Tuesday, July 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଖଣ୍ଡପଡ଼ାରେ ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମ ଅନୁଷ୍ଠିତ

by ସଞ୍ଜୟ ସ୍ୱାଇଁ
October 3, 2018
in Feature News
27
VIEWS
Share on FacebookShare on Twitter

ନୟାଗଡ଼ (ବାଘୁଆବାର୍ତ୍ତା ବ୍ୟୁରୋ): ଖଣ୍ଡପଡ଼ା ମଧୁବନ ମିନି ଷ୍ଟାଡିୟମ୍ରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଖଣ୍ଡପଡ଼ା ବିଧାୟକ ଅନୁଭବ ପଟ୍ଟନାୟକଙ୍କ ନେତୃତ୍ୱରେ ଉକ୍ତ କାର୍ଯ୍ୟକ୍ରମ ପରିଚାଳିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍ଫରେନ୍ସ ଜରିଆରେ ଖଣ୍ଡପଡ଼ା ବ୍ଳକ୍ର ବିଭିନ୍ନ ପଞ୍ଚାୟତର ସରପଞ୍ଚ ଓ ଅଞ୍ଚଳବାସୀଙ୍କ ସହ ବାର୍ତ୍ତାଳାପ କରିଥିଲେ । ଗ୍ରାମାଞ୍ଚଳର ବିକାଶ ପାଇଁ ସରକାରଙ୍କ ପକ୍ଷରୁ ଚାଲିଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ ସୂଚନା ଦେବା ସହ ୨୨ଗୋଟି ପଞ୍ଚାୟତର ୨୫୭ଗୋଟି ପ୍ରକଳ୍ପ ପାଇଁ ୫ କୋଟି ୫୭ ଲକ୍ଷ ୫୦ ହଜାର ଟଙ୍କା ଅନୁଦାନ ରାଜ୍ୟ ସରକାର ଯୋଗାଇ ଦେଇଥିବା ସୂଚନା ଦେଇଥିଲେ । ଉକ୍ତ କାର୍ଯ୍ୟକ୍ରମରେ ମହିଳା ସ୍ୱୟଂସହାୟକ ଗୋଷ୍ଠୀର ସଭ୍ୟା ଓ ସାଧାରଣ ଜନତା ମୁଖ୍ୟମନ୍ତ୍ରୀଙ୍କ ଏହି ଘୋଷଣାକୁ ବିପୁଳ କରତାଳି ମାଧ୍ୟମରେ ସ୍ୱାଗତ କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ସହ
ସିଧାସଳଖ ଭାବେ କଥାବାର୍ତ୍ତା ହୋଇଥିବାରୁ ଅଞ୍ଚଳବାସୀଙ୍କ ମନରେ ଉତ୍ସାହ ଦେଖିବାକୁ ମିଳିଥିଲା ।

୨୨ଗୋଟି ପଞ୍ଚାୟତର ପ୍ରାୟ ୧୦ ହଜାରରୁ ଊଦ୍ଧ୍ୱର୍ ଜନସାଧାରଣ ଉକ୍ତ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଜିଲ୍ଲାପାଳ ଡ. ଏନ୍ ତିରୁମାଳା ନାୟକ, ଜିଲ୍ଲା ପ୍ରକଳ୍ପ ନିର୍ଦ୍ଦେଶକ ଡ. ଅଭୟ କୁମାର ନାୟକ, ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶିକା ସନ୍ତୋଷୀ ସାହୁ, ଜିଲ୍ଲାପରିଷଦ ଅଧ୍ୟକ୍ଷା ବୈଜୟନ୍ତୀମାଳା ମହାନ୍ତି, ଖଣ୍ଡପଡ଼ା ବିଡିଓ ଶିବାନନ୍ଦ ସ୍ୱାଇଁ, ତହସିଲଦାର ଅମିତା ପଣ୍ଡା, ବ୍ଲକ୍ ଅଧ୍ୟକ୍ଷ ମନୋଜ କୁମାର ପ୍ରଧାନ, ବ୍ଲକ୍ ଉପାଧ୍ୟକ୍ଷ ମିନତୀ ସାହୁ, ଜିଲ୍ଲାପରିଷଦ ସଭ୍ୟ ରାମେଶ୍ୱର ଶତପଥିଙ୍କ ସମେତ ବହୁ ଜିଲ୍ଲାପରିଷଦ ସଭ୍ୟ, ସରପଞ୍ଚ ଓ ସମିତିସଭ୍ୟ ଓ ପଞ୍ଚାୟତ ସମିତିର ବିଭିନ୍ନ ପ୍ରଶାସନିକ ଅଧିକାରୀମାନେ ଉପସ୍ଥିତ ରହି ଏହି କାର୍ଯ୍ୟକ୍ରମକୁ ସଫଳ କରିଥିଲେ । ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଡ. ଆଶିଷ କୁମାର ସିଂଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା ।

Leave a Reply Cancel reply

Your email address will not be published. Required fields are marked *

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!