ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଶିକ୍ଷକ ନିଯୁକ୍ତି କ୍ଷେତ୍ରରେ ରାଜ୍ୟ ସରକାରଙ୍କ ବଡ ନିଷ୍ପତ୍ତି । ଏଣିକି ଥରେ ଓଡ଼ିଶା ଟିଚର ଏଲିଜିବିଲିଟି ଟେଷ୍ଟରେ ଉତ୍ତୀର୍ଣ୍ଣ ହେଲେ ଆଉ ଦେବାକୁ ପଡିବନି ପରୀକ୍ଷା । ଟୁଇଟ କରି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ପୂର୍ବରୁ ଓଟିଇଟି ପରୀକ୍ଷାରେ ଉତିର୍ଣ୍ଣ ହେଲେ ୭ ବର୍ଷ ପାଇଁ ବୈଧ ଥିଲା । ଏଥିରେ ପରିବର୍ତ୍ତନ କରିଛନ୍ତି ରାଜ୍ୟ ସରକାର । ସରକାରଙ୍କ ଏହ ନିଷ୍ପତ୍ତି ପରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଖୁସୀର ମାହୋଲ ଖେଳିଯାଇଛି ।





