ନୟାଗଡ଼, (ବାଘୁଆବାର୍ତ୍ତା) : ଓଡ଼ିଶା ପର୍ଯ୍ୟଟନ ନିଗମ ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ରଙ୍କଠାରେ କରୋନା ପଜିଟିଭ ଥିବା ଜଣାଯାଇଛି । ସେ ଟ୍ୟୁଟ୍ ଯୋଗେ ଏ ନେଇ ସୂଚନା ଦେଇଥିବା ବେଳେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରାଇ ନେବାକୁ ପରାମର୍ଶ ଦେଇଛନ୍ତି । କିଛିଦିନ ହେବ ସେ ଅସୁସ୍ଥ ଥିବାରୁ ତାଙ୍କ ସ୍ୱାବ ପରୀକ୍ଷା କରାଯାଇଥିଲା । ଆଜି ସେ କୋଭିଡି ପଜିଟିଭ ବୋଲି ଜଣାଯାଇଛି ।





