ଏନ୍ଆଇଏ ଥାନା
36
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଜାତୀୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଭୁବନେଶ୍ୱରରେ ଖୋଲିବ ଏନ୍ଆଇଏ (ଜାତୀୟ ତଦନ୍ତକାରୀ ସଂସ୍ଥା) ଥାନା। ଏନେଇ ଗତକାଲି ରାଜ୍ୟ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଭୁବନେଶ୍ୱରର ଭିଏସ୍ଏସ୍ ନଗରରେ ଖୋଲିବ ଏହି ଥାନା। ଭୁବନେଶ୍ୱରର ବୀର ସୁରେନ୍ଦ୍ର ସାଏ (ଭିଏସ୍ଏସ୍) ନଗରରେ ଏନ୍ଆଇଏର ଶାଖା ଖୋଲିବ। ଏସ୍ପି ପାହ୍ୟାର ଜଣେ ଅଧିକାରୀ ଏହି ଥାନା ଦାୟିତ୍ବରେ ରହିବେ। ଏହି ବିଲ୍ଡିଂରେ ସମସ୍ତ ପ୍ରକାର ଅତ୍ୟାଧୁନିକ ବ୍ୟବସ୍ଥା କରାଯାଇଛି। ଏଥିସହ ଆବଶ୍ୟକ କର୍ମଚାରୀ ଏବଂ ଅନ୍ୟାନ ସୁବିଧା ରାଜ୍ୟ ସରକାରଙ୍କ ପକ୍ଷରୁ ଯୋଗାଇ ଦିଆଯାଇଥିବା ଗୃହ ବିଭାଗ ପକ୍ଷରୁ କୁହାଯାଇଛି। ଓଡ଼ିଶା ଏବେ ଆତଙ୍କବାଦୀଙ୍କ ସ୍କାନରରେ ଅଛି। ଅବଦୁଲ ରେହମାନ ଠାରୁ ଆରମ୍ଭ କରି ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରା ପର୍ଯ୍ୟନ୍ତ ପାକିସ୍ତାନର ଗୁପ୍ତଚର ସାଜି ଓଡ଼ିଶାର ଗୁପ୍ତ ତଥ୍ୟ ପାକିସ୍ତାନକୁ ଦେଉଥିଲେ। ତେଣୁ ଓଡ଼ିଶାରେ ଏନ୍ଆଇଏ ଅଫିସ୍ ରହିବା ଜରୁରୀ ହୋଇ ପଡ଼ିଥିଲା। କାରଣ ଏଠାରେ କୌଣସି ଦେଶ ବିରୋଧୀ ଅପରାଧ ଘଟିଲେ ଦିଲ୍ଲୀ ଏବଂ କଲିକତାରୁ ଏନ୍ଆଇଏ ଟିମ୍ ଓଡ଼ିଶା ଆସୁଥିଲେ। ସେତ ବେଳକୁ ତଦନ୍ତରେ ବିଳମ୍ବ ହେବା ସହ ପ୍ରମାଣ ନଷ୍ଟ ହେବାର ସମ୍ଭାବନା ରହିଥିଲା। ତେଣୁ ଏସବୁ ନଜରକୁ ନେଇ ଓଡ଼ିଶାରେ ଏନ୍ଆଇଏ ଅଫିସ ନିହାତି ଆବଶ୍ୟକ ଥିଲା। ସୂଚନାଯୋଗ୍ୟ ଯେ ଜାତୀୟ ତଦନ୍ତ ସଂସ୍ଥା ହେଉଛି ଭାରତର କେନ୍ଦ୍ରୀୟ ଆତଙ୍କବାଦ ବିରୋଧୀ ଆଇନ ପ୍ରବର୍ତ୍ତନ ସଂସ୍ଥା, ଯାହା ୨୦୦୮ ମସିହାରେ ପ୍ରତିଷ୍ଠିତ ହୋଇଥିଲା। ଏହାର ପ୍ରାଥମିକ ଭୂମିକା ହେଉଛି ଆତଙ୍କବାଦ ସହିତ ଜଡିତ ଅପରାଧ ଏବଂ ଜାତୀୟ ସୁରକ୍ଷା ଏବଂ ସାର୍ବଭୌମତ୍ୱକୁ ପ୍ରଭାବିତ କରୁଥିବା ଅନ୍ୟାନ୍ୟ ବିଷୟଗୁଡ଼ିକର ତଦନ୍ତ ଏବଂ ବିଚାର କରିବା। ଏନ୍ଆଇଏ ମଧ୍ୟ ଆତଙ୍କବାଦୀ ନେଟୱର୍କଗୁଡ଼ିକୁ ଭାଙ୍ଗିବା ଉପରେ ଲକ୍ଷ୍ୟ ରଖିଥାଏ। ଏନ୍ଆଇଏ’ର ସାରା ଭାରତରେ ୧୯ଟି ଶାଖା କାର୍ଯ୍ୟାଳୟ ଅଛି। ଏହାର ମୁଖ୍ୟ କାର୍ଯ୍ୟଳୟ ନୂଆଦିଲ୍ଲୀରେ ରହିଛି। ଦେଶର ବିଭିନ୍ନ ଅଞ୍ଚଳରେ ଆତଙ୍କବାଦ ବିପଦକୁ ମୁକାବିଲା କରିବା ପାଇଁ ଏହି ଶାଖା କାର୍ଯ୍ୟାଳୟଗୁଡ଼ିକ ରଣନୀତିକ ଭାବରେ ଅବସ୍ଥିତ। ହାଇଦ୍ରାବାଦ, ଗୁଆହାଟୀ, କୋଚି, ଲକ୍ଷେ୍ନø, ମୁମ୍ୱାଇ, କୋଲକାତା, ରାୟପୁର, ଜମ୍ମୁ, ଚଣ୍ଡିଗଡ଼, ରାଞ୍ଚି, ଚେନ୍ନାଇ, ଇମ୍ଫାଲ, ବେଙ୍ଗାଲୁରୁ, ପାଟନା, ଜୟପୁର, ଭୋପାଳ ଏବଂ ଅହମ୍ମଦାବାଦ ଏନଆଇଏ ଶାଖା କାର୍ଯ୍ୟାଳୟ ରହିଛି।

ଦୋକାନରେ ଅଗ୍ନିକାଣ୍ଡ: ଦେହରେ ନିଆଁ ଲାଗି ବୟସ୍କ ସ୍ୱାମୀ ସ୍ତ୍ରୀ ଗୁରୁତର

ଦୋକାନରେ ଅଗ୍ନିକାଣ୍ଡ: ଦେହରେ ନିଆଁ ଲାଗି ବୟସ୍କ ସ୍ୱାମୀ ସ୍ତ୍ରୀ ଗୁରୁତର

May 1, 2026
ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬: ଶ୍ରମିକ ମାନଙ୍କୁ ବିଭିନ୍ନ ସହାୟତା ବଣ୍ଟନ

ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬: ଶ୍ରମିକ ମାନଙ୍କୁ ବିଭିନ୍ନ ସହାୟତା ବଣ୍ଟନ

May 1, 2026
ପ୍ରଧାନ ଶିକ୍ଷକ ଓ ସହକାରୀ ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

ପ୍ରଧାନ ଶିକ୍ଷକ ଓ ସହକାରୀ ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

May 1, 2026
ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

April 29, 2026
ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

April 29, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!