Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶନିବାରଠୁ ରାଜ୍ୟରେ ସକାଳୁଆ ସ୍କୁଲ୍‌ ଆରମ୍ଭ, ପୁଣି ଥରେ ଛାତ୍ରଛାତ୍ରୀଙ୍କୁ ଦିଆଯିବ ମଧ୍ୟାହ୍ନଭୋଜନ

by ସଞ୍ଜୟ ସ୍ୱାଇଁ
April 1, 2022
in Education, State
ଶନିବାରଠୁ ରାଜ୍ୟରେ ସକାଳୁଆ ସ୍କୁଲ୍‌ ଆରମ୍ଭ, ପୁଣି ଥରେ ଛାତ୍ରଛାତ୍ରୀଙ୍କୁ ଦିଆଯିବ ମଧ୍ୟାହ୍ନଭୋଜନ
88
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଶନିବାରଠୁ ରାଜ୍ୟରେ ସକାଳୁଆ ସ୍କୁଲ୍‌ ଆରମ୍ଭ ହେବ । ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ସ୍କୁଲ୍‌ ସମୟରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି । ପିଲାଙ୍କ କ୍ଲାସ୍‌ ସମୟକୁ ଅଧ ଘଣ୍ଟା ଲେଖାଏଁ ବଢ଼ାଯାଇଛି । ନୂଆ ନିଷ୍ପତ୍ତି ଅନୁସାରେ ସକାଳ ୬ଟା ୩୦ରୁ ୧୦ଟା ୩୦ ପର୍ୟ୍ୟନ୍ତ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଠପଢ଼ା ହେବ । ସେହିପରି ସକାଳ ୭ଟାରୁ ୧୧ଟା ୩୦ ପର୍ୟ୍ୟନ୍ତ ନବମରୁ ଦ୍ୱାଦଶ ଶ୍ରେଣୀ ପର୍ୟ୍ୟନ୍ତ ପାଠପଢ଼ା ହେବ । ଏନେଇ ଗୁରୁବାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି । ବୁଧବାର ମନ୍ତ୍ରୀ ସମୀର ରଞ୍ଜନ ଦାଶ ଘୋଷଣା କରି କହିଥିଲେ, ଆସନ୍ତା ୨ ତାରିଖରୁ ସକାଳୁଆ ସ୍କୁଲ ହେବ ।୬ଟା ୩୦ରୁ ୧୦ଟା ପର୍ୟ୍ୟନ୍ତ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଓ ସକାଳ ୭ଟାରୁ ୧୧ଟା ପର୍ୟ୍ୟନ୍ତ ନବମ ଓ ଦଶମ ଶ୍ରେଣୀ ପର୍ୟ୍ୟନ୍ତ ପାଠପଢ଼ା ହେବ । କିନ୍ତୁ ଏହି ସମୟରେ ପରିବର୍ତ୍ତନ କରାଯାଇ ବିଭାଗ ଅଧୀନସ୍ଥ ସମସ୍ତ ନିର୍ଦ୍ଦେଶାଳୟ ଗୁଡ଼ିକୁ ଚିଠି କରାଯାଇଛି । ପିଲାମାନେ ଖରାରେ କିଭଳି ସ୍କୁଲ ଆସିବେ ସେନେଇ ମଧ୍ୟ ପରାମର୍ଶ ଦିଆଯାଇଛି । ସ୍କୁଲରେ ପର୍ୟ୍ୟାପ୍ତ ପରିମାଣରେ ପାନୀୟ ଜଳ ରହିବ । ପିଲାମାନେ ଘରଠୁ ସ୍କୁଲକୁ ଓ ସ୍କୁଲରୁ ଘରକୁ ଫେରିବାବେଳେ ଛତା ବ୍ୟବହାର କରିବାକୁ ପରାମର୍ଶ ଦିଆଯାଇଛି । ଖୁବ୍‌ଶୀଘ୍ର ଗ୍ରୀଷ୍ମଛୁଟି ନେଇ ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି ମଧ୍ୟ ଚିଠିରେ କୁହାଯାଇଛି । ଏପଟେ ରାଜ୍ୟରେ କରୋନା ପାଇଁ ଗତ ଦୁଇବର୍ଷ ସ୍କୁଲରେ ମଧ୍ୟାହ୍ନଭୋଜନ ବନ୍ଦ ଥିଲା । ପିଲାଙ୍କୁ ଶୁଖିଲା ରାସନ୍‌ ଦିଆଯାଉଥିଲା । କିନ୍ତୁ ଆସନ୍ତା ଶନିବାରଠୁ ପୁଣିଥରେ ମଧ୍ୟାହ୍ନଭୋଜନ ବ୍ୟବସ୍ଥା ହେବ । ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ସ୍କୁଲରେ ମଧ୍ୟାହ୍ନଭୋଜନ ଦିଆଯିବ । ଏହାପୂର୍ବରୁ ସ୍କୁଲ ଗୁଡ଼ିକରେ ଜୋର୍‌ସୋର୍‌ରେ ପ୍ରସ୍ତୁତି ଚାଲିଛି । ରୋଷେଇ ଗୃହକୁ ସଫା କରାଯିବା ସହ ସମସ୍ତ ବାସନକୁସନକୁ ବ୍ୟବସ୍ଥିତ କରାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!