Thursday, November 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓଟିଡିସି ଆରମ୍ଭ କଲା ‘ପିଠା ଅନ୍ ହ୍ୱିଲ୍’

by ସଞ୍ଜୟ ସ୍ୱାଇଁ
June 13, 2021
in State
ଓଟିଡିସି ଆରମ୍ଭ କଲା ‘ପିଠା ଅନ୍ ହ୍ୱିଲ୍’
106
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଦୁଇ ବର୍ଷ ଧରି ମହାମାରୀ କରୋନା ରାଜ୍ୟକୁ କବଳିତ କରି ôକିଥିବା ବେଳେ ଓଡ଼ିଶା କଳା ସଂସ୍କୃତି ଓ ବିଭିନ୍ନ ପର୍ବପର୍ବାଣୀ ପାଳନ କରିବାରେ ବାଧା ସୃଷ୍ଟି କରିଛି । ହେଲେ ଚଳିତ ବର୍ଷ ଓଡ଼ିଶାର ସାଂସ୍କୃତକ ଗଣପର୍ବ ରଜ ମହୋତ୍ସବକୁ ନିରାଡ଼ମ୍ବର ଭାବେ ପାଳନ କରିବାକୁ ଓଡ଼ିଶା ପଯ୭ୟଟନ ଉନ୍ନୟନ ନିଟମ(ଓଟିଡିସି) ନିଷ୍ପତ୍ତି ନେଇଛି । ସୂଚନାନୁସାରେ, ଆସନ୍ତାକାଲି ଠାରୁ ରାଜଧାନୀ ଭୁବନେଶ୍ୱର ସମେତ ସମ୍ବଲପୁର ଓ କଟକରେ ସୁଲଭ ଦରରେ ଓ ସୁସ୍ୱାଦ ଓଡ଼ିଆ ଘରର ପିଠା ଯୋଗାଇ ଦେବ ‘ପିଠା ଅନ୍ ହ୍ୱିଲ୍’ । ତେଣୁ ଏହି ‘ପିଠା ଅନ୍ ହ୍ୱିଲ’ କାର୍ଯୟକ୍ରମକୁ ଓଟିଡିସିର ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର ପ୍ରାରମ୍ଭୀକ ଭାବେ ଉଦଘାଟନ କରିଛନ୍ତି । ସେହିପରି ଓଡ଼ିଶାର ଗଣପର୍ବ ‘ରଜ ମହୋତ୍ସବ’କୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାର ସାଢେ ୪କୋଟି ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ତାଙ୍କ ବାର୍ତ୍ତାରେ, ରଜ ଓଡ଼ିଶାର ସାଂସ୍କୃତ ଗଣପର୍ବ । ବସୁଧା, ପ୍ରକୃତି ଓ ନାରୀଙ୍କ ମହନୀୟତାକୁ ସମ୍ମାନ ଜଣାଇବାର ଅନନ୍ୟ ପରମ୍ପରା ହେଉଛି ରଜ । ସମାଜରେ ନାରୀର ଅମୂଲ୍ୟ ଅବଦାନକୁ ସମ୍ମାନ ଜଣାଇବାର ପର୍ବ ରଜ । କୋଭିଡ୍ କଣକଣା ମାନି ନିରାଡ଼ମ୍ବର ଭାବେ ରଜପର୍ବ ପାଳନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରକାଶ କରିଛନ୍ତି । ଏଥିସହିତ ଓଟିଡିସିର ପାନ୍ଥନିବାସ ଓ ମିଶନ ଶକ୍ତିର ମା’ମାନଙ୍କ ସହାୟତାରେ ଆୟୋଜନ କରାଯାଇଥିବା ‘ପିଠା ଅନ୍ ହ୍ୱିଲ’କୁ ଶୁଭେଚ୍ଛା ଜଣାଇଛନ୍ତି । ପିଠା ଅନ୍ ହ୍ୱିଲ୍ ଭୁବନେଶ୍ୱରର ୬ଟି ସ୍ଥାନରେ ସକାଳ ୭ଟାରୁ ୧୧ଟା ପର୍ଯ୍ୟନ୍ତ ଏହି ପିଠା ମିଳିବ । ସେହି ସ୍ଥାନ ଗୁଡିକ ହେଲା ମାଷ୍ଟରକ୍ୟାଣ୍ଟିନ୍ ଛକ, ଖଣ୍ଡଗିରି ଛକ, ସିଆରପି ଛକ, ପଟିଆ ଛକ, ଚନ୍ଦ୍ରଶେଖରପୁର ଓ ରୂପାଲି ଛକରେ ଥିବା ପାନ୍ଥନିବାସ ଓ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ପକ୍ଷରୁ ‘ପିଠା ଅନ୍ ହ୍ୱିଲ୍’ ମାଧ୍ୟମରେ ବିକ୍ରି କରାଯିବ । ଏଠାରେ ମଧ୍ୟ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଦ୍ୱାରା ପ୍ରସ୍ତୁତି ମାସ୍କ ମଧ୍ୟ ଉପଲବ୍ଧ ହେବ । ଉକ୍ତ କାର୍ଯ୍ୟକ୍ରମରେ ଓଟିଡିସିର ବରିଷ୍ଠ ପଦାଧିକାରୀଙ୍କ ସମେତ ପାନ୍ଥନିବାସର କର୍ମଚାରୀମାନେ କୋଭିଡ୍ କଟକଣା ପାଳନ କରି ଉପସ୍ଥିତ ଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!